ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ପଶ୍ଚିମବଙ୍ଗ- ଉତ୍ତର ଓଡ଼ିଶା ଉପକୂଳ ସଂଲଗ୍ନ ଅଞ୍ଚଳରେ ସକ୍ରିୟ ଥିବା ଗଭୀର ଅବପାତ ଗତ ୬ ଘଣ୍ଟା ମଧ୍ୟରେ ଘଣ୍ଟାପ୍ରତି ପ୍ରାୟ ୩ କିଲୋମିଟର ବେଗରେ ଧୀରେ ଧୀରେ ଉତ୍ତର ଦିଗକୁ ଗତି କରିଛି। ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତଜନିତ ସମ୍ଭାବ୍ୟ ବର୍ଷାକୁ ନେଇ ୯ଜିଲାକୁ ସତର୍କ ସୂଚନା ଜାରି କରାଯାଇଛି। ସବୁପ୍ରକାର ପରିସ୍ଥିତିର କିଭଳି ମୁକାବିଲା କରାଯାଇପାରିବ ସେନେଇ ସଜାଗ ରହିବା ଲାଗି ସମ୍ପୃକ୍ତ ଜିଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି ।
ରାଜ୍ୟର ୯ଟି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଅନୁମାନ କରାଯାଉଛି। ସେସବୁ ଜିଲାରେ ‘ରେଡ୍ ଆଲର୍ଟ’ ଜାରି କରାଯାଇଛି। ଆସନ୍ତା ୨୪ ଘଣ୍ଟା ପାଇଁ ବରଗଡ଼, ସମ୍ବଲପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା ୪ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂଜାରି କରାଯାଇଥିବା ବେଳେ ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି। ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ଯୋଗୁ ବାଲେଶ୍ବର, ଭଦ୍ରକ , ମୟୂରଭଞ୍ଜ , କେନ୍ଦୁଝର, ସମ୍ବଲପୁର ଏବଂ ବୌଦ୍ଧରେ ସମସ୍ତ ସ୍କୁଲ ଏବଂ ଅଙ୍ଗନୱାଡ଼ି ଛୁଟି ଘୋଷଣା କରାଯାଇଛି।
