Masthead

ଟ୍ରେନ୍‌ରେ ବ୍ରହ୍ମପୁର ଗଲେ ରାଷ୍ଟ୍ରପତି

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଭୁବନେଶ୍ୱର ରେଳ ଷ୍ଟେସନରୁ ସ୍ୱତନ୍ତ୍ର ଟ୍ରେନ୍‌ରେ ବ୍ରହ୍ମପୁର ଅଭିମୁଖେ ଯାତ୍ରା କରୁଛନ୍ତି ରାଷ୍ଟ୍ରପତି । ତାଙ୍କ ସ୍ୱାଗତ ପାଇଁ ବ୍ରହ୍ମପୁର ରେଳ ଷ୍ଟେସନରେ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି । ରାଷ୍ଟ୍ରପତିଙ୍କ ଟ୍ରେନକୁ ଏସ୍କର୍ଟ କରିବ ୨ଟି ସ୍ୱତନ୍ତ୍ର ଟ୍ରେନ୍ । ବ୍ରହ୍ମପୁରରେ ପହଞ୍ଚିବା ପରେ କାରକେଡ୍‌ରେ ତପ୍ତପାଣି ଅଭିମୁଖେ ଯିବେ ରାଷ୍ଟ୍ରପତି । ସେଠାରେ ପ୍ରସିଦ୍ଧ ମା’ କନ୍ଧୁଣୀଙ୍କ ମନ୍ଦିରରେ ପୂଜାର୍ଚ୍ଚନା ଓ ଦର୍ଶନ କରିବାର କାର୍ୟ୍ୟକ୍ରମ ରହିଛି । ଏହାପରେ ବ୍ରହ୍ମପୁର ଗୋଳାବନ୍ଧ ସ୍ଥିତ ଆର୍ମି ଏଡି କଲେଜରେ ରାତ୍ରିଯାପନ କରିବେ ।

ରାଷ୍ଟ୍ରପତିଙ୍କ ଗସ୍ତକୁ ନେଇ ବ୍ରହ୍ମପୁର ରେଳ ଷ୍ଟେସନ, ତପ୍ତପାଣି ଓ ଗୋଳାବନ୍ଧ ଅଞ୍ଚଳରେ ଅଭୂତପୂର୍ବ ସୁରକ୍ଷା ବ୍ୟବସ୍ଥା କରାଯାଇଛି । ଡଗ୍ ସ୍କ୍ୱାଡ୍‌, ବୋମା ନିଷ୍କ୍ରିୟକାରୀ ଦଳ, ମେଟାଲ ଡିଟେକ୍ଟର ଓ ସଶସ୍ତ୍ର ସୁରକ୍ଷା ବାହିନୀଙ୍କୁ ମୁତୟନ କରାଯାଇଛି । ରାଷ୍ଟ୍ରପତିଙ୍କ ଗସ୍ତପଥରେ ସୁରକ୍ଷାକୁ ନେଇ କୌଣସି ପ୍ରକାର ଢିଲାପଣ ନ ରଖିବାକୁ ପ୍ରଶାସନ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି । ଆସନ୍ତାକାଲି ରାଷ୍ଟ୍ରପତି ପୁଣି ସ୍ୱତନ୍ତ୍ର ଟ୍ରେନ୍‌ ଯୋଗେ ବ୍ରହ୍ମପୁରରୁ ଭୁବନେଶ୍ୱର ଫେରିବେ । ତାଙ୍କ ଦୁଇ ଦିନିଆ ଗସ୍ତକୁ ନେଇ ଗଞ୍ଜାମ ଜିଲ୍ଲାରେ ପ୍ରଶାସନ ହାଇ ଆଲର୍ଟରେ ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବାରମ୍ବାର ଅଭିଯୋଗ ପରେ ବି ସମାଧାନ ନାହିଁ,ହଷ୍ଟେଲ ଛାଡ଼ି ୮ କିମି ଚାଲିଲେ ଅନ୍ତେବାସୀ 🔴 ପ୍ରେମ ଓ ବ୍ଲାକମେଲରୁ ଡବଲ ମର୍ଡର,ମୁଖ୍ୟ ଅଭିଯୁକ୍ତ ଗିରଫ 🔴 କୋଇଲା ବୋଝେଇ ଟ୍ରେନରେ ନିଆଁ 🔴 ଆଜି ସନ୍ଧ୍ୟା ସୁଦ୍ଧା ଅବପାତ, ଗଞ୍ଜାମ ଜିଲ୍ଲା ପ୍ରଶାସନର ଆଗୁଆ ପ୍ରସ୍ତୁତି 🔴 ଅକ୍ଟୋବର ପ୍ରଥମ ସପ୍ତାହରେ ଖୋଲାଯାଇପାରେ ଶ୍ରୀଗୁଣ୍ଡିଚା ମନ୍ଦିର 🔴 ବଢିଲା ବାତ୍ୟା ଛନକା 🔴 ଚାରିଆଡେ କୁଢ କୁଢ ଅଳିଆ, ଦୁର୍ଗନ୍ଧରେ ନାକ ଟେକୁଛନ୍ତି ଲୋକେ 🔴 ଦିଲ୍ଲୀ ବିଶ୍ୱବିଦ୍ୟାଳୟ ଛାତ୍ର ସଂଘ ନିର୍ବାଚନ, ABVPର ବାଜିମାତ 🔴 ଆଣ୍ଡାମାନ ସାଗରରେ ସୃଷ୍ଟି ହେଉଛି ଆଉ ଏକ ଲଘୁଚାପ କ୍ଷେତ୍ର, ୨୪ ଯାଏଁ ବର୍ଷା 🔴 ସ୍କ୍ରବଟାଇଫସ୍‌କୁ ନେଇ ପ୍ରତିକ୍ରିୟା ରଖିଲେ ସ୍ୱାସ୍ଥ୍ୟମନ୍ତ୍ରୀ 🔴 ବାରମ୍ବାର ଅଭିଯୋଗ ପରେ ବି ସମାଧାନ ନାହିଁ,ହଷ୍ଟେଲ ଛାଡ଼ି ୮ କିମି ଚାଲିଲେ ଅନ୍ତେବାସୀ 🔴 ପ୍ରେମ ଓ ବ୍ଲାକମେଲରୁ ଡବଲ ମର୍ଡର,ମୁଖ୍ୟ ଅଭିଯୁକ୍ତ ଗିରଫ 🔴 କୋଇଲା ବୋଝେଇ ଟ୍ରେନରେ ନିଆଁ 🔴 ଆଜି ସନ୍ଧ୍ୟା ସୁଦ୍ଧା ଅବପାତ, ଗଞ୍ଜାମ ଜିଲ୍ଲା ପ୍ରଶାସନର ଆଗୁଆ ପ୍ରସ୍ତୁତି 🔴 ଅକ୍ଟୋବର ପ୍ରଥମ ସପ୍ତାହରେ ଖୋଲାଯାଇପାରେ ଶ୍ରୀଗୁଣ୍ଡିଚା ମନ୍ଦିର 🔴 ବଢିଲା ବାତ୍ୟା ଛନକା 🔴 ଚାରିଆଡେ କୁଢ କୁଢ ଅଳିଆ, ଦୁର୍ଗନ୍ଧରେ ନାକ ଟେକୁଛନ୍ତି ଲୋକେ 🔴 ଦିଲ୍ଲୀ ବିଶ୍ୱବିଦ୍ୟାଳୟ ଛାତ୍ର ସଂଘ ନିର୍ବାଚନ, ABVPର ବାଜିମାତ 🔴 ଆଣ୍ଡାମାନ ସାଗରରେ ସୃଷ୍ଟି ହେଉଛି ଆଉ ଏକ ଲଘୁଚାପ କ୍ଷେତ୍ର, ୨୪ ଯାଏଁ ବର୍ଷା 🔴 ସ୍କ୍ରବଟାଇଫସ୍‌କୁ ନେଇ ପ୍ରତିକ୍ରିୟା ରଖିଲେ ସ୍ୱାସ୍ଥ୍ୟମନ୍ତ୍ରୀ