Masthead

୫ ଦିନ ଯାଏ ପ୍ରବଳ ବର୍ଷା !

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟର ଅନେକ ସ୍ଥାନରେ ବୁଧବାର ବର୍ଷା ସମ୍ଭାବନା ରହିଛି । ବିଶେଷ କରି ଉତ୍ତର ପଶ୍ଚିମ ଓଡ଼ିଶାରେ ଅଧିକ ବର୍ଷା ହୋଇପାରେ । ପାଣିପାଗ ବିଭାଗ ଆକଳନ କରିଛି, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, କେନ୍ଦୁଝର, ମୟୂରଭଞ୍ଜର ସ୍ଥାନେ ସ୍ଥାନେ ପ୍ରବଳ ବର୍ଷା ହୋଇପାରେ । ଏହାବାଦ୍ ବାଲେଶ୍ୱର, ଭଦ୍ରକ, ଯାଜପୁର, ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, କେନ୍ଦୁଝର ଓ ମୟୂରଭଞ୍ଜରେ ଘଡ଼ଘଡ଼ି ସହ ୩୦ରୁ ୪୦ କିମି ବେଗରେ ପବନ ଆଶଙ୍କା ମଧ୍ୟ ରହିଛି ।

୨୩ ଓ ୨୪ ତାରିଖରେ ମଧ୍ୟ ରାଜ୍ୟର ଅନେକ ସ୍ଥାନରେ ବର୍ଷା ସମ୍ଭାବନା ଥିବାବେଳେ ୨୫ରେ ଅଧିକ ବର୍ଷା ହୋଇପାରେ । ୨୫ ଓ ୨୬ରେ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ସତର୍କ ସୂଚନା ଜାରି କରାଯାଇଛି । ଆସନ୍ତା ୫ ଦିନ ଯାଏ ବର୍ଷା ସମ୍ଭାବନା ରହିଛି। ତେବେ ଲଘୁଚାପ ସୃଷ୍ଟି ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୌଣସି ସୂଚନା ଦିଆଯାଇ ନ ଥିବାବେଳେ ପ୍ରବଳ ବର୍ଷା ପାଇଁ ବିଭିନ୍ନ ଜିଲାକୁ ସତର୍କ କରାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 PUCC ବୀମା ନଥିଲେ ଧରିବ ଇ ଡିଟେକ୍ସନ 🔴 ଆହୁରି ତୀବ୍ର ହେଲା ଇରାନ୍-ଆମେରିକା ଯୁଦ୍ଧ 🔴 ୯ ତାରିଖରୁ ରାଜ୍ୟରେ ବଢ଼ିବ ବର୍ଷା 🔴 ସର୍ପାଘାତ ପରେ ସାପକୁ ଧରି ହସ୍ପିଟାଲ ପହଞ୍ଚିଲେ ଯୁବକ 🔴 ଛାତ୍ର ଦୁର୍ଘଟଣା ସହାୟତାକୁ ନେଇ ନୂଆ ନିର୍ଦ୍ଦେଶାବଳୀ 🔴 ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା 🔴 ପ୍ୟାସେଞ୍ଜର ବିମାନ ଉଡ଼ାଇବେ ଅଭିନନ୍ଦନ 🔴 ଭୋଟର ଲିଷ୍ଟରୁ ରାଘବ ଚଢ଼ାଙ୍କ ନାଁ ଗାଏବ 🔴 ମାଫିଆଙ୍କ ଟାର୍ଗେଟରେ କଇଁଛ 🔴 ଉତ୍ତର ଓଡ଼ିଶାରେ ପୁଣି ବନ୍ୟା ସ୍ଥିତି 🔴 PUCC ବୀମା ନଥିଲେ ଧରିବ ଇ ଡିଟେକ୍ସନ 🔴 ଆହୁରି ତୀବ୍ର ହେଲା ଇରାନ୍-ଆମେରିକା ଯୁଦ୍ଧ 🔴 ୯ ତାରିଖରୁ ରାଜ୍ୟରେ ବଢ଼ିବ ବର୍ଷା 🔴 ସର୍ପାଘାତ ପରେ ସାପକୁ ଧରି ହସ୍ପିଟାଲ ପହଞ୍ଚିଲେ ଯୁବକ 🔴 ଛାତ୍ର ଦୁର୍ଘଟଣା ସହାୟତାକୁ ନେଇ ନୂଆ ନିର୍ଦ୍ଦେଶାବଳୀ 🔴 ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା 🔴 ପ୍ୟାସେଞ୍ଜର ବିମାନ ଉଡ଼ାଇବେ ଅଭିନନ୍ଦନ 🔴 ଭୋଟର ଲିଷ୍ଟରୁ ରାଘବ ଚଢ଼ାଙ୍କ ନାଁ ଗାଏବ 🔴 ମାଫିଆଙ୍କ ଟାର୍ଗେଟରେ କଇଁଛ 🔴 ଉତ୍ତର ଓଡ଼ିଶାରେ ପୁଣି ବନ୍ୟା ସ୍ଥିତି