Masthead

ଆଜି ଶରଧାବାଲିରେ ତିନି ରଥଙ୍କ ଦକ୍ଷିଣ ମୋଡ଼

ପୁରୀ (ବଡ଼ ଖବର ବ୍ୟୁରୋ): ଗତକାଲି ହେରାପଞ୍ଚମୀ ନୀତି  ଶେଷ ହେବା ପରେ ବାହୁଡା ଯାତ୍ରା ପାଇଁ ପ୍ରସ୍ତୁତି ପର୍ବ ଆରମ୍ଭ ହୋଇଛି। ଆଜି ତିନି ରଥ ଦକ୍ଷିଣ ମୋଡ଼ କରାଯିବ । ରଥତ୍ରୟ ଗୁଣ୍ଡିଚାଘର ସିଂହଦ୍ୱାର ସମ୍ମୁଖରୁ ଟଣା ହୋଇ ଶରଧାବାଲିରେ ପହଞ୍ଚିବେ । ଏଣୁ ବଡ଼ଦାଣ୍ଡରେ ଆରମ୍ଭ ହୋଇଛି ପ୍ରସ୍ତୁତି । ବଡ଼ଶଙ୍ଖ ନିକଟରୁ ମୁକ୍ତାକାଶ ରଙ୍ଗମଞ୍ଚ ପର୍ଯ୍ୟନ୍ତ ବାଲି ପଡିଛି । ରଥ ଚାଳନାରେ ଏହା ସହଯୋଗ ହେବ । ଆଜି ସକାଳଧୂପ ପରେ ଠାକୁରଙ୍କ ନିକଟରୁ ଆଜ୍ଞାମାଳ ରଥକୁ ବିଜେ ହେବାପରେ ରଥଟଣା ଆରମ୍ଭ ହେବ ।

ପ୍ରଥମେ ଦେବୀ ସୁଭଦ୍ରାଙ୍କ ଦେବଦଳନ ରଥ, ପରେ ବଡଠାକୁରଙ୍କ ତାଳଧ୍ୱଜ ରଥ ଓ ଶେଷରେ ଜଗନ୍ନାଥଙ୍କ ନନ୍ଦିଘୋଷ ରଥ ଆସି ନାକଚଣା ଦ୍ୱାର ସମ୍ମୁଖରେ ପହଞ୍ଚିବ । ଆସନ୍ତା 24ତାରିଖ ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା । ଏଣୁ ଦକ୍ଷିଣିମୋଡ଼ରେ ରଥ ଶ୍ରୀମନ୍ଦିର ଅଭିମୁଖେ ଗଡ଼ିବାକୁ ପ୍ରସ୍ତୁତ ରହିବ। ସେପଟେ ଗତକାଲି ରାତିରେ ପବିତ୍ର ହେରାପଞ୍ଚମୀ ତିଥିରେ ମା ମହାଲଷ୍ମୀ ଅଭିମାନରେ ଫେରିଥିବାରୁ ପ୍ରଭୁଙ୍କ ନିର୍ଦେଶରେ ବାହୁଡା ଯାତ୍ରାପାଇଁ ତିନି ରଥର ଦକ୍ଷିଣମୋଡ କରାଯାଇଥାଏ।ସେଥିପାଇଁ ରଥର ମୁଖ୍ୟ ମହାରଣା,ଭୋଇ ସେବକଙ୍କ ଉପସ୍ଥିତିରେ ରଥ ତଦାରଖ କମିଟି,ଶ୍ରୀମନ୍ଦିର ପ୍ରଶାସନର ଯନ୍ତ୍ରୀ,ପୂର୍ତ୍ତବିଭାଗର ଯନ୍ତ୍ରୀ,,ଇଷ୍ଟକୋଷ୍ଟ ରେଲୱେ କର୍ମଚାରୀ ମାନେ ମିଳିତ ଭାବେ ତିନ ରଥର ଯାଞ୍ଚ କରିଥିଲେ।ଆବଶ୍ୟକ ଛୋଟ ମୋଟ ମରାମତି ମଧ୍ୟ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 PUCC ବୀମା ନଥିଲେ ଧରିବ ଇ ଡିଟେକ୍ସନ 🔴 ଆହୁରି ତୀବ୍ର ହେଲା ଇରାନ୍-ଆମେରିକା ଯୁଦ୍ଧ 🔴 ୯ ତାରିଖରୁ ରାଜ୍ୟରେ ବଢ଼ିବ ବର୍ଷା 🔴 ସର୍ପାଘାତ ପରେ ସାପକୁ ଧରି ହସ୍ପିଟାଲ ପହଞ୍ଚିଲେ ଯୁବକ 🔴 ଛାତ୍ର ଦୁର୍ଘଟଣା ସହାୟତାକୁ ନେଇ ନୂଆ ନିର୍ଦ୍ଦେଶାବଳୀ 🔴 ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା 🔴 ପ୍ୟାସେଞ୍ଜର ବିମାନ ଉଡ଼ାଇବେ ଅଭିନନ୍ଦନ 🔴 ଭୋଟର ଲିଷ୍ଟରୁ ରାଘବ ଚଢ଼ାଙ୍କ ନାଁ ଗାଏବ 🔴 ମାଫିଆଙ୍କ ଟାର୍ଗେଟରେ କଇଁଛ 🔴 ଉତ୍ତର ଓଡ଼ିଶାରେ ପୁଣି ବନ୍ୟା ସ୍ଥିତି 🔴 PUCC ବୀମା ନଥିଲେ ଧରିବ ଇ ଡିଟେକ୍ସନ 🔴 ଆହୁରି ତୀବ୍ର ହେଲା ଇରାନ୍-ଆମେରିକା ଯୁଦ୍ଧ 🔴 ୯ ତାରିଖରୁ ରାଜ୍ୟରେ ବଢ଼ିବ ବର୍ଷା 🔴 ସର୍ପାଘାତ ପରେ ସାପକୁ ଧରି ହସ୍ପିଟାଲ ପହଞ୍ଚିଲେ ଯୁବକ 🔴 ଛାତ୍ର ଦୁର୍ଘଟଣା ସହାୟତାକୁ ନେଇ ନୂଆ ନିର୍ଦ୍ଦେଶାବଳୀ 🔴 ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା 🔴 ପ୍ୟାସେଞ୍ଜର ବିମାନ ଉଡ଼ାଇବେ ଅଭିନନ୍ଦନ 🔴 ଭୋଟର ଲିଷ୍ଟରୁ ରାଘବ ଚଢ଼ାଙ୍କ ନାଁ ଗାଏବ 🔴 ମାଫିଆଙ୍କ ଟାର୍ଗେଟରେ କଇଁଛ 🔴 ଉତ୍ତର ଓଡ଼ିଶାରେ ପୁଣି ବନ୍ୟା ସ୍ଥିତି