Masthead

ଶିଶୁକନ୍ୟାକୁ ଦୁଷ୍କର୍ମ ପରେ ହତ୍ୟା

କଙ୍କଡାହାଡ(ବଡ ଖବର ବ୍ୟୁରୋ): ଢେଙ୍କାନାଳ ଜିଲ୍ଲାରେ ପୁଣି ଲଜ୍ଜା । ୪ ବର୍ଷର ଶିଶୁକନ୍ୟାକୁ ଦୁଷ୍କର୍ମ ପରେ ହତ୍ୟା ଅଭିଯୋଗ । ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି କଙ୍କଡ଼ାହାଡ଼ ଥାନା ମରୁଆବିଲି ପଞ୍ଚାୟତ ଖରଖରି ଗାଁରେ । ଗାଁ ହାଟ ପାଖ ମାରାମ୍ବୁରୁ ନାଳରେ କେହି ଦୁର୍ବୁତ୍ତ ବିକ୍ରମ ସୋରେନଙ୍କ ୪ ବର୍ଷର ଝିଅକୁ ଦୁଷ୍କର୍ମ ପରେ ହତ୍ୟା କରି ଫୋପାଡ଼ି ଦେଇଥିବା ସୂଚନାମିଳିଛି । ଗୁରୁବାର ସନ୍ଧ୍ୟାରେ ବିକ୍ରମଙ୍କ ଝିଅ ଖେଳିବାକୁ ଆସି ଆଉ ଘରକୁ ଫେରି ନଥିଲେ । ପରିବାର ଲୋକେ ତାଙ୍କୁ ବହୁ ଖୋଜା ଖୋଜି କରିବା ପରେ ମଧ୍ୟ ଝିଅର କୌଣସି ସନ୍ଧାନ ମିଳିନଥିଲା । ଆଜି ସକାଳେ ସ୍ଥାନୀୟଲୋକେ ମାରାମ୍ବୁରୁ ନାଳରେ ପଡିଥିବାର ଦେଖି ପୋଲିସକୁ ଖବର ଦେଇଥିଲେ । ଘଟଣାସ୍ଥଳରେ ଏସଡିପିଓ, କଙ୍କଡ଼ାହାଡ଼ ଥାନା ଅଧିକାରୀ ପହଞ୍ଚି ତଦନ୍ତ ଜାରି ରଖିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗ୍ରାନାଇଟ୍ ଖାଦାନରେ ବିସ୍ଫୋରଣ; ୩ ଶ୍ରମିକ ମୃତ 🔴 ଉତ୍ତର-ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଘୂର୍ଣ୍ଣିବଳୟ 🔴 କଟକକୁ ଫେରୁଛି ଶାନ୍ତି 🔴 ୩ ଦିନ ଘଡ଼ଘଡ଼ି ସହ ବର୍ଷା 🔴 ବିଜେପି ନେତାଙ୍କୁ ଗୁଳିମାଡ 🔴 ବାଲେଶ୍ବର ସହରରେ ଲାଗିଲା ରାତ୍ରିକାଳୀନ କଟକଣା 🔴 ୧୪ ଜିଲ୍ଲାକୁ ସତର୍କ 🔴 ବିହାର ନିର୍ବାଚନ ପାଇଁ ଆଜି ତାରିଖ ଘୋଷଣା 🔴 କଟକ ସହରରେ କର୍ଫ୍ୟୁ 🔴 ୨୦ ଜିଲ୍ଲାକୁ ସତର୍କ 🔴 ଗ୍ରାନାଇଟ୍ ଖାଦାନରେ ବିସ୍ଫୋରଣ; ୩ ଶ୍ରମିକ ମୃତ 🔴 ଉତ୍ତର-ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଘୂର୍ଣ୍ଣିବଳୟ 🔴 କଟକକୁ ଫେରୁଛି ଶାନ୍ତି 🔴 ୩ ଦିନ ଘଡ଼ଘଡ଼ି ସହ ବର୍ଷା 🔴 ବିଜେପି ନେତାଙ୍କୁ ଗୁଳିମାଡ 🔴 ବାଲେଶ୍ବର ସହରରେ ଲାଗିଲା ରାତ୍ରିକାଳୀନ କଟକଣା 🔴 ୧୪ ଜିଲ୍ଲାକୁ ସତର୍କ 🔴 ବିହାର ନିର୍ବାଚନ ପାଇଁ ଆଜି ତାରିଖ ଘୋଷଣା 🔴 କଟକ ସହରରେ କର୍ଫ୍ୟୁ 🔴 ୨୦ ଜିଲ୍ଲାକୁ ସତର୍କ