ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ପୁଣି ଲଘୁଚାପ ସମ୍ଭାବନା । ୧୭ ତାରିଖ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ । ଦକ୍ଷିଣ, ଉତ୍ତର, ଉପକୂଳ, ପଶ୍ଚିମ ସବୁଆଡ଼େ ଲଗାଣ ବର୍ଷା ହୋଇପାରେ । ଆସନ୍ତା ୩ ଘଣ୍ଟା ପାଇଁ ଓଡ଼ିଶାର ୧୨ ଜିଲ୍ଲାକୁ ସତର୍କ ସୂଚନା ଜାରି । ରାଜ୍ୟର ୧୨ ଜିଲ୍ଲାରେ ବର୍ଷା ସହ ବିଜୁଳି ଓ ଘଡ଼ଘଡ଼ି ସମ୍ଭାବନା । ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ ଜିଲ୍ଲାକୁ ଆଲର୍ଟ । ନବରଙ୍ଗପୁର, ବରଗଡ଼, ବୌଦ୍ଧ, ନୟାଗଡ଼, କଟକ ଜିଲ୍ଲାକୁ ସତର୍କ ସୂଚନା । ଖୋର୍ଦ୍ଧା ଓ ପୁରୀ ଜିଲ୍ଲାକୁ ବର୍ଷା ସତର୍କତା ଜାରି କଲା ପାଣିପାଗ ବିଭାଗ ।
ଶୁକ୍ରବାର ମୟୂରଭଞ୍ଜ ଜିଲାକୁ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ଅରେଞ୍ଜ ଓ୍ବାର୍ନିଂ ଦିଆଯାଇଛି। ସେହିପରି ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ଗଜପତି ଏବଂ ଗଞ୍ଜାମ ଜିଲାକୁ ପ୍ରବଳ ବର୍ଷା ନେଇ ୟେଲୋ ଓ୍ବାର୍ନିଂ ଏବଂ ରାଜ୍ୟର ସମସ୍ତ ଜିଲାରେ ଘଡ଼ଘଡ଼ି ବିଜୁଳି ସହିତ ଝଡ଼ବର୍ଷା ହେବା ନେଇ ସତର୍କ ସୂଚନା ଜାରି କରାଯାଇଛି। ଏହି ସମୟରେ ପବନର ବେଗ ଘଣ୍ଟାପ୍ରତି ୩୦ରୁ ୪୦ କି.ମି. ରହିବା ନେଇ ସୂଚନା ଦିଆଯାଇଛି। ଆସନ୍ତା ସପ୍ତାହ ପର୍ଯ୍ୟନ୍ତ ଏଭଳି ସ୍ଥିତି ଲାଗି ରହିବ ବୋଲି ଆକଳନ କରାଯାଇଛି।
