Masthead

ପୁଣି ବଢ଼ିବ ବର୍ଷା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆଜିଠୁ ପୁଣି ବଢ଼ିବ ବର୍ଷା । ଅଗଷ୍ଟ ୭ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ସହ ବିଜୁଳି ଘଡ଼ଘଡ଼ି ଲାଗିପାରେ । ଆଜି ଓ କାଲି ଦୁଇ ଦିନ ପ୍ରବଳ ବର୍ଷା ନେଇ ଆକଳନ କରିଛି ପାଣିପାଗ ବିଭାଗ । ଆଜିଠୁ କାଲି ସକାଳ ସାଢେ ୮ଟା ପର୍ଯ୍ୟନ୍ତ ପଶ୍ଚିମ ଓଡ଼ିଶାର ୯ ଜିଲ୍ଲାକୁ ଛାଡି ବାକି ୨୧ ଜିଲ୍ଲାରେ ପ୍ରବଳ ବର୍ଷା ହେବ । ପୁରୀ, ଖୋର୍ଦ୍ଧା, ନୟାଗଡ଼, କଟକ, କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଞ୍ଜାମ, ଗଜପତି, କନ୍ଧମାଳ, ବୌଦ୍ଧ, ଅନୁଗୋଳ, ଢେଙ୍କାନାଳ, କେନ୍ଦ୍ରାପଡ଼ା, ଯାଜପୁର, ଜଗତସିଂହପୁର, ଭଦ୍ରକ, ବାଲେଶ୍ବର, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ବର୍ଷା ସହ ପ୍ରବଳ ବଜ୍ରପାତ ଓ ଘଣ୍ଟାପ୍ରତି ୩୦-୪୦ କିମି ବେଗରେ ଝଡ଼ି ପବନ ବହିବାର ସମ୍ଭାବନା ରହିଛି ।

ସେପଟେ ଆସୁଛି ଆଉ ଏକ ଘୂର୍ଣ୍ଣିବଳୟ। ଅଗଷ୍ଟ ୮ରେ ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଘୂର୍ଣ୍ଣିବଳୟ। ୧୦ତାରିଖ ବେଳକୁ ଏହା ଉତ୍ତର ପୂର୍ବ ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ହୋଇ ଲଘୁଚାପର ରୂପ ନେଇପାରେ ବୋଲି ପୂର୍ବାନୁମାନ କରିଛିପାଣିପାଗ ବିଭାଗ । ସମ୍ଭାବ୍ୟ ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୭ ତାରିଖରୁ ବର୍ଷାର ପରିମାଣ ବୃଦ୍ଧି ପାଇବ । ଉପକୂଳ ଓଡ଼ିଶାରେ ଅଧିକ ବର୍ଷା ହେବାର ସମ୍ଭାବନା ରହିଛି। ଏବେ କିଛି କିଛି ସ୍ଥାନରେ ଘଡଘଡି ସହ ବର୍ଷା ସମ୍ଭାବନା ରହିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବାରମ୍ବାର ଅଭିଯୋଗ ପରେ ବି ସମାଧାନ ନାହିଁ,ହଷ୍ଟେଲ ଛାଡ଼ି ୮ କିମି ଚାଲିଲେ ଅନ୍ତେବାସୀ 🔴 ପ୍ରେମ ଓ ବ୍ଲାକମେଲରୁ ଡବଲ ମର୍ଡର,ମୁଖ୍ୟ ଅଭିଯୁକ୍ତ ଗିରଫ 🔴 କୋଇଲା ବୋଝେଇ ଟ୍ରେନରେ ନିଆଁ 🔴 ଆଜି ସନ୍ଧ୍ୟା ସୁଦ୍ଧା ଅବପାତ, ଗଞ୍ଜାମ ଜିଲ୍ଲା ପ୍ରଶାସନର ଆଗୁଆ ପ୍ରସ୍ତୁତି 🔴 ଅକ୍ଟୋବର ପ୍ରଥମ ସପ୍ତାହରେ ଖୋଲାଯାଇପାରେ ଶ୍ରୀଗୁଣ୍ଡିଚା ମନ୍ଦିର 🔴 ବଢିଲା ବାତ୍ୟା ଛନକା 🔴 ଚାରିଆଡେ କୁଢ କୁଢ ଅଳିଆ, ଦୁର୍ଗନ୍ଧରେ ନାକ ଟେକୁଛନ୍ତି ଲୋକେ 🔴 ଦିଲ୍ଲୀ ବିଶ୍ୱବିଦ୍ୟାଳୟ ଛାତ୍ର ସଂଘ ନିର୍ବାଚନ, ABVPର ବାଜିମାତ 🔴 ଆଣ୍ଡାମାନ ସାଗରରେ ସୃଷ୍ଟି ହେଉଛି ଆଉ ଏକ ଲଘୁଚାପ କ୍ଷେତ୍ର, ୨୪ ଯାଏଁ ବର୍ଷା 🔴 ସ୍କ୍ରବଟାଇଫସ୍‌କୁ ନେଇ ପ୍ରତିକ୍ରିୟା ରଖିଲେ ସ୍ୱାସ୍ଥ୍ୟମନ୍ତ୍ରୀ 🔴 ବାରମ୍ବାର ଅଭିଯୋଗ ପରେ ବି ସମାଧାନ ନାହିଁ,ହଷ୍ଟେଲ ଛାଡ଼ି ୮ କିମି ଚାଲିଲେ ଅନ୍ତେବାସୀ 🔴 ପ୍ରେମ ଓ ବ୍ଲାକମେଲରୁ ଡବଲ ମର୍ଡର,ମୁଖ୍ୟ ଅଭିଯୁକ୍ତ ଗିରଫ 🔴 କୋଇଲା ବୋଝେଇ ଟ୍ରେନରେ ନିଆଁ 🔴 ଆଜି ସନ୍ଧ୍ୟା ସୁଦ୍ଧା ଅବପାତ, ଗଞ୍ଜାମ ଜିଲ୍ଲା ପ୍ରଶାସନର ଆଗୁଆ ପ୍ରସ୍ତୁତି 🔴 ଅକ୍ଟୋବର ପ୍ରଥମ ସପ୍ତାହରେ ଖୋଲାଯାଇପାରେ ଶ୍ରୀଗୁଣ୍ଡିଚା ମନ୍ଦିର 🔴 ବଢିଲା ବାତ୍ୟା ଛନକା 🔴 ଚାରିଆଡେ କୁଢ କୁଢ ଅଳିଆ, ଦୁର୍ଗନ୍ଧରେ ନାକ ଟେକୁଛନ୍ତି ଲୋକେ 🔴 ଦିଲ୍ଲୀ ବିଶ୍ୱବିଦ୍ୟାଳୟ ଛାତ୍ର ସଂଘ ନିର୍ବାଚନ, ABVPର ବାଜିମାତ 🔴 ଆଣ୍ଡାମାନ ସାଗରରେ ସୃଷ୍ଟି ହେଉଛି ଆଉ ଏକ ଲଘୁଚାପ କ୍ଷେତ୍ର, ୨୪ ଯାଏଁ ବର୍ଷା 🔴 ସ୍କ୍ରବଟାଇଫସ୍‌କୁ ନେଇ ପ୍ରତିକ୍ରିୟା ରଖିଲେ ସ୍ୱାସ୍ଥ୍ୟମନ୍ତ୍ରୀ