ଓଏସଆରଟିସି ଜଗନ୍ନାଥ ଏକ୍ସପ୍ରେସ ଦୁର୍ଘଟଣାଗ୍ରସ୍ତ

ଅନୁଗୁଳ (ବଡ଼ ଖବର ବ୍ୟୁରୋ): ଅନୁଗୁଳ ଜିଲ୍ଲାରେ ଘଟିଛି ସଡ଼କ ଦୁର୍ଘଟଣା। ଯାତ୍ରୀଙ୍କୁ ନେଇ ଓଲଟି ପଡ଼ିଛି OSRTCର ‘ଜଗନ୍ନାଥ ଏକ୍ସପ୍ରେସ’ ବସ୍। ଦୁର୍ଘଟଣାରେ ୬ ଜଣ ଗୁରୁତର ଆହତ ହୋଇଥିବା ବେଳେ ୨୪ରୁ ଅଧିକ ଯାତ୍ରୀ ସାମାନ୍ୟ ଆହତ ହୋଇଛନ୍ତି। OSRTCର ‘ଜଗନ୍ନାଥ ଏକ୍ସପ୍ରେସ’ ବସ୍‌ଟି ୫୦ରୁ ଉର୍ଦ୍ଧ୍ୱ ଯାତ୍ରୀଙ୍କୁ ନେଇ ପୁରୀରୁ ସୁନ୍ଦରଗଡ଼ ଅଭିମୁଖେ ଯାଉଥିଲା।

ତେବେ ୧୪୯ ନମ୍ବର ଜାତୀୟ ରାଜପଥରେ ଅନୁଗୁଳ ଜିଲ୍ଲା ସମଲ ଥାନା ବୁରୁକୁନା ଛକ ନିକଟରେ ହଠାତ୍ ଭାରସାମ୍ୟ ହରାଇ ରାସ୍ତା କଡ଼କୁ ଓଲଟି ପଡ଼ିଥିଲା।ସଙ୍ଗେ ସଙ୍ଗେ ସ୍ଥାନୀୟ ଲୋକ ଉଦ୍ଧାର କରିଥିଲେ । ଘଟଣା ସମ୍ପର୍କରେ ଖବର ପାଇ ସ୍ଥାନୀୟ ଅଗ୍ନିଶମ ବିଭାଗ ଓ ୧୦୮ ଆମ୍ବୁଲାନ୍ସ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ। ଆହତ ଯାତ୍ରୀମାନଙ୍କୁ ପ୍ରଥମେ ଖମାର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରକୁ ନିଆଯାଇଥିଲା। ସେଠାରେ ପ୍ରାଥମିକ ଚିକିତ୍ସା ପରେ ଗୁରୁତର ଆହତଙ୍କୁ ଅନୁଗୁଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ସହ କଟକ ଓ ଭୁବନେଶ୍ୱରର ବିଭିନ୍ନ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’