Masthead

ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ,ଓଡିଶାକୁ ଆସିବ ବଡ ପୁଞ୍ଜି

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆଜିଠୁ ତିନିଦିନିଆ ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଦିଲ୍ଲୀରେ ଆଜି ହେବ ଇନଭେଷ୍ଟର୍ସ ମିଟ୍। ଆସିପାରେ ଓଡ଼ିଶାକୁ ବଡ଼ ପୁଞ୍ଜି। ଓଡ଼ିଶାକୁ ଅଧିକ ଶିଳ୍ପ ଓ ପୁଞ୍ଜିନିବେଶ ଆକର୍ଷିତ କରିବା ଲକ୍ଷ୍ୟରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ତିନିଦିନିଆ ଦିଲ୍ଲୀ ଗସ୍ତରେ ଯାଉଛନ୍ତି। ଏହି ଗସ୍ତ ସମୟରେ ରାଜ୍ୟ ସରକାର ନିବେଶକଙ୍କ ସହ ସିଧାସଳଖ ଆଲୋଚନା କରି ଓଡ଼ିଶାରେ ନୂଆ ଶିଳ୍ପ ପ୍ରତିଷ୍ଠା କରିବାକୁ ପ୍ରୟାସ କରିବେ।

ଆଜି ଦିଲ୍ଲୀ ଓ ଗୁରୁଗାଓଁରେ ଆୟୋଜିତ ହେବାକୁ ଥିବା ଇନଭେଷ୍ଟର୍ସ ମିଟ୍‌ରେ ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ‘ଟିମ୍ ଓଡ଼ିଶା’ ଦେଶର ବିଭିନ୍ନ ପ୍ରମୁଖ ଶିଳ୍ପପତି ଓ ନିବେଶକଙ୍କ ସହ ବୈଠକ କରିବ। ଏହି ବୈଠକରେ ଓଡ଼ିଶାର ଶିଳ୍ପନୀତି, ଉନ୍ନତ ଭିତ୍ତିଭୂମି, ଦକ୍ଷ ମାନବ ସମ୍ପଦ ଏବଂ ନିବେଶ ପାଇଁ ଉପଲବ୍ଧ ସୁଯୋଗ ସମ୍ପର୍କରେ ଉପସ୍ଥାପନା କରାଯିବ। ରାଜ୍ୟ ସରକାରଙ୍କ ଲକ୍ଷ୍ୟ ହେଉଛି ଉତ୍ପାଦନ, ଇସ୍ପାତ, ଖଣି, ଆଇଟି, ସେମିକଣ୍ଡକ୍ଟର, ଗ୍ରୀନ୍ ଏନର୍ଜି, ଟେକ୍ସଟାଇଲ୍ ଓ ଖାଦ୍ୟ ପ୍ରକ୍ରିୟାକରଣ ଭଳି କ୍ଷେତ୍ରରେ ବଡ଼ ନିବେଶ ଆଣିବା।

ଏହା ମାଧ୍ୟମରେ ରାଜ୍ୟରେ ନୂଆ ଶିଳ୍ପ ସ୍ଥାପନ ସହ ବ୍ୟାପକ ରୋଜଗାର ସୃଷ୍ଟି ହେବ ବୋଲି ଆଶା କରାଯାଉଛି। ଦିଲ୍ଲୀ ସମେତ ଗୁରୁଗାଓଁରେ ମୁଖ୍ୟମନ୍ତ୍ରୀ ରୋଡ ସୋ କରିବେ। ମୁଖ୍ୟମନ୍ତ୍ରୀଙ୍କ ସହ ଶିଳ୍ପମନ୍ତ୍ରୀ ସମ୍ପଦ ସ୍ୱାଇଁ, ମୁଖ୍ୟ ଶାସନ ସଚିବ ଏବଂ ଶିଳ୍ପ ସଚିବ ମଧ୍ୟ ଯିବେ। ମୁଖ୍ୟମନ୍ତ୍ରୀଙ୍କ ଏହି ତିନିଦିନିଆ ଦିଲ୍ଲୀ ଗସ୍ତ ଓଡ଼ିଶାର ଶିଳ୍ପ ବିକାଶ ଓ ଅର୍ଥନୈତିକ ଅଗ୍ରଗତି ପାଇଁ ଗୁରୁତ୍ୱପୂର୍ଣ୍ଣ ବୋଲି ଧରାଯାଉଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓଡିଶାକୁ ରେଡ୍ ୱାର୍ଣ୍ଣିଂ, ଭିଜିବ ସାରା ରାଜ୍ୟ 🔴 ନୂଆଖାଇ ପାଇଁ ବଲାଙ୍ଗିରରେ ନବାନ୍ନ ଲଗ୍ନ ଧାର୍ଯ୍ୟ 🔴 ୫ ହଜାର କୋଟିର ଫାଇନ୍ ଗଣିବ ମେଟା 🔴 ୧୨ ଜିଲ୍ଲାକୁ ସତର୍କ ସୂଚନା 🔴 ବିନା ଫିଟନେସରେ ଗାଡ଼ି ଚଳାଉଥିଲେ ସାବଧାନ 🔴 ଏଥର UPI କଲେ କଟିବ ଟଙ୍କା! 🔴 ‘ଖୁବଶୀଘ୍ର ପିଲାଙ୍କୁ ମିଳିବ ନୂଆ ସଠିକ୍ ବହି’ 🔴 ଛାତ୍ରାବାସ ରାଗିଙ୍ଗ ଘଟଣା, ୭ଜଣ ପିଲାଙ୍କ ନାମରେ ମାମଲା ରୁଜୁ 🔴 ୨୨ ବର୍ଷ ବିନା ଦୋଷରେ ଜେଲ 🔴 ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ,ଓଡିଶାକୁ ଆସିବ ବଡ ପୁଞ୍ଜି 🔴 ଓଡିଶାକୁ ରେଡ୍ ୱାର୍ଣ୍ଣିଂ, ଭିଜିବ ସାରା ରାଜ୍ୟ 🔴 ନୂଆଖାଇ ପାଇଁ ବଲାଙ୍ଗିରରେ ନବାନ୍ନ ଲଗ୍ନ ଧାର୍ଯ୍ୟ 🔴 ୫ ହଜାର କୋଟିର ଫାଇନ୍ ଗଣିବ ମେଟା 🔴 ୧୨ ଜିଲ୍ଲାକୁ ସତର୍କ ସୂଚନା 🔴 ବିନା ଫିଟନେସରେ ଗାଡ଼ି ଚଳାଉଥିଲେ ସାବଧାନ 🔴 ଏଥର UPI କଲେ କଟିବ ଟଙ୍କା! 🔴 ‘ଖୁବଶୀଘ୍ର ପିଲାଙ୍କୁ ମିଳିବ ନୂଆ ସଠିକ୍ ବହି’ 🔴 ଛାତ୍ରାବାସ ରାଗିଙ୍ଗ ଘଟଣା, ୭ଜଣ ପିଲାଙ୍କ ନାମରେ ମାମଲା ରୁଜୁ 🔴 ୨୨ ବର୍ଷ ବିନା ଦୋଷରେ ଜେଲ 🔴 ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ,ଓଡିଶାକୁ ଆସିବ ବଡ ପୁଞ୍ଜି