Masthead

୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆଜି ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା । କେନ୍ଦୁଝର ଓ ମୟୂରଭଞ୍ଜରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ । ଉତ୍ତର ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ଅଛି । ପାଣିପାଗ ବିଭାଗ ଏଭଳି ପୂର୍ବାନୁମାନ କରିଛି । ବାଲେଶ୍ୱର, ଭଦ୍ରକ, ଯାଜପୁର, ସୁନ୍ଦରଗଡ଼, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରି, ଗଜପତି ଓ ଗଞ୍ଜାମ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ ।

ଉପକୂଳ ଓଡ଼ିଶା ଓ ପଶ୍ଚିମ ଓଡ଼ିଶାର ବିକ୍ଷିପ୍ତ ସ୍ଥାନରେ ବର୍ଷା ହୋଇପାରେ । ୭ ତାରିଖରେ ବାଲେଶ୍ୱର, ଭଦ୍ରକ, ସୁନ୍ଦରଗଡ଼, ଝାରସୁଗୁଡ଼ା, କେନ୍ଦୁଝର ଓ ମୟୂରଭଞ୍ଜରେ ପ୍ରବଳ ବର୍ଷା ହୋଇପାରେ । ୮, ୯ ଓ ୧୦ ତାରିଖରେ ବି ଉତ୍ତର ଓ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି । ୧୦ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ବର୍ଷା ଏବଂ ବଜ୍ରପାତ ନେଇ ବାକି ୧୯ ଜିଲ୍ଲାକୁ ୟୋଲୋ ୱାର୍ଣ୍ଣିଂ ଜାରୀ ହୋଇଛି ।

କେନ୍ଦୁଝର, ସୁନ୍ଦରଗଡ଼, ସମ୍ବଲପୁର, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, କୋରାପୁଟ, ମାଲକାନଗିରି, ଗଜପତି ଓ ଗଞ୍ଜାମ ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଆଜିଠୁ ସକାଳ ସାଢ଼େ ୮ଟାରୁ କାଲି ସକାଳ ସାଢ଼େ ୮ଟା ଯାଏଁ କେନ୍ଦୁଝର, ମୟୂରଭଞ୍ଜକୁ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ବାଲେଶ୍ୱର, ଭଦ୍ରକ, ସୁନ୍ଦରଗଡ଼, ଦେବଗଡ଼ ସମେତ ୨୮ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ରାଜ୍ୟରେ ଆଗାମୀ ତିନି ଦିନ ପର୍ଯ୍ୟନ୍ତ ବର୍ଷାର ପ୍ରଭାବ ଲାଗି ରହିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ,ଓଡିଶାକୁ ଆସିବ ବଡ ପୁଞ୍ଜି 🔴 ‘ଇରାନ ପରମାଣୁ ଅସ୍ତ୍ର ରଖିପାରିବନି’ 🔴 ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ 🔴 ସୌମ୍ୟ ହତ୍ୟା ମାମଲା,୧୧ ଜଣଙ୍କ ନାଁରେ ଚାର୍ଜସିଟ୍ ଦାଖଲ କଲା କ୍ରାଇମବ୍ରାଂଚ 🔴 ‘ଦେଶାତ୍ମକ ବୋଧ ସଙ୍ଗୀତକୁ ବି ଛାଡିଲେନି ଗୁରୁଚଣ୍ଡାଳ’ ପୁଣି ପାଠ୍ୟପୁସ୍ତକରେ ତ୍ରୁଟି 🔴 ଘୁରି ବୁଲୁଛି ନକଲି ଟେମ୍ପୁଲ୍‌ ସ୍କ୍ୱାଡ୍‌ ନିଯୁକ୍ତିପତ୍ର 🔴 ପୁଣି ଭାଇରାଲ ହେଲା ଶ୍ରୀମନ୍ଦିର ଭିତରର ଫଟୋ 🔴 ଖସିଲା ସିଲିଂ, ବର୍ତ୍ତିଗଲେ ନବଜାତକ ଏବଂ ପ୍ରସୂତି 🔴 ଦିଲ୍ଲୀ ଫେରି ଯିବେ ରାଷ୍ଟ୍ରପତି 🔴 ବଢ଼ିବ ବର୍ଷା, ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ,ଓଡିଶାକୁ ଆସିବ ବଡ ପୁଞ୍ଜି 🔴 ‘ଇରାନ ପରମାଣୁ ଅସ୍ତ୍ର ରଖିପାରିବନି’ 🔴 ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ 🔴 ସୌମ୍ୟ ହତ୍ୟା ମାମଲା,୧୧ ଜଣଙ୍କ ନାଁରେ ଚାର୍ଜସିଟ୍ ଦାଖଲ କଲା କ୍ରାଇମବ୍ରାଂଚ 🔴 ‘ଦେଶାତ୍ମକ ବୋଧ ସଙ୍ଗୀତକୁ ବି ଛାଡିଲେନି ଗୁରୁଚଣ୍ଡାଳ’ ପୁଣି ପାଠ୍ୟପୁସ୍ତକରେ ତ୍ରୁଟି 🔴 ଘୁରି ବୁଲୁଛି ନକଲି ଟେମ୍ପୁଲ୍‌ ସ୍କ୍ୱାଡ୍‌ ନିଯୁକ୍ତିପତ୍ର 🔴 ପୁଣି ଭାଇରାଲ ହେଲା ଶ୍ରୀମନ୍ଦିର ଭିତରର ଫଟୋ 🔴 ଖସିଲା ସିଲିଂ, ବର୍ତ୍ତିଗଲେ ନବଜାତକ ଏବଂ ପ୍ରସୂତି 🔴 ଦିଲ୍ଲୀ ଫେରି ଯିବେ ରାଷ୍ଟ୍ରପତି 🔴 ବଢ଼ିବ ବର୍ଷା, ଅରେଞ୍ଜ ୱାର୍ଣ୍ଣିଂ ଜାରି