Masthead

ଜଗତ ଦେଖିବ ଜଗାର କଳି

ପୁରୀ (ବଡ଼ ଖବର ବ୍ୟୁରୋ): ଆଜି ପବିତ୍ର ହେରା ପଞ୍ଚମୀ । ମହାପ୍ରଭୁଙ୍କ ରଥ ନନ୍ଦିଘୋଷ ଭାଙ୍ଗିବାର ରହିଛି ନୀତି । ରଥଯାତ୍ରାରେ ସାଥିରେ ନେଇନଥିବାରୁ ରଥ ଭାଙ୍ଗିବେ ମାଆ ଲକ୍ଷ୍ମୀ । ସାରା ବିଶ୍ୱ ଆଜି ଦେଖିବ ସ୍ୱାମୀ ସ୍ତ୍ରୀ ମଧ୍ୟରେ କଳହ। ଆଜି ଗୁଣ୍ଡିଚା ମନ୍ଦିରରେ ଅନୁଷ୍ଠିତ ହେବ ହେରାପଞ୍ଚମୀ ନିତି । ବିଧିପରମ୍ପରା ପୂର୍ବକ ଆଡପମଣ୍ଡପରେ ବିରାଜିତ ମହାପ୍ରଭୁଙ୍କୁ ଦର୍ଶନ କରିବା ପାଇଁ ମହାଲକ୍ଷ୍ମୀ ଶ୍ରୀମନ୍ଦିରରୁ ଶ୍ରୀଗୁଣ୍ଡିଚା ମନ୍ଦିରକୁ ବିଜେ କରିବେ । ରୁକ୍ମଣୀ ହରଣ ଏକାଦଶୀ ଦିନ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ସହ ମହାଲକ୍ଷ୍ମୀଙ୍କ ବିବାହ ଯଥା ସମ୍ପର୍ଣ୍ଣ ହୋଇଥିଲା ।

ଗଇଁଠାଳ ଫିଟି ନ ଥିବା ବେଳେ ମହାପ୍ରଭୁ ଅସୁସ୍ଥ ହୋଇ ଅଣସର ପିଣ୍ଡିରେ ଚିକିତ୍ସିତ ହେଉଥିଲେ । ସୁସ୍ଥ ହେବା ପରେ ବଡଭାଇ ଓ ଭଉଣୀଙ୍କ ସାଙ୍ଗରେ ନେଇ  ଜନ୍ମବେଦୀକୁ ଯାତ୍ରା କରିଛନ୍ତି ମହାପ୍ରଭୁ । ଦୀର୍ଘଦିନ ଧରି ମହାପ୍ରଭୁଙ୍କ ସହ ମହାଲକ୍ଷ୍ମୀଙ୍କ ସାକ୍ଷାତ ହୋଇନାହିଁ ।  ହେରାପଞ୍ଚମୀ ଦିନ ଅର୍ଥାତ ଆଜି ମହାପ୍ରଭୁଙ୍କୁ ଦର୍ଶନ କରିବା ପାଇଁ ଶ୍ରୀଗୁଣ୍ଡିଚା ମନ୍ଦିର ଅଭିମୁଖେ ଯାତ୍ରା କରିବେ ମହାଲକ୍ଷ୍ମୀ । ସେପଟେ ମହାଲକ୍ଷ୍ମୀଙ୍କ ଆଗମନ ଖବର ପହଞ୍ଚିବା ପରେ ମହାପ୍ରଭୁ ଗତକାଲି ଦତ୍ତମହାପାତ୍ର ସେବକଙ୍କ ଦ୍ୱାରା ବନକଲାଗି ହୋଇଛନ୍ତି । ଆଜି ସଂଧ୍ୟା ଆଳତୀ ପରେ ବିମାନରେ ପଟୁଆରରେ ମହାଲକ୍ଷ୍ମୀ ଶ୍ରୀମନ୍ଦିରରୁ ବାହାରି ଗୁଣ୍ଡିଚା ମନ୍ଦିର ଅଭିମୁଖେ ଯାତ୍ରା କରିବେ।

ନନ୍ଦିଘୋଷ ରଥ ନିକଟରେ ମହାଲକ୍ଷ୍ମୀ ପହଞ୍ଚିବା ପରେ ପତ୍ତିମହାପାତ୍ର ସେବାୟତ କର୍ପୂର ବନ୍ଦାପନା, ବଳିତା ବନ୍ଦାପନା, ଚାଉଳ ବନ୍ଦାପନା ଇତ୍ୟାଦି କରିବେ। ସେପଟେ ଗୁଣ୍ଡିଚା ମନ୍ଦିରକୁ ମହାଲକ୍ଷ୍ମୀ ଯିବାବେଳେ ମହାପ୍ରଭୁଙ୍କ ଠାରୁ ମୁଖଚୁମ୍ବିତ ଅଧରମାଳା ମହାଲକ୍ଷ୍ମୀଙ୍କୁ ପ୍ରଦାନ କରାଯିବ। ସେହି ସମୟରେ ସଂଧ୍ୟାଧୂପ ଚାଲିଥିବା ବେଳେ ଟେରା ପଡିଥିବ। ଟେରା ପଡିଥିବାରୁ ମହାପ୍ରଭୁଙ୍କ ଭେଟ ନ ପାଇ ରାଗରେ ଅଭିମାନ କରିବେ ମା ମହାଲକ୍ଷ୍ମୀ। ରାଗ ଜର୍ଜରିତ ଅଭିମାନୀନି ମହାଲକ୍ଷ୍ମୀ ନାକଚଣା ଦ୍ୱାର ଦେଇ ପ୍ରସ୍ଥାନ କରିବା ସମୟରେ ଭିତରଚ୍ଛ ମହାପାତ୍ର ଦହିପଟି ମଣୋହି ନୀତି କରିବେ। ଏହାପରେ ଅଭିମାନୀନି  ମହାଲକ୍ଷ୍ମୀ  ନନ୍ଦିଘୋଷ ରଥର ଚକ ଭାଙ୍ଗି ବଡଦାଣ୍ଡ ଦେଇ ହେରାଗୋହିରୀ ସାହି ଦେଇ ଶ୍ରୀମନ୍ଦିର ଭିତରକୁ ପ୍ରସ୍ଥାନ କରିବେ। ଆସନ୍ତାକାଲି ତିନିରଥକୁ ଦକ୍ଷିଣମୋଡ ସହ ମହାପ୍ରଭୁ ବାହୁଡାଯାତ୍ରା ପାଇଁ ନିର୍ଦ୍ଦେଶ ଦେବେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦିଲ୍ଲୀରେ ଦୁଇମୁଖୀ ପ୍ରତିବାଦ, ସିଜେପି ସହ କୃଷକଙ୍କ ଆନ୍ଦୋଳନ 🔴 ସୁନା ବେଶରେ ଦର୍ଶନ ଦେଉଛନ୍ତି ମା’ 🔴 ରୁଷ୍‌ର ମିସାଇଲ ମାଡ, ୪ଭାରତୀୟ ମୃତ 🔴 ଓଏସଆରଟିସି ଜଗନ୍ନାଥ ଏକ୍ସପ୍ରେସ ଦୁର୍ଘଟଣାଗ୍ରସ୍ତ 🔴 ଆଜି ଶରଧାବାଲିରେ ତିନି ରଥଙ୍କ ଦକ୍ଷିଣ ମୋଡ଼ 🔴 ମଝି ନଦୀରୁ ଟାୱାର ଉପରୁ ଉଦ୍ଧାର ହେଲେ ଯୁବକ 🔴 ବାଦଲ ଫଟା ବର୍ଷା, ଗଲାଣି ୪୩ରୁ ଅଧିକ ଲୋକଙ୍କ ଜୀବନ 🔴 ଜଗତ ଦେଖିବ ଜଗାର କଳି 🔴 ୬ ଜିଲ୍ଲାରେ ପ୍ରବଳ ବର୍ଷା ଆଲର୍ଟ 🔴 ଭୟାବହ ବନ୍ୟାରେ ଥରହର ଜମ୍ମୁ-କାଶ୍ମୀର, ୧୧ ମୃତ 🔴 ଦିଲ୍ଲୀରେ ଦୁଇମୁଖୀ ପ୍ରତିବାଦ, ସିଜେପି ସହ କୃଷକଙ୍କ ଆନ୍ଦୋଳନ 🔴 ସୁନା ବେଶରେ ଦର୍ଶନ ଦେଉଛନ୍ତି ମା’ 🔴 ରୁଷ୍‌ର ମିସାଇଲ ମାଡ, ୪ଭାରତୀୟ ମୃତ 🔴 ଓଏସଆରଟିସି ଜଗନ୍ନାଥ ଏକ୍ସପ୍ରେସ ଦୁର୍ଘଟଣାଗ୍ରସ୍ତ 🔴 ଆଜି ଶରଧାବାଲିରେ ତିନି ରଥଙ୍କ ଦକ୍ଷିଣ ମୋଡ଼ 🔴 ମଝି ନଦୀରୁ ଟାୱାର ଉପରୁ ଉଦ୍ଧାର ହେଲେ ଯୁବକ 🔴 ବାଦଲ ଫଟା ବର୍ଷା, ଗଲାଣି ୪୩ରୁ ଅଧିକ ଲୋକଙ୍କ ଜୀବନ 🔴 ଜଗତ ଦେଖିବ ଜଗାର କଳି 🔴 ୬ ଜିଲ୍ଲାରେ ପ୍ରବଳ ବର୍ଷା ଆଲର୍ଟ 🔴 ଭୟାବହ ବନ୍ୟାରେ ଥରହର ଜମ୍ମୁ-କାଶ୍ମୀର, ୧୧ ମୃତ