Masthead

ପୁଣି ଭାଇରାଲ ହେଲା ଶ୍ରୀମନ୍ଦିର ଭିତରର ଫଟୋ

ପୁରୀ (ବଡ଼ ଖବର ବ୍ୟୁରୋ): ପୁଣି ଭାଇରାଲ ହେଲା ଶ୍ରୀମନ୍ଦିର ଭିତରର ଫଟୋ । ପତିତପାବନ ବାନା ପରିବର୍ତ୍ତନ ସମୟର ଫଟୋ ସୋସିଆଲ ମିଡିଆରେ ଭାଇରାଲ ହେଉଛି । ଜଣେ ୟୁଜର ତାଙ୍କ ଇନଷ୍ଟାଗ୍ରାମରେ ଅପଲୋଡ କରିଥିବା ଜଣାପଡିଛି । ଶ୍ରୀମନ୍ଦିର ଭିତର ବେଢ଼ାରୁ ଭିଡିଓ କରାଯାଇଛି । କୁର୍ତ୍ତିକାପକ୍ରେପ ୨୦୧୭ ନାମକ ଆଇଡିରୁ ଭିଡିଓ ଭାଇରାଲ କରାଯାଇଛି । ଶ୍ରୀମନ୍ଦିର ଭିତରକୁ ମୋବାଇଲ କିଭଳି ଗଲା‌ ଏବଂ ଭିଡିଓ କିଭଳି ଉତ୍ତୋଳନ ହେଲା ତାକୁ ନେଇ ଏବେ ପ୍ରଶ୍ନ ଉଠିଛି।

ଶ୍ରୀମନ୍ଦିର ଭିତରେ ଶହ ଶହ ପୋଲିସ ମୁତୟନ ଥିବାବେଳେ ଏହି ଭିଡିଓ ଉତ୍ତୋଳନ ବେଳେ ପୋଲିସ ନଜରକୁ କିଭଳି ଆସିପାରିଲାନାହିଁ ସେ ନେଇ ପ୍ରଶ୍ନ ଉଠିଛି । ଶ୍ରୀମନ୍ଦିର ର ସୁରକ୍ଷା ପାଇଁ ଶ୍ରୀମନ୍ଦିର ଭିତରକୁ ମୋବାଇଲ ନେବା ନିଷେଧ ରହିଛି। କୌଣସି ବ୍ୟକ୍ତି ଶ୍ରୀମନ୍ଦିର ଭିତରକୁ ମୋବାଇଲ ନେବାକୁ ନେଇ ଧରାପଡିଲେ ମୋବାଇଲ ଜବତ କରାଯାଇ ଆଇନଗତ କାର୍ଯ୍ୟାନୁଷ୍ଠାନର ବ୍ୟବସ୍ଥା ରହିଛି। ଶ୍ରୀମନ୍ଦିର ଚାରି ରେ ପୋଲିସ ପକ୍ଷରୁ କଡ଼ା ଯାଞ୍ଚ କରାଯାଇ ଶ୍ରୀମନ୍ଦିର ଭିୟତକୁ ଶ୍ରଦ୍ଧାଳୁଙ୍କୁ ଛଡା ଯାଉଛି। ହେଲେ ଅନେକ ସମୟରେ ଦେଖା ଦେଉଛି ସୋସିଆଲ ମିଡିଆରେ କିଛି ଲୋକ ଶ୍ରୀମନ୍ଦିର ଭିତର ଭିଡିଓ ଭାଇରାଲ କରୁଛନ୍ତି। ଏଣୁ ଶ୍ରୀମନ୍ଦିର ଭିତରକୁ ମୋବାଇଲ ନେବାରେ କାହାର ହାତ ରହୁଛି ସେ ନେଇ ପ୍ରଶ୍ନ ଉଠିଛି।

ଏହାର ବିଧିବଦ୍ଧ ତଦନ୍ତ କରାଯାଇ କଡା କାର୍ଯ୍ୟାନୁଷ୍ଠାନ ନିଆନଗଲେ ଆଗାମୀ ଦିନରେ ଶ୍ରୀମନ୍ଦିର ସୁରକ୍ଷା ପ୍ରତି ବିପଦ ରହିବ। ଏଣୁ ପୋଲିସ ଘଟଣାର ତଦନ୍ତ କରି କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାର ଆବଶ୍ୟକତା ରହିଛି। ଶ୍ରୀମନ୍ଦିର ସୁରକ୍ଷା ପ୍ରଶାସକ ହେମନ୍ତ କୁମାର ପାଢ଼ୀ କହିଛନ୍ତି, ସୋସିଆଲ ମିଡିଆରେ ଭିଡିଓ ଭାଇରାଲ ହେବାର ଖବର ଆମ ପାଖରେ ନାହିଁ। ତେବେ ଆପଣଙ୍କ ଠାରୁ ଏହି ଖବର ପାଇବା ପରେ ଏ ନେଇ ଆମେ ତଦନ୍ତ କରିବୁ। ଯାହା ଆଇନଗତ ଦିଗ ରହିଛି ସେ ନେଇ କାର୍ଯ୍ୟାନୁଷ୍ଠାନ ହେବ। ଶ୍ରୀମନ୍ଦିର ସୁରକ୍ଷା କଡ଼ାକଡ଼ି ରହିଛି। ତେବେ ଭକ୍ତଙ୍କୁ ଆମେ ଅନୁରୋଧ କରୁଛୁ ଶ୍ରୀମନ୍ଦିରର ସୁରକ୍ଷା ପାଇଁ ଯାହା ଗାଇଡ ଲାଇନ ଅଛି ତାହା ପାଳନ କରନ୍ତୁ। ନ ହେଲେ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବାରମ୍ବାର ଅଭିଯୋଗ ପରେ ବି ସମାଧାନ ନାହିଁ,ହଷ୍ଟେଲ ଛାଡ଼ି ୮ କିମି ଚାଲିଲେ ଅନ୍ତେବାସୀ 🔴 ପ୍ରେମ ଓ ବ୍ଲାକମେଲରୁ ଡବଲ ମର୍ଡର,ମୁଖ୍ୟ ଅଭିଯୁକ୍ତ ଗିରଫ 🔴 କୋଇଲା ବୋଝେଇ ଟ୍ରେନରେ ନିଆଁ 🔴 ଆଜି ସନ୍ଧ୍ୟା ସୁଦ୍ଧା ଅବପାତ, ଗଞ୍ଜାମ ଜିଲ୍ଲା ପ୍ରଶାସନର ଆଗୁଆ ପ୍ରସ୍ତୁତି 🔴 ଅକ୍ଟୋବର ପ୍ରଥମ ସପ୍ତାହରେ ଖୋଲାଯାଇପାରେ ଶ୍ରୀଗୁଣ୍ଡିଚା ମନ୍ଦିର 🔴 ବଢିଲା ବାତ୍ୟା ଛନକା 🔴 ଚାରିଆଡେ କୁଢ କୁଢ ଅଳିଆ, ଦୁର୍ଗନ୍ଧରେ ନାକ ଟେକୁଛନ୍ତି ଲୋକେ 🔴 ଦିଲ୍ଲୀ ବିଶ୍ୱବିଦ୍ୟାଳୟ ଛାତ୍ର ସଂଘ ନିର୍ବାଚନ, ABVPର ବାଜିମାତ 🔴 ଆଣ୍ଡାମାନ ସାଗରରେ ସୃଷ୍ଟି ହେଉଛି ଆଉ ଏକ ଲଘୁଚାପ କ୍ଷେତ୍ର, ୨୪ ଯାଏଁ ବର୍ଷା 🔴 ସ୍କ୍ରବଟାଇଫସ୍‌କୁ ନେଇ ପ୍ରତିକ୍ରିୟା ରଖିଲେ ସ୍ୱାସ୍ଥ୍ୟମନ୍ତ୍ରୀ 🔴 ବାରମ୍ବାର ଅଭିଯୋଗ ପରେ ବି ସମାଧାନ ନାହିଁ,ହଷ୍ଟେଲ ଛାଡ଼ି ୮ କିମି ଚାଲିଲେ ଅନ୍ତେବାସୀ 🔴 ପ୍ରେମ ଓ ବ୍ଲାକମେଲରୁ ଡବଲ ମର୍ଡର,ମୁଖ୍ୟ ଅଭିଯୁକ୍ତ ଗିରଫ 🔴 କୋଇଲା ବୋଝେଇ ଟ୍ରେନରେ ନିଆଁ 🔴 ଆଜି ସନ୍ଧ୍ୟା ସୁଦ୍ଧା ଅବପାତ, ଗଞ୍ଜାମ ଜିଲ୍ଲା ପ୍ରଶାସନର ଆଗୁଆ ପ୍ରସ୍ତୁତି 🔴 ଅକ୍ଟୋବର ପ୍ରଥମ ସପ୍ତାହରେ ଖୋଲାଯାଇପାରେ ଶ୍ରୀଗୁଣ୍ଡିଚା ମନ୍ଦିର 🔴 ବଢିଲା ବାତ୍ୟା ଛନକା 🔴 ଚାରିଆଡେ କୁଢ କୁଢ ଅଳିଆ, ଦୁର୍ଗନ୍ଧରେ ନାକ ଟେକୁଛନ୍ତି ଲୋକେ 🔴 ଦିଲ୍ଲୀ ବିଶ୍ୱବିଦ୍ୟାଳୟ ଛାତ୍ର ସଂଘ ନିର୍ବାଚନ, ABVPର ବାଜିମାତ 🔴 ଆଣ୍ଡାମାନ ସାଗରରେ ସୃଷ୍ଟି ହେଉଛି ଆଉ ଏକ ଲଘୁଚାପ କ୍ଷେତ୍ର, ୨୪ ଯାଏଁ ବର୍ଷା 🔴 ସ୍କ୍ରବଟାଇଫସ୍‌କୁ ନେଇ ପ୍ରତିକ୍ରିୟା ରଖିଲେ ସ୍ୱାସ୍ଥ୍ୟମନ୍ତ୍ରୀ