Masthead

ଓଡିଶାକୁ ରେଡ୍ ୱାର୍ଣ୍ଣିଂ, ଭିଜିବ ସାରା ରାଜ୍ୟ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ରାଜ୍ୟକୁ ଆସୁଛି ବଡ ବର୍ଷା । ଭିଜିବ ସାରା ରାଜ୍ୟ ।ସତର୍କ ସୂଚନା ଜାରି କଲେ ଭାରତୀୟ ପାଣି ପାଗ ବିଭାଗ । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଲଘୁଚାପ ସମ୍ଭାବନା । କିଛି କିଛି ସ୍ଥାନରେ ପ୍ରବଳ ବର୍ଷା ସହ ଘଡଘଡି ବିଜୁଳି । ଗତକାଲିଠୁ କଟକ-ଭୁବନେଶ୍ୱର ଟୁଇନ ସିଟିରେ ତୁହାକୁ ତୁହା ବର୍ଷା ହେଉଛି। ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୫ ଦିନ ଯାଏଁ ରାଜ୍ୟବ୍ୟାପି ବର୍ଷାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଆସନ୍ତାକାଲି ପାଇଁ ସାରା ରାଜ୍ୟକୁ ଝଡ ବର୍ଷା ଆଲର୍ଡ ଜାରି ହୋଇଛି । ଶୁକ୍ରବାର ମୟୂରଭଞ୍ଜ ଜିଲ୍ଲାକୁ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ଅରେଞ୍ଜ ଓ୍ବାର୍ନିଂ ଦିଆଯାଇଛି।

 

ସେହିପରି ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ଗଜପତି ଏବଂ ଗଞ୍ଜାମ ଜିଲାକୁ ପ୍ରବଳ ବର୍ଷା ନେଇ ୟେଲୋ ଓ୍ବାର୍ନିଂ ଏବଂ ରାଜ୍ୟର ସମସ୍ତ ଜିଲାରେ ଘଡ଼ଘଡ଼ି ବିଜୁଳି ସହିତ ଝଡ଼ବର୍ଷା ହେବା ନେଇ ସତର୍କ ସୂଚନା ଜାରି କରାଯାଇଛି। ଏହି ସମୟରେ ପବନର ବେଗ ଘଣ୍ଟାପ୍ରତି ୩୦ରୁ ୪୦ କି.ମି. ରହିବା ନେଇ ସୂଚନା ଦିଆଯାଇଛି। ଆସନ୍ତା ୧୨ ତାରିଖ ବେଳକୁ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ନେଇ ଆଇଏମଡି ଆକଳନ କରିଛି। ଶୁକ୍ରବାର ମଧ୍ୟ ସାରା ରାଜ୍ୟରେ ପ୍ରବଳ ବର୍ଷା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କତା ଜାରି କରାଯାଇଛି। ବିଶେଷକରି ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓଡିଶାକୁ ରେଡ୍ ୱାର୍ଣ୍ଣିଂ, ଭିଜିବ ସାରା ରାଜ୍ୟ 🔴 ନୂଆଖାଇ ପାଇଁ ବଲାଙ୍ଗିରରେ ନବାନ୍ନ ଲଗ୍ନ ଧାର୍ଯ୍ୟ 🔴 ୫ ହଜାର କୋଟିର ଫାଇନ୍ ଗଣିବ ମେଟା 🔴 ୧୨ ଜିଲ୍ଲାକୁ ସତର୍କ ସୂଚନା 🔴 ବିନା ଫିଟନେସରେ ଗାଡ଼ି ଚଳାଉଥିଲେ ସାବଧାନ 🔴 ଏଥର UPI କଲେ କଟିବ ଟଙ୍କା! 🔴 ‘ଖୁବଶୀଘ୍ର ପିଲାଙ୍କୁ ମିଳିବ ନୂଆ ସଠିକ୍ ବହି’ 🔴 ଛାତ୍ରାବାସ ରାଗିଙ୍ଗ ଘଟଣା, ୭ଜଣ ପିଲାଙ୍କ ନାମରେ ମାମଲା ରୁଜୁ 🔴 ୨୨ ବର୍ଷ ବିନା ଦୋଷରେ ଜେଲ 🔴 ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ,ଓଡିଶାକୁ ଆସିବ ବଡ ପୁଞ୍ଜି 🔴 ଓଡିଶାକୁ ରେଡ୍ ୱାର୍ଣ୍ଣିଂ, ଭିଜିବ ସାରା ରାଜ୍ୟ 🔴 ନୂଆଖାଇ ପାଇଁ ବଲାଙ୍ଗିରରେ ନବାନ୍ନ ଲଗ୍ନ ଧାର୍ଯ୍ୟ 🔴 ୫ ହଜାର କୋଟିର ଫାଇନ୍ ଗଣିବ ମେଟା 🔴 ୧୨ ଜିଲ୍ଲାକୁ ସତର୍କ ସୂଚନା 🔴 ବିନା ଫିଟନେସରେ ଗାଡ଼ି ଚଳାଉଥିଲେ ସାବଧାନ 🔴 ଏଥର UPI କଲେ କଟିବ ଟଙ୍କା! 🔴 ‘ଖୁବଶୀଘ୍ର ପିଲାଙ୍କୁ ମିଳିବ ନୂଆ ସଠିକ୍ ବହି’ 🔴 ଛାତ୍ରାବାସ ରାଗିଙ୍ଗ ଘଟଣା, ୭ଜଣ ପିଲାଙ୍କ ନାମରେ ମାମଲା ରୁଜୁ 🔴 ୨୨ ବର୍ଷ ବିନା ଦୋଷରେ ଜେଲ 🔴 ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ,ଓଡିଶାକୁ ଆସିବ ବଡ ପୁଞ୍ଜି