Masthead

ଓଏସଆରଟିସି ଜଗନ୍ନାଥ ଏକ୍ସପ୍ରେସ ଦୁର୍ଘଟଣାଗ୍ରସ୍ତ

ଅନୁଗୁଳ (ବଡ଼ ଖବର ବ୍ୟୁରୋ): ଅନୁଗୁଳ ଜିଲ୍ଲାରେ ଘଟିଛି ସଡ଼କ ଦୁର୍ଘଟଣା। ଯାତ୍ରୀଙ୍କୁ ନେଇ ଓଲଟି ପଡ଼ିଛି OSRTCର ‘ଜଗନ୍ନାଥ ଏକ୍ସପ୍ରେସ’ ବସ୍। ଦୁର୍ଘଟଣାରେ ୬ ଜଣ ଗୁରୁତର ଆହତ ହୋଇଥିବା ବେଳେ ୨୪ରୁ ଅଧିକ ଯାତ୍ରୀ ସାମାନ୍ୟ ଆହତ ହୋଇଛନ୍ତି। OSRTCର ‘ଜଗନ୍ନାଥ ଏକ୍ସପ୍ରେସ’ ବସ୍‌ଟି ୫୦ରୁ ଉର୍ଦ୍ଧ୍ୱ ଯାତ୍ରୀଙ୍କୁ ନେଇ ପୁରୀରୁ ସୁନ୍ଦରଗଡ଼ ଅଭିମୁଖେ ଯାଉଥିଲା।

ତେବେ ୧୪୯ ନମ୍ବର ଜାତୀୟ ରାଜପଥରେ ଅନୁଗୁଳ ଜିଲ୍ଲା ସମଲ ଥାନା ବୁରୁକୁନା ଛକ ନିକଟରେ ହଠାତ୍ ଭାରସାମ୍ୟ ହରାଇ ରାସ୍ତା କଡ଼କୁ ଓଲଟି ପଡ଼ିଥିଲା।ସଙ୍ଗେ ସଙ୍ଗେ ସ୍ଥାନୀୟ ଲୋକ ଉଦ୍ଧାର କରିଥିଲେ । ଘଟଣା ସମ୍ପର୍କରେ ଖବର ପାଇ ସ୍ଥାନୀୟ ଅଗ୍ନିଶମ ବିଭାଗ ଓ ୧୦୮ ଆମ୍ବୁଲାନ୍ସ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ। ଆହତ ଯାତ୍ରୀମାନଙ୍କୁ ପ୍ରଥମେ ଖମାର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରକୁ ନିଆଯାଇଥିଲା। ସେଠାରେ ପ୍ରାଥମିକ ଚିକିତ୍ସା ପରେ ଗୁରୁତର ଆହତଙ୍କୁ ଅନୁଗୁଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ସହ କଟକ ଓ ଭୁବନେଶ୍ୱରର ବିଭିନ୍ନ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 PUCC ବୀମା ନଥିଲେ ଧରିବ ଇ ଡିଟେକ୍ସନ 🔴 ଆହୁରି ତୀବ୍ର ହେଲା ଇରାନ୍-ଆମେରିକା ଯୁଦ୍ଧ 🔴 ୯ ତାରିଖରୁ ରାଜ୍ୟରେ ବଢ଼ିବ ବର୍ଷା 🔴 ସର୍ପାଘାତ ପରେ ସାପକୁ ଧରି ହସ୍ପିଟାଲ ପହଞ୍ଚିଲେ ଯୁବକ 🔴 ଛାତ୍ର ଦୁର୍ଘଟଣା ସହାୟତାକୁ ନେଇ ନୂଆ ନିର୍ଦ୍ଦେଶାବଳୀ 🔴 ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା 🔴 ପ୍ୟାସେଞ୍ଜର ବିମାନ ଉଡ଼ାଇବେ ଅଭିନନ୍ଦନ 🔴 ଭୋଟର ଲିଷ୍ଟରୁ ରାଘବ ଚଢ଼ାଙ୍କ ନାଁ ଗାଏବ 🔴 ମାଫିଆଙ୍କ ଟାର୍ଗେଟରେ କଇଁଛ 🔴 ଉତ୍ତର ଓଡ଼ିଶାରେ ପୁଣି ବନ୍ୟା ସ୍ଥିତି 🔴 PUCC ବୀମା ନଥିଲେ ଧରିବ ଇ ଡିଟେକ୍ସନ 🔴 ଆହୁରି ତୀବ୍ର ହେଲା ଇରାନ୍-ଆମେରିକା ଯୁଦ୍ଧ 🔴 ୯ ତାରିଖରୁ ରାଜ୍ୟରେ ବଢ଼ିବ ବର୍ଷା 🔴 ସର୍ପାଘାତ ପରେ ସାପକୁ ଧରି ହସ୍ପିଟାଲ ପହଞ୍ଚିଲେ ଯୁବକ 🔴 ଛାତ୍ର ଦୁର୍ଘଟଣା ସହାୟତାକୁ ନେଇ ନୂଆ ନିର୍ଦ୍ଦେଶାବଳୀ 🔴 ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା 🔴 ପ୍ୟାସେଞ୍ଜର ବିମାନ ଉଡ଼ାଇବେ ଅଭିନନ୍ଦନ 🔴 ଭୋଟର ଲିଷ୍ଟରୁ ରାଘବ ଚଢ଼ାଙ୍କ ନାଁ ଗାଏବ 🔴 ମାଫିଆଙ୍କ ଟାର୍ଗେଟରେ କଇଁଛ 🔴 ଉତ୍ତର ଓଡ଼ିଶାରେ ପୁଣି ବନ୍ୟା ସ୍ଥିତି