Masthead

ହୀରାକୁଦରେ ଖୋଲିଲା ୧୪ ଗେଟ୍

ସମ୍ବଲପୁର (ବଡ଼ ଖବର ବ୍ୟୁରୋ):  ହୀରାକୁଦରେ ଖୋଲିଲା ୧୪ ଗେଟ୍ । ସକାଳେ ୧୦ ଟି ଖୋଲା ଯାଇଥିବାବେଳେ ଏବେ ଆଉ ୨ଟି ଖୋଲା ଯାଇଛି । ହୀରାକୁଦର ଜଳସ୍ତର ଧିରେ ଧିରେ ବଢିବା କାରଣରୁ ବର୍ତ୍ତମାନ ମୋଟ୍ ୧୪ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସିତ ହେଉଛି । ଏବେ ଜଳଭଣ୍ଡାରର ଜଳସ୍ତର ୬୨୨.୯୭ ଫୁଟ ରହିଛି । ଜଳଭଣ୍ଡାରକୁ ପ୍ରବେଶ କରୁଥିବା ଜଳର ପରିମାଣ ବଢିବାକୁ ନେଇ ଆଉ ୧୦ଟି ଗେଟ୍ ଖୋଲିବାକୁ ନିଷ୍ପତ୍ତି ନିଆଯାଇଛି । ଜଳସ୍ତର ବଢୁଥିବା କାରଣରୁ ଆଗକୁ ଆହୁରି ଗେଟ୍ ଖୋଲି ପାରେ ବୋଲି ସୂଚନା ରହିଛି । ସେପଟେ ମହାନଦୀର ବନ୍ୟାଜଳ ଜଗତସିଂହପୁର ଜିଲ୍ଲାର ଅନେକ ତଳିଆ ଅଞ୍ଚଳରେ ପ୍ରଭାବ ପକାଇଛି । କୁଜଙ୍ଗ ବ୍ଲକ ଜିଲ୍ଲାନାସୀ ପଞ୍ଚାୟତର ବରିହାଡିଆ ଗାଁ ପାଣି ଘେରରେ ରହିଛି । ଅଞ୍ଚଳର ପ୍ରାୟ ୨୦୦ ପରିବାର ଚାଷ ଉପରେ ନିର୍ଭର କରି ପରିବାର ଚଳାନ୍ତି । କିନ୍ତୁ ଏବେ ବନ୍ୟା ପାଣି ସେମାନଙ୍କ ଜୀବିକା ଉପରେ ବଡ଼ ଆଘାତ ଦେଇଛି । ପରିବା ଚାଷ ନଷ୍ଟ ହେବା ସହିତ ବିଲରେ ମଧ୍ୟ ପାଣି ପଶିଛି । ଯାହାକୁ ନେଇ ଏବେ ଚିନ୍ତାରେ ଚାଷୀ । ବନ୍ୟା ପରିସ୍ଥିତିକୁ ନେଇ ପ୍ରଶାସନ ପକ୍ଷରୁ ନଜର ରଖାଯାଉଥିବାବେଳେ ପ୍ରଭାବିତ ଲୋକଙ୍କୁ ସହାୟତା ଯୋଗାଇବା ପାଇଁ ପଦକ୍ଷେପ ନିଆଯାଉଛି । ଖାଲି ଜଗତସିଂହପୁର ନୁହେଁ ପୂରା ଉତ୍ତର ଓ ପଶ୍ଚିମ ଓଡ଼ିଶା ଜଳମଗ୍ନ ହୋଇଛି । ଅନେକ ଅଞ୍ଚଳ ବାହ୍ୟଜଗତରୁ ବିଚ୍ଛିନ୍ନ ହୋଇଛି । ଗାଁରେ ପାଣି ପଶିବା ଫଳରେ ଲୋକଙ୍କ ସମସ୍ୟା ବଢିବାରେ ଲାଗିଛି । ଅନ୍ୟପଟେ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ କ୍ଷୟକ୍ଷତି ରିପୋର୍ଟ ଆସିଲେ ଯଥାଶୀଘ୍ର ଚାଷୀମାନଙ୍କୁ କ୍ଷତି ପୂରଣ ଦିଆଯିବ ବୋଲି କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା