Masthead

ଆୟୁଷମାନ କାର୍ଡରେ କ୍ୟାନସର ରୋଗୀଙ୍କୁ ମିଳିବ ସୁବିଧା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): କ୍ୟାନସର ରୋଗୀଙ୍କ ପାଇଁ ଏକ ଖୁସି ଖବର । ଅର୍ଥ ଅଭାବରୁ ଆଉ ଅଧୁରା ରହିବନି କ୍ୟାନସର ଚିକିତ୍ସା । କ୍ୟାନସର ଆରୋଗ୍ୟ ଯୋଜନାରେ ମିଳିବ ସୁବିଧା ଏବଂ ଆୟୁଷମାନ କାର୍ଡରେ ଯୋଡି ହେବ ନୂଆ ୧୨୧ଟି ପ୍ୟାକେଜ୍, ରାଜ୍ୟ ପାଣ୍ଠିରୁ ଏହି ଖର୍ଚ୍ଚ କରାଯିବା ନେଇ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ବଡ ସୂଚନା ଦେଇଛନ୍ତି । କ୍ୟାନସର ବା କର୍କଟ ଏପରି ଏକ ରୋଗ ଯାହା କେବଳ ଶରୀରକୁ ନୁହେଁ ବରଂ ରୋଗୀର ପରିବାରକୁ ଆର୍ଥିକ ଓ ମାନସିକ ସ୍ତରରେ ସମ୍ପୂର୍ଣ୍ଣ ଭାଙ୍ଗି ଦିଏ ।

ରାଜ୍ୟ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ସୂଚନା ଅନୁଯାୟୀ, ଆୟୁଷ୍ମାନ ଭାରତ ଯୋଜନାରେ କ୍ୟାନସର ଚିକିତ୍ସା ପାଇଁ ନୂଆ ୧୨୧ଟି ପ୍ୟାକେଜ୍ ଯୋଡ଼ିବାକୁ ନିଷ୍ପତ୍ତି ନିଆଯାଇଛି । ପୂର୍ବରୁ ଉପଲବ୍ଧ ସୁବିଧା ଅପେକ୍ଷା ଏହି ନୂଆ ପ୍ୟାକେଜ୍ ଗୁଡ଼ିକ କର୍କଟ ରୋଗୀଙ୍କ ପାଇଁ ଅଧିକ ସହାୟକ ହେବ। ଏଥିରେ କେମୋଥେରାପି, ରେଡିଓଥେରାପି ଠାରୁ ଆରମ୍ଭ କରି ବିଭିନ୍ନ ଜଟିଳ ଅସ୍ତ୍ରୋପଚାରକୁ ଅନ୍ତର୍ଭୁକ୍ତ କରାଯାଇଛି। ଏହାଦ୍ୱାରା ରୋଗୀମାନେ ଅତ୍ୟାଧୁନିକ ଚିକିତ୍ସା ସୁବିଧା ପାଇପାରିବେ। ବିଶେଷ କରି ଗରିବ ଓ ମଧ୍ୟବିତ୍ତ ପରିବାର ପାଇଁ ଏହି ରୋଗର ବ୍ୟୟବହୁଳ ଚିକିତ୍ସା କରିବା ଅନେକ ସମୟରେ ଅସମ୍ଭବ ହୋଇପଡ଼େ। ଏହି ସମସ୍ୟାକୁ ଦୃଷ୍ଟିରେ ରଖି ଓଡ଼ିଶା ସରକାର ଏକ ବଡ଼ ଘୋଷଣା କରିଛନ୍ତି। ଏବେ ରାଜ୍ୟରେ ଆୟୁଷ୍ମାନ କାର୍ଡ ଜରିଆରେ କ୍ୟାନସର ରୋଗୀଙ୍କୁ ମାଗଣା ଓ ଉନ୍ନତମାନର ଚିକିତ୍ସା ସୁବିଧା ଯୋଗାଇ ଦିଆଯିବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 PUCC ବୀମା ନଥିଲେ ଧରିବ ଇ ଡିଟେକ୍ସନ 🔴 ଆହୁରି ତୀବ୍ର ହେଲା ଇରାନ୍-ଆମେରିକା ଯୁଦ୍ଧ 🔴 ୯ ତାରିଖରୁ ରାଜ୍ୟରେ ବଢ଼ିବ ବର୍ଷା 🔴 ସର୍ପାଘାତ ପରେ ସାପକୁ ଧରି ହସ୍ପିଟାଲ ପହଞ୍ଚିଲେ ଯୁବକ 🔴 ଛାତ୍ର ଦୁର୍ଘଟଣା ସହାୟତାକୁ ନେଇ ନୂଆ ନିର୍ଦ୍ଦେଶାବଳୀ 🔴 ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା 🔴 ପ୍ୟାସେଞ୍ଜର ବିମାନ ଉଡ଼ାଇବେ ଅଭିନନ୍ଦନ 🔴 ଭୋଟର ଲିଷ୍ଟରୁ ରାଘବ ଚଢ଼ାଙ୍କ ନାଁ ଗାଏବ 🔴 ମାଫିଆଙ୍କ ଟାର୍ଗେଟରେ କଇଁଛ 🔴 ଉତ୍ତର ଓଡ଼ିଶାରେ ପୁଣି ବନ୍ୟା ସ୍ଥିତି 🔴 PUCC ବୀମା ନଥିଲେ ଧରିବ ଇ ଡିଟେକ୍ସନ 🔴 ଆହୁରି ତୀବ୍ର ହେଲା ଇରାନ୍-ଆମେରିକା ଯୁଦ୍ଧ 🔴 ୯ ତାରିଖରୁ ରାଜ୍ୟରେ ବଢ଼ିବ ବର୍ଷା 🔴 ସର୍ପାଘାତ ପରେ ସାପକୁ ଧରି ହସ୍ପିଟାଲ ପହଞ୍ଚିଲେ ଯୁବକ 🔴 ଛାତ୍ର ଦୁର୍ଘଟଣା ସହାୟତାକୁ ନେଇ ନୂଆ ନିର୍ଦ୍ଦେଶାବଳୀ 🔴 ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା 🔴 ପ୍ୟାସେଞ୍ଜର ବିମାନ ଉଡ଼ାଇବେ ଅଭିନନ୍ଦନ 🔴 ଭୋଟର ଲିଷ୍ଟରୁ ରାଘବ ଚଢ଼ାଙ୍କ ନାଁ ଗାଏବ 🔴 ମାଫିଆଙ୍କ ଟାର୍ଗେଟରେ କଇଁଛ 🔴 ଉତ୍ତର ଓଡ଼ିଶାରେ ପୁଣି ବନ୍ୟା ସ୍ଥିତି