ଗଞ୍ଜାମ (ବଡ଼ ଖବର ବ୍ୟୁରୋ): ବ୍ରହ୍ମପୁରରେ ପୁଣି ଏକ ଅଭାବନୀୟ ଘଟଣା ଘଟିଛି । ଜଣେ ଯୁବତୀ ନିଜ ଦେହରେ କିରାସିନି ଢାଳି ଆତ୍ମହତ୍ୟା କରିଥିବା ଖବର ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି । ଗଞ୍ଜାମ ଜିଲା ବ୍ରହ୍ମପୁର ବଡ଼ବଜାର ଥାନା ଶାନ୍ତିନଗରରେ ଏକ ଅଭାବନୀୟ ଘଟଣା ବୁଧବାର ଘଟିଛି। ଜଣେ ଯୁବତୀ ଘର ଭିତରେ ନିଜ ଦେହରେ କିରୋସିନ ଢାଳି ଜାଳି ହୋଇଯାଇଛନ୍ତି। ତାଙ୍କୁ ଏମକେସିଜି ମେଡିକାଲରେ ଭର୍ତ୍ତି କରାଯାଇଥିଲା। ଗୁରୁତର ଥିବାରୁ ତାଙ୍କୁ କଟକ ସ୍ଥାନାନ୍ତର ବେଳେ ରାସ୍ତାରେ ଖଲ୍ଲିକୋଟ ନିକଟରେ ମୃତ୍ୟୁବରଣ କରିଛନ୍ତି।
ସେ ହେଲେ ରବୀନ୍ଦ୍ର ବେହେରାଙ୍କ ଝିଅ ରାଜେଶ୍ୱରୀ ବେହେରା । ସୂଚନା ଅନୁଯାୟୀ, କୌଣସି କାରଣକୁ ନେଇ ରାଜେଶ୍ୱରୀ ମାନସିକ ଦୁଶ୍ଚିନ୍ତାରେ ଥିଲେ। ଗତକାଲି ସେ ହଠାତ୍ ନିଜ ଦେହରେ କିରାସିନି ଢାଳି ନିଆଁ ଲଗାଇ ଦେଇଥିଲେ। ପରିବାର ଲୋକେ ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ପ୍ରଥମେ ସ୍ଥାନୀୟ ମେଡିକାଲରେ ଭର୍ତ୍ତି କରିଥିଲେ। ତେବେ ଅବସ୍ଥା ଅଧିକ ସଙ୍କଟାପନ୍ନ ହେବାରୁ ତାଙ୍କୁ ଉନ୍ନତ ଚିକିତ୍ସା ପାଇଁ କଟକ ସ୍ଥାନାନ୍ତର କରାଯାଉଥିଲା । ଦୁର୍ଭାଗ୍ୟବଶତଃ, କଟକ ନେଉଥିବା ସମୟରେ ବାଟରେ ହିଁ ରାଜେଶ୍ୱରୀଙ୍କ ମୃତ୍ୟୁ ଘଟିଥିଲା। ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ । ଏହି ଘଟଣା ପରେ ଶାନ୍ତିନଗର ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି ।
