Masthead

ସୋମବାର ଠାରୁ ବର୍ଷା ପରିମାଣ ବଢିବ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ସୋମବାର ଠାରୁ ବର୍ଷା ପରିମାଣ ବଢିବ ।  ୮ ତାରିଖ ଯାଏ ଲାଗି ରହିବ। ସୋମବାର ରାଜ୍ୟର ସମସ୍ତ ଜିଲାରେ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, କେନ୍ଦୁଝର ଏବଂ ମୟୂରଭଞ୍ଜ ଜିଲାକୁ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ରାଜ୍ୟରେ ମୌସୁମୀ ପ୍ରବାହ ଦୁର୍ବଳ ଥିବାରୁ ବିଜୁଳି ଘଡ଼ଘଡ଼ି ଜନିତ ପ୍ରଭାବ ବୃଦ୍ଧି ପାଇବା ଆଶଙ୍କା ରହିଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ସେହିପରି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, କଟକ, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରି, ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା ଏବଂ ନୟାଗଡ଼ ଜିଲାରେ ଘଡ଼ଘଡ଼ି ବିଜୁଳି ସହିତ ଝଡ଼ବର୍ଷା ଲାଗି ରହିବ ବୋଲି ସତର୍କ ସୂଚନା ଦିଆଯାଇଛି। ମଙ୍ଗଳବାର ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା ଏବଂ କୋରାପୁଟ ଜିଲାକୁ ପ୍ରବଳ ବର୍ଷା ନେଇ ୱାର୍ଣ୍ଣିଂ ଦିଆଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବାରମ୍ବାର ଅଭିଯୋଗ ପରେ ବି ସମାଧାନ ନାହିଁ,ହଷ୍ଟେଲ ଛାଡ଼ି ୮ କିମି ଚାଲିଲେ ଅନ୍ତେବାସୀ 🔴 ପ୍ରେମ ଓ ବ୍ଲାକମେଲରୁ ଡବଲ ମର୍ଡର,ମୁଖ୍ୟ ଅଭିଯୁକ୍ତ ଗିରଫ 🔴 କୋଇଲା ବୋଝେଇ ଟ୍ରେନରେ ନିଆଁ 🔴 ଆଜି ସନ୍ଧ୍ୟା ସୁଦ୍ଧା ଅବପାତ, ଗଞ୍ଜାମ ଜିଲ୍ଲା ପ୍ରଶାସନର ଆଗୁଆ ପ୍ରସ୍ତୁତି 🔴 ଅକ୍ଟୋବର ପ୍ରଥମ ସପ୍ତାହରେ ଖୋଲାଯାଇପାରେ ଶ୍ରୀଗୁଣ୍ଡିଚା ମନ୍ଦିର 🔴 ବଢିଲା ବାତ୍ୟା ଛନକା 🔴 ଚାରିଆଡେ କୁଢ କୁଢ ଅଳିଆ, ଦୁର୍ଗନ୍ଧରେ ନାକ ଟେକୁଛନ୍ତି ଲୋକେ 🔴 ଦିଲ୍ଲୀ ବିଶ୍ୱବିଦ୍ୟାଳୟ ଛାତ୍ର ସଂଘ ନିର୍ବାଚନ, ABVPର ବାଜିମାତ 🔴 ଆଣ୍ଡାମାନ ସାଗରରେ ସୃଷ୍ଟି ହେଉଛି ଆଉ ଏକ ଲଘୁଚାପ କ୍ଷେତ୍ର, ୨୪ ଯାଏଁ ବର୍ଷା 🔴 ସ୍କ୍ରବଟାଇଫସ୍‌କୁ ନେଇ ପ୍ରତିକ୍ରିୟା ରଖିଲେ ସ୍ୱାସ୍ଥ୍ୟମନ୍ତ୍ରୀ 🔴 ବାରମ୍ବାର ଅଭିଯୋଗ ପରେ ବି ସମାଧାନ ନାହିଁ,ହଷ୍ଟେଲ ଛାଡ଼ି ୮ କିମି ଚାଲିଲେ ଅନ୍ତେବାସୀ 🔴 ପ୍ରେମ ଓ ବ୍ଲାକମେଲରୁ ଡବଲ ମର୍ଡର,ମୁଖ୍ୟ ଅଭିଯୁକ୍ତ ଗିରଫ 🔴 କୋଇଲା ବୋଝେଇ ଟ୍ରେନରେ ନିଆଁ 🔴 ଆଜି ସନ୍ଧ୍ୟା ସୁଦ୍ଧା ଅବପାତ, ଗଞ୍ଜାମ ଜିଲ୍ଲା ପ୍ରଶାସନର ଆଗୁଆ ପ୍ରସ୍ତୁତି 🔴 ଅକ୍ଟୋବର ପ୍ରଥମ ସପ୍ତାହରେ ଖୋଲାଯାଇପାରେ ଶ୍ରୀଗୁଣ୍ଡିଚା ମନ୍ଦିର 🔴 ବଢିଲା ବାତ୍ୟା ଛନକା 🔴 ଚାରିଆଡେ କୁଢ କୁଢ ଅଳିଆ, ଦୁର୍ଗନ୍ଧରେ ନାକ ଟେକୁଛନ୍ତି ଲୋକେ 🔴 ଦିଲ୍ଲୀ ବିଶ୍ୱବିଦ୍ୟାଳୟ ଛାତ୍ର ସଂଘ ନିର୍ବାଚନ, ABVPର ବାଜିମାତ 🔴 ଆଣ୍ଡାମାନ ସାଗରରେ ସୃଷ୍ଟି ହେଉଛି ଆଉ ଏକ ଲଘୁଚାପ କ୍ଷେତ୍ର, ୨୪ ଯାଏଁ ବର୍ଷା 🔴 ସ୍କ୍ରବଟାଇଫସ୍‌କୁ ନେଇ ପ୍ରତିକ୍ରିୟା ରଖିଲେ ସ୍ୱାସ୍ଥ୍ୟମନ୍ତ୍ରୀ