Masthead

ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍!

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପୁଣି ସାମ୍ନାକୁ ଆସିଲା ପ୍ରଶ୍ନପତ୍ର ଲିକ୍ ଖବର । ନିଟ୍ ପ୍ରଶ୍ନପତ୍ର ଲିକ୍ ମାମଲାରେ ଦେଶବ୍ୟାପି ବିକ୍ଷୋଭ ଲାଗି ରହିଥିବା ବେଳେ ଅଲ୍ ଓଡ଼ିଶା ମେଡିକାଲ୍ ପିଜି ପରୀକ୍ଷାକୁ ନେଇ ପ୍ରଶ୍ନପତ୍ର ଲିକ୍ ଅଭିଯୋଗ ସାମ୍ନାକୁ ଆସିଛି। ଅଭିଯୋଗ ଅନୁସାରେ, ୨୦୨୩–୨୦୨୬ ବ୍ୟାଚର ଜେନେରାଲ୍ ସର୍ଜରୀ MD/MS ପରୀକ୍ଷାର ପ୍ରଶ୍ନପତ୍ର ପରୀକ୍ଷା ଆରମ୍ଭ ପୂର୍ବରୁ ଏକ ହ୍ୱାଟ୍ସଆପ୍ ଗ୍ରୁପ୍‌ରେ ଘୁରିବୁଲୁଥିଲା। ଏହାସହ କେତେକ ହ୍ୱାଟ୍ସଆପ୍ ନମ୍ବରରୁ ପରୀକ୍ଷା ପ୍ରଶ୍ନର ଉତ୍ତର ମଧ୍ୟ ପଠାଯାଉଥିବା ଅଭିଯୋଗ ହୋଇଛି। ରାଜ୍ୟ ସ୍ୱାସ୍ଥ୍ୟ ବିଶ୍ୱବିଦ୍ୟାଳୟ ପକ୍ଷରୁ ପରିଚାଳିତ ଏହି ପରୀକ୍ଷାରେ ଗୁରୁତର ଅନିୟମିତତା ଏବେ ସାମ୍‌ନାକୁ ଆସିଛି । ଏହି ଘଟଣା ପରୀକ୍ଷା ବ୍ୟବସ୍ଥାର ସ୍ୱଚ୍ଛତାକୁ ନେଇ ଗୁରୁତର ପ୍ରଶ୍ନ ସୃଷ୍ଟି କରିଛି।

ଏହି ପ୍ରଶ୍ନପତ୍ର ଲିକ୍ ଘଟଣାରେ ଜଣେ ଡାକ୍ତରୀ ଛାତ୍ର ଓ ଅନୁଷ୍ଠାନର ବରିଷ୍ଠ କିରାଣୀ ସଂଶ୍ଳିଷ୍ଟ ଥିବା ଅନୁମାନ କରାଯାଉଛି । ଲକ୍ଷାଧିକ ଟଙ୍କା ବଦଳରେ ବିଦ୍ୟାର୍ଥୀଙ୍କ ବିଭିନ୍ନ ୱାଟସଅପ୍ ଗ୍ରୁପରେ ପ୍ରଶ୍ନପତ୍ରର କପି ପଠା ଯାଉଥିବା ଜଣାପଡ଼ିଛି । ଅଭିଯୋଗ ସାମ୍ନାକୁ ଆସିବା ପରେ ପରୀକ୍ଷା କର୍ତ୍ତୃପକ୍ଷ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଥିବା ସୂଚନା ମିଳିଛି। ପରୀକ୍ଷା କେନ୍ଦ୍ରରେ ମୋବାଇଲ୍ ଫୋନ୍ ସମେତ ଅନ୍ୟାନ୍ୟ ଇଲେକ୍ଟ୍ରୋନିକ୍ସ ଡିଭାଇସ୍ ବ୍ୟବହାର ଉପରେ ସମ୍ପୂର୍ଣ୍ଣ କଟକଣା ଲଗାଯାଇଛି। ଏହି ଘଟଣାକୁ ନେଇ ପରୀକ୍ଷାର୍ଥୀଙ୍କ ମଧ୍ୟରେ ଅସନ୍ତୋଷ ଓ ଉଦ୍ବେଗ ଦେଖାଦେଇଥିବାବେଳେ, ନିରପେକ୍ଷ ତଦନ୍ତ କରି ଦୋଷୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ନେବାକୁ ଦାବି ଉଠିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ