Masthead

ପ୍ରବଳ ବର୍ଷା ସମ୍ଭାବନା!

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ମଙ୍ଗଳବାର ମୟୂରଭଞ୍ଜରେ ପ୍ରବଳ ବର୍ଷା ହୋଇପାରେ  ବୋଲି ପାଣିପାଗ ବିଭାଗ ଆକଳନ କରିଛି । ବାଲେଶ୍ୱର, ଭଦ୍ରକ,  ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, କେନ୍ଦୁଝର, ମୟୂରଭଞ୍ଜ, କୋରାପୁଟ, ମାଲକାନଗିରି, ଗଜପତି, ଗଞ୍ଜାମ, ପୁରୀ,  ଖୋର୍ଦ୍ଧା ଓ ନୟାଗଡ଼ରେ ମଧ୍ୟମ ଧରଣର ବର୍ଷା ହୋଇପାରେ । ବୁଧବାର ବାଲେଶ୍ୱର, ସୁନ୍ଦରଗଡ଼, ଅନୁଗୁଳ,  ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ରାୟଗଡ଼ା, କୋରାପୁଟ,  ମାଲକାନଗିରି ଓ ଗଜପତିରେ ପ୍ରବଳ ବର୍ଷା ହୋଇପାରେ ।

ଉତ୍ତର  ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ୩୦ରୁ ୪୦ କିମି  ବେଗରେ ପବନ ସହ ମଧ୍ୟମ ଧରଣର ବର୍ଷା ହୋଇପାରେ । ୬ ଓ  ୭ ତାରିଖରେ ଉତ୍ତର ଓଡ଼ିଶା ଏବଂ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା  ଆଶଙ୍କା ଅଛି । ୮ ଓ ୯ ତାରିଖରେ  କନ୍ଧମାଳ, ରାୟଗଡ଼ା, ଗଜପତି  ଓ ଗଞ୍ଜାମରେ ପ୍ରବଳ ବର୍ଷା ହୋଇପାରେ ବୋଲି ପାଣିପାଗ  ବିଭାଗ ଆକଳନ କରିଛି । ସେପଟେ ମହାନଦୀରେ ପାଣି ଖସୁଛି ।  ନରାଜଠାରେ ପାଣି ବିପଦ ସଙ୍କେତ ତଳେ ରହିଛି । ଖଇରମାଳ,  ବରମୂଳ ଓ ମୁଣ୍ଡଳିରେ ପାଣି କମିଛି । ହୀରାକୁଦ ଜଳଭଣ୍ଡାରରେ  ଜଳସ୍ତର ୬୧୯.୬୨ ଫୁଟକୁ ଖସିଛି । ପାଣି କମୁଥିବାରୁ ହୀରାକୁଦର  ଆଉ ଗେଟ୍‌ ବନ୍ଦ କରାଯାଇଛି । ୧୭ଟି ଗେଟ୍‌ ଦେଇ ୨ ଲକ୍ଷ  ୫୬ହଜାର ଘନଫୁଟ ପାଣି ନିଷ୍କାସିତ ହେଉଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବାରମ୍ବାର ଅଭିଯୋଗ ପରେ ବି ସମାଧାନ ନାହିଁ,ହଷ୍ଟେଲ ଛାଡ଼ି ୮ କିମି ଚାଲିଲେ ଅନ୍ତେବାସୀ 🔴 ପ୍ରେମ ଓ ବ୍ଲାକମେଲରୁ ଡବଲ ମର୍ଡର,ମୁଖ୍ୟ ଅଭିଯୁକ୍ତ ଗିରଫ 🔴 କୋଇଲା ବୋଝେଇ ଟ୍ରେନରେ ନିଆଁ 🔴 ଆଜି ସନ୍ଧ୍ୟା ସୁଦ୍ଧା ଅବପାତ, ଗଞ୍ଜାମ ଜିଲ୍ଲା ପ୍ରଶାସନର ଆଗୁଆ ପ୍ରସ୍ତୁତି 🔴 ଅକ୍ଟୋବର ପ୍ରଥମ ସପ୍ତାହରେ ଖୋଲାଯାଇପାରେ ଶ୍ରୀଗୁଣ୍ଡିଚା ମନ୍ଦିର 🔴 ବଢିଲା ବାତ୍ୟା ଛନକା 🔴 ଚାରିଆଡେ କୁଢ କୁଢ ଅଳିଆ, ଦୁର୍ଗନ୍ଧରେ ନାକ ଟେକୁଛନ୍ତି ଲୋକେ 🔴 ଦିଲ୍ଲୀ ବିଶ୍ୱବିଦ୍ୟାଳୟ ଛାତ୍ର ସଂଘ ନିର୍ବାଚନ, ABVPର ବାଜିମାତ 🔴 ଆଣ୍ଡାମାନ ସାଗରରେ ସୃଷ୍ଟି ହେଉଛି ଆଉ ଏକ ଲଘୁଚାପ କ୍ଷେତ୍ର, ୨୪ ଯାଏଁ ବର୍ଷା 🔴 ସ୍କ୍ରବଟାଇଫସ୍‌କୁ ନେଇ ପ୍ରତିକ୍ରିୟା ରଖିଲେ ସ୍ୱାସ୍ଥ୍ୟମନ୍ତ୍ରୀ 🔴 ବାରମ୍ବାର ଅଭିଯୋଗ ପରେ ବି ସମାଧାନ ନାହିଁ,ହଷ୍ଟେଲ ଛାଡ଼ି ୮ କିମି ଚାଲିଲେ ଅନ୍ତେବାସୀ 🔴 ପ୍ରେମ ଓ ବ୍ଲାକମେଲରୁ ଡବଲ ମର୍ଡର,ମୁଖ୍ୟ ଅଭିଯୁକ୍ତ ଗିରଫ 🔴 କୋଇଲା ବୋଝେଇ ଟ୍ରେନରେ ନିଆଁ 🔴 ଆଜି ସନ୍ଧ୍ୟା ସୁଦ୍ଧା ଅବପାତ, ଗଞ୍ଜାମ ଜିଲ୍ଲା ପ୍ରଶାସନର ଆଗୁଆ ପ୍ରସ୍ତୁତି 🔴 ଅକ୍ଟୋବର ପ୍ରଥମ ସପ୍ତାହରେ ଖୋଲାଯାଇପାରେ ଶ୍ରୀଗୁଣ୍ଡିଚା ମନ୍ଦିର 🔴 ବଢିଲା ବାତ୍ୟା ଛନକା 🔴 ଚାରିଆଡେ କୁଢ କୁଢ ଅଳିଆ, ଦୁର୍ଗନ୍ଧରେ ନାକ ଟେକୁଛନ୍ତି ଲୋକେ 🔴 ଦିଲ୍ଲୀ ବିଶ୍ୱବିଦ୍ୟାଳୟ ଛାତ୍ର ସଂଘ ନିର୍ବାଚନ, ABVPର ବାଜିମାତ 🔴 ଆଣ୍ଡାମାନ ସାଗରରେ ସୃଷ୍ଟି ହେଉଛି ଆଉ ଏକ ଲଘୁଚାପ କ୍ଷେତ୍ର, ୨୪ ଯାଏଁ ବର୍ଷା 🔴 ସ୍କ୍ରବଟାଇଫସ୍‌କୁ ନେଇ ପ୍ରତିକ୍ରିୟା ରଖିଲେ ସ୍ୱାସ୍ଥ୍ୟମନ୍ତ୍ରୀ