Masthead

ନିଟ୍ ପେପର ଲିକ୍, ଫାଷ୍ଟ-ଟ୍ରାକ୍ କୋର୍ଟରେ ହେବ ଶୁଣାଣି

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ନିଟ୍ ପେପର ଲିକକୁ ନେଇ ପ୍ରଧାନମନ୍ତ୍ରୀଙ୍କ ବଡ଼ ଘୋଷଣା । ଫାଷ୍ଟ-ଟ୍ରାକ୍ କୋର୍ଟ ଗଠନ କରିବାକୁ ମୋଦିଙ୍କ ନିର୍ଦ୍ଦେଶ। ଶୀଘ୍ର ଶୁଣାଣି ପାଇଁ ଦେଲେ ନିର୍ଦ୍ଦେଶ। ନିଟ୍ ପେପର ଲିକକୁ ନେଇ ଦେଶବ୍ୟାପୀ ବିବାଦ ଓ ଛାତ୍ରଛାତ୍ରୀଙ୍କ ପ୍ରତିବାଦ ଜାରି ରହିଛି । କେନ୍ଦ୍ର ସରକାର ଏହା ଉପରେ ଏକ ବଡ ପଦକ୍ଷେପ ନେଇଛନ୍ତି । ମାମଲାର ଶୀଘ୍ର ଶୁଣାଣି ପାଇଁ ଫାଷ୍ଟ-ଟ୍ରାକ୍ କୋର୍ଟ ଗଠନ କରିବାକୁ ପ୍ରଧାନମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ସେ କହିଛନ୍ତି, ପେପର ଲିକ୍ ମାମଲାରେ ଜଡିତ ଲୋକଙ୍କ ପୁଙ୍ଖାନୁପୁଙ୍ଖ ବିଚାର କାରିବା ସହ କଠୋର ଦଣ୍ଡ ସୁନିଶ୍ଚିତ । ଛାତ୍ରମାନଙ୍କ ଭବିଷ୍ୟତକୁ ସୁରକ୍ଷା ଦେବା ସରକାରଙ୍କର ସର୍ବୋଚ୍ଚ ପ୍ରାଥମିକତା ଏବଂ ଆମ ପାଇଁ ଯୁବପିଢ଼ିଠାରୁ ଅଧିକ ଗୁରୁତ୍ୱପୂର୍ଣ୍ଣ ଆଉ କିଛି ନାହିଁ। ଏହା ଛାତ୍ରଛାତ୍ରୀମାନଙ୍କ ସ୍ୱାର୍ଥକୁ ସୁରକ୍ଷା ଦେବା ପାଇଁ ଏକ ପ୍ରମୁଖ ପଦକ୍ଷେପ। ଯୁବପିଢ଼ିଙ୍କ ଭବିଷ୍ୟତ ସହିତ ଯିଏ ବି ଖେଳିବ ତାଙ୍କୁ ଛଡାଯିବ ନାହିଁ। ଏନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋସିଆଲ ମିଡିଆ ଏକ୍ସର ଏକ ପୋଷ୍ଟ ମାଧ୍ୟମରେ ଘୋଷଣା କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 PUCC ବୀମା ନଥିଲେ ଧରିବ ଇ ଡିଟେକ୍ସନ 🔴 ଆହୁରି ତୀବ୍ର ହେଲା ଇରାନ୍-ଆମେରିକା ଯୁଦ୍ଧ 🔴 ୯ ତାରିଖରୁ ରାଜ୍ୟରେ ବଢ଼ିବ ବର୍ଷା 🔴 ସର୍ପାଘାତ ପରେ ସାପକୁ ଧରି ହସ୍ପିଟାଲ ପହଞ୍ଚିଲେ ଯୁବକ 🔴 ଛାତ୍ର ଦୁର୍ଘଟଣା ସହାୟତାକୁ ନେଇ ନୂଆ ନିର୍ଦ୍ଦେଶାବଳୀ 🔴 ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା 🔴 ପ୍ୟାସେଞ୍ଜର ବିମାନ ଉଡ଼ାଇବେ ଅଭିନନ୍ଦନ 🔴 ଭୋଟର ଲିଷ୍ଟରୁ ରାଘବ ଚଢ଼ାଙ୍କ ନାଁ ଗାଏବ 🔴 ମାଫିଆଙ୍କ ଟାର୍ଗେଟରେ କଇଁଛ 🔴 ଉତ୍ତର ଓଡ଼ିଶାରେ ପୁଣି ବନ୍ୟା ସ୍ଥିତି 🔴 PUCC ବୀମା ନଥିଲେ ଧରିବ ଇ ଡିଟେକ୍ସନ 🔴 ଆହୁରି ତୀବ୍ର ହେଲା ଇରାନ୍-ଆମେରିକା ଯୁଦ୍ଧ 🔴 ୯ ତାରିଖରୁ ରାଜ୍ୟରେ ବଢ଼ିବ ବର୍ଷା 🔴 ସର୍ପାଘାତ ପରେ ସାପକୁ ଧରି ହସ୍ପିଟାଲ ପହଞ୍ଚିଲେ ଯୁବକ 🔴 ଛାତ୍ର ଦୁର୍ଘଟଣା ସହାୟତାକୁ ନେଇ ନୂଆ ନିର୍ଦ୍ଦେଶାବଳୀ 🔴 ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା 🔴 ପ୍ୟାସେଞ୍ଜର ବିମାନ ଉଡ଼ାଇବେ ଅଭିନନ୍ଦନ 🔴 ଭୋଟର ଲିଷ୍ଟରୁ ରାଘବ ଚଢ଼ାଙ୍କ ନାଁ ଗାଏବ 🔴 ମାଫିଆଙ୍କ ଟାର୍ଗେଟରେ କଇଁଛ 🔴 ଉତ୍ତର ଓଡ଼ିଶାରେ ପୁଣି ବନ୍ୟା ସ୍ଥିତି