Masthead

ଆଜି ସୃଷ୍ଟି ହେବ ଲଘୁଚାପ, ୧୧ ଯାଏଁ ପ୍ରବଳ ବର୍ଷା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ବଙ୍ଗୋପସାଗରରେ ଆଜି ସୃଷ୍ଟି ହେବ ଲଘୁଚାପ । ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ହେବ ଲଘୁଚାପ । ଲଘୁଚାପ ପ୍ରଭାବରେ ୧୧ ଯାଏଁ ହେବ ବର୍ଷା ପ୍ରବଳ । ବର୍ଷା ନେଇ ସାରା ଓଡ଼ିଶାକୁ ଚେତାବନି ।୬ ଜିଲ୍ଲାକୁ ଅରେଞ୍ଜ, ୨୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ । ଉତ୍ତର ଓଡ଼ିଶାରେ ବନ୍ୟା ଦୁର୍ଦ୍ଦଶା ଥମିନି । ଏବେ ବି କେତେକ  ଅଞ୍ଚଳ ଜଳବନ୍ଦୀ । ଏପଟେ ସାଳନ୍ଦୀ ଉଛୁଳିଲାଣି । ଜଳକା  ବି ବିପଦ ସଙ୍କେତ ଉପରେ ବହୁଛି। ବୈତରଣୀ ଜଳସ୍ତର ବିପଦ ସଙ୍କେତ  ମୁହାଁ ହେଉଥିବାବେଳେ ବ୍ରାହ୍ମଣୀ ଓ  ସୁବର୍ଣ୍ଣରେଖା ଧିମେଇ ଧିମେଇ ଫୁଲୁଛି । ସ୍ଥିତିକୁ ଗମ୍ଭୀର କରିପାରେ  ଅବିଶ୍ରାନ୍ତ ବର୍ଷା। ଆସନ୍ତା ୧୧  ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗି ରହିବ। ପ୍ରାୟତଃ ମଧ୍ୟମ ଧରଣର ବର୍ଷା ହେବ। କେତେକ ଜାଗାରେ  ପ୍ରବଳ ବର୍ଷା ବି ହୋଇପାରେ ବୋଲି ପୂର୍ବାନୁମାନ । ଭାରତୀୟ ପାଣିପାଗ ବିଭାଗ  ସୂଚନା ଦେଇଛି, ଗାଙ୍ଗେୟ ପଶ୍ଚିମବଙ୍ଗ  ଓ ପାଖ ବାଂଲାଦେଶ ଉପରେ ଥିବା ଘୂଣ୍ଣି ର୍ବଳୟ ଘନୀଭୂତ ହେଉଛି। ଶନିବାରକୁ ଲଘୁଚାପ ରୂପ ନେଇ  ଗାଙ୍ଗେୟ ପଶ୍ଚିମବଙ୍ଗ ଓ ପାଶ୍ୱର୍ବର୍ତ୍ତୀ  ଉତ୍ତର ପଶ୍ଚିମ ବଙ୍ଗୋପସାଗର ଉପରେ ରହିବ । ଏହା ପଶ୍ଚିମ ଉତ୍ତର ପଶ୍ଚିମ ଦିଗରେ ମୁହାଁଇ ମୌସୁମୀ ଟ୍ରଫ୍‌ ସହ ସମାନ୍ତରାଳ ଭାବେ  ଗାଙ୍ଗେୟ ପଶ୍ଚିମବଙ୍ଗ, ପାଶ୍ୱର୍ବର୍ତ୍ତୀ ଉତ୍ତର ଓଡ଼ିଶା, ଝାଡ଼ଖଣ୍ଡ, ଉତ୍ତର ଛତିଶଗଡ଼ ଆଡ଼କୁ ଗତି କରିବ ।  ଏହା ପ୍ରଭାବରେ ରାଜ୍ୟରେ ବର୍ଷା ଲାଗି ରହିବ ।

ଆଜି ସକାଳ ସାଢେ ୮ଟା ପର୍ଯ୍ୟନ୍ତ ପର୍ଯ୍ୟନ୍ତ ମୟୂରଭଞ୍ଜ ଜିଲ୍ଲାକୁ ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ରେଡ୍ ଆର୍ଲଟ ଜାରି କରାଯାଇଛି। ସେହିପରି ୧୯ ଜିଲ୍ଲାକୁ ଅତି ପ୍ରବଳ ବର୍ଷା ଲାଗି ଅରେଞ୍ଜ ଏବଂ ୧୦ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ୟେଲୋ ଆଲର୍ଟ ଜାରି ହୋଇଛି। ଅନ୍ୟପଟେ ସାଢେ ୮ଟା ପରେ ବର୍ଷା କାଲି ଅପେକ୍ଷା ସାମାନ୍ୟ କମିଲେ ବି ଉତ୍ତର ଓ ପଶ୍ଚିମ ଓଡ଼ିଶାରେ ଅତିପ୍ରବଳ ବର୍ଷା ଲାଗିରହିବ। ୬ ଜିଲ୍ଲା- କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ସମ୍ବଲପୁର, ଝାରସୁଗୁଡ଼ା ଓ ବରଗଡ଼କୁ ଅରେଞ୍ଜ ଆଲର୍ଟ ଜାରି କରିଛି ପାଣିପାଗ କେନ୍ଦ୍ର। ଏହାଛଡ଼ା ବାକି ୨୪ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି।  ରାଜ୍ୟର  ଅଧିକାଂଶ ସ୍ଥାନରେ ବର୍ଷା ସମ୍ଭାବନା ରହିଛି । ଆଜି ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, କେନ୍ଦୁଝର ଓ ମୟୂରଭଞ୍ଜରେ ପ୍ରବଳରୁ ପ୍ରବଳତର  ବର୍ଷା ହୋଇପାରେ । ବାଲେଶ୍ୱର, ଭଦ୍ରକ, ଯାଜପୁର,  କେନ୍ଦ୍ରାପଡ଼ା, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ,  ସୁବର୍ଣ୍ଣପୁର, ବୌଦ୍ଧ,  ନୂଆପଡ଼ା ଓ ବଲାଙ୍ଗୀର ଜିଲ୍ଲାରେ ସ୍ଥାନେ ସ୍ଥାନେ ପ୍ରବଳ ବର୍ଷା ସମ୍ଭାବନା  ଅଛି । ଏହାବାଦ ଅନେକ ଜାଗାରେ ଘଡ଼ଘଡ଼ି ସହ  ବର୍ଷା ହୋଇପାରେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାତୀୟ ହୋମିଓପାଥିକ କର୍ମଶାଳାରେ ୬୫ ସଫଳ ପ୍ରାର୍ଥୀଙ୍କୁ ସମ୍ବର୍ଦ୍ଧନା 🔴 ନେପାଳରେ ବିମାନ ଅଘଟଣ, ବଞ୍ଚିଗଲେ ୧୬ ଯାତ୍ରୀ 🔴 ଆଫଗାନିସ୍ତାନରେ ଏୟାରଷ୍ଟ୍ରାଇକ୍‌, ଚିନ୍ତା ପ୍ରକାଶ କଲା ରୁଷ ଦୂତାବାସ 🔴 ବନ୍ୟା ଯୋଗୁଁ ଯାଇଛି ୭ ଜୀବନ: ସୁରେଶ ପୂଜାରୀ 🔴 ବାୟାପଡ଼ା ଓ ମାନବକୋଣ୍ଡା ଘାଟିରେ ଭୂସ୍ଖଳନ 🔴 MMDR ତାତି: ବିଧାନସଭାରେ ବିରୋଧୀଙ୍କ ହଟ୍ଟଗୋଳ, ୪ଟା ଯାଏଁ ମୁଲତବି ଗୃହ 🔴 ଓଡ଼ିଶାକୁ ନୟାନ୍ତ କରିବ ବର୍ଷା 🔴 ପାଠ ପଢିବା ବଦଳରେ ପିଲା କରୁଛନ୍ତି କାମ 🔴 ଗାନ୍ଧି ମାର୍ଗରେ ଗର୍ଜିଲା ବିଜେଡି 🔴 ଭୟଙ୍କର ରୂପ ନେଇ ସ୍ଥଳଭାଗ ଆଡ଼େ ମାଡ଼ି ଆସୁଛି.. 🔴 ଜାତୀୟ ହୋମିଓପାଥିକ କର୍ମଶାଳାରେ ୬୫ ସଫଳ ପ୍ରାର୍ଥୀଙ୍କୁ ସମ୍ବର୍ଦ୍ଧନା 🔴 ନେପାଳରେ ବିମାନ ଅଘଟଣ, ବଞ୍ଚିଗଲେ ୧୬ ଯାତ୍ରୀ 🔴 ଆଫଗାନିସ୍ତାନରେ ଏୟାରଷ୍ଟ୍ରାଇକ୍‌, ଚିନ୍ତା ପ୍ରକାଶ କଲା ରୁଷ ଦୂତାବାସ 🔴 ବନ୍ୟା ଯୋଗୁଁ ଯାଇଛି ୭ ଜୀବନ: ସୁରେଶ ପୂଜାରୀ 🔴 ବାୟାପଡ଼ା ଓ ମାନବକୋଣ୍ଡା ଘାଟିରେ ଭୂସ୍ଖଳନ 🔴 MMDR ତାତି: ବିଧାନସଭାରେ ବିରୋଧୀଙ୍କ ହଟ୍ଟଗୋଳ, ୪ଟା ଯାଏଁ ମୁଲତବି ଗୃହ 🔴 ଓଡ଼ିଶାକୁ ନୟାନ୍ତ କରିବ ବର୍ଷା 🔴 ପାଠ ପଢିବା ବଦଳରେ ପିଲା କରୁଛନ୍ତି କାମ 🔴 ଗାନ୍ଧି ମାର୍ଗରେ ଗର୍ଜିଲା ବିଜେଡି 🔴 ଭୟଙ୍କର ରୂପ ନେଇ ସ୍ଥଳଭାଗ ଆଡ଼େ ମାଡ଼ି ଆସୁଛି..