Masthead

ଝଡ଼ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଅଗଷ୍ଟ ୨ରୁ ବର୍ଷା ପରିମାଣ ସାମାନ୍ୟ ବୃଦ୍ଧି ପାଇବ । ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ବିଶେଷ କରି ଦକ୍ଷିଣ ଓଡ଼ିଶାର କେତେକ ଜାଗାରେ ପ୍ରବଳ ବର୍ଷା ହୋଇପାରେ । ଏଭଳି ପୂର୍ବାନୁମାନ ଦେଖାଇଛି ପାଣିପାଗ ବିଭାଗ । ଶୁକ୍ରବାର ରାଜ୍ୟର କେତେକ ଜିଲାରେ ଝଡ଼ବର୍ଷା ଲାଗି ରହିବ। ଏଥିପାଇଁ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, କଟକ, କେନ୍ଦୁଝର, ମୟୂରଭଞ୍ଜ, ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା ଏବଂ ନୟାଗଡ଼ ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ସେହିପରି ଶନିବାର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, କଟକ, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବୌଦ୍ଧ, କନ୍ଧମାଳ, ରାୟଗଡ଼ା, ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା ଏବଂ ନୟାଗଡ଼ ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।

ଗତ ୨୪ ଘଣ୍ଟା ଅର୍ଥାତ୍‌ ଗୁରୁବାର ସକାଳ ୮.୩୦ ସୁଦ୍ଧା ରାଜ୍ୟର ୮ଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ରେକର୍ଡ କରାଯାଇଥିବାବେଳେ ୧୯ଟି ସ୍ଥାନରେ ପ୍ରବଳ ବର୍ଷା ହୋଇଛି। ନୂଆପଡ଼ା ଜିଲା ସିନାପଲ୍ଲୀରେ ସର୍ବାଧିକ ୧୬୪ ମି.ମି., ବରଗଡ଼ ଜିଲା ପାଇକମାଳରେ ୧୫୭.୫ ମି.ମି., ନୂଆପଡ଼ା ଜିଲା ଖରିଆରରେ ୧୫୫ ମି.ମି., ବୋଡେନ୍‌ରେ ୧୫୨ ମି.ମି., ନବରଙ୍ଗପୁର ଜିଲା ଝରିଗାଁରେ ୧୩୫ ମି.ମି., କଳାହାଣ୍ଡି ଜିଲା ଗୋଲାମୁଣ୍ଡାରେ ୧୩୪ ମି.ମି., ନବରଙ୍ଗପୁର ଜିଲା ଉମରକୋଟରେ ୧୨୫ ମି.ମି., ନୂଆପଡ଼ା ଜିଲା କୋମଣାରେ ୧୧୯.୩ ମି.ମି., ନବରଙ୍ଗପୁର ଜିଲା ଡାବୁଗଁାରେ ୧୧୫.୨ ମି.ମି. ବର୍ଷା ରେକର୍ଡ ହୋଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ