Masthead

୧୧ ଜିଲ୍ଲାରେ ପ୍ରବଳ ବର୍ଷା!

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ୨୪ ଘଣ୍ଟାରେ ପ୍ରବଳ ବର୍ଷା । ୧୧ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ଓ୍ବାର୍ଣ୍ଣିଂ ଜାରି କଲା ପାଣିପାଗ ବିଜ୍ଞାନ କେନ୍ଦ୍ର । ଏହିସବୁ ଜିଲ୍ଲା ଗୁଡ଼ିକ ହେଲା ମାଲକାନଗିରି, କୋରାପୁଟ, କଳାହାଣ୍ଡି, ନବରଙ୍ଗପୁର, ନୂଆପଡା, ବଲାଙ୍ଗିର, ବରଗଡ଼, ଝାରସୁଗୁଡା, ସୁନ୍ଦରଗଡ, କେନ୍ଦୁଝର ଓ ମୟୁରଭଞ୍ଜ । ସେହିପରି କଟକ, କେନ୍ଦ୍ରାପଡା, ଜଗତସିଂହପୁର, ଯାଜପୁର, ଭଦ୍ରକ, ବାଲେଶ୍ୱର, ଢେଙ୍କାନାଳ, ଅନୁଗୁଳ, ଦେବଗଡ ଓ ସମ୍ବଲପୁରରେ ଏହି ୧୦ ଜିଲ୍ଲାରେ ବିଜୁଳି ଘଡଘଡି ସହ ୩୦ରୁ ୪୦ କି.ମି. ଝଟ୍କା ପବନ ବହିବା ସମ୍ଭାବନାକୁ ନେଇ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି ।

ସେହିପରି ଆଜି ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହ ଜଗତସିଂହପୁର, କେନ୍ଦ୍ରାପଡା, ଯାଜପୁର, କଟକ, ବାଲେଶ୍ୱର, କେନ୍ଦୁଝର, ମୟୂରଭଞ୍ଜ, କୋରାପୁଟ ଓ ନବରଙ୍ଗପୁର ଏହି ୯ ଜିଲ୍ଲାରେ ପ୍ରବଳ ବର୍ଷାକୁ ନେଇ ୟେଲୋ ଓ୍ବାର୍ଣ୍ଣିଂ ଜାରି କରିଛି ବିଭାଗ । ସେହିପରି ଗଜପତି, ମାଲକାନଗିରି, ନୟାଗଡ, କଳାହାଣ୍ଡି, ଭଦ୍ରକ, ଢେଙ୍କାନାଳ, ଅନୁଗୁଳ, ଦେବଗଡ, ସମ୍ବଲପୁର, ଝାରସୁଗୁଡା, ସୁନ୍ଦରଗଡ ଓ ବରଗଡ଼ ଏହି ୧୧ ଜିଲ୍ଲାରେ ବିଜୁଳି ଘଡଘଡି ସହ ୩୦ରୁ ୪୦ କି.ମି. ବେଗରେ ଝଟକା ପବନ ବହିବାର ସମ୍ଭାବନାକୁ ନେଇ ୟେଲୋ ଓ୍ବାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

ମହାନଦୀ ଜଳସ୍ତର ସାମାନ୍ୟ ବଢିବାରୁ ଆଜି  ହୀରାକୁଦର ଆଉ ୪ଟି ଗେଟ୍‌ ଖୋଲିଛି । ଜଳଭଣ୍ଡାରକୁ ପ୍ରତି ସେକେଣ୍ଡରେ ୨.୧୫ ଲକ୍ଷ  ଘନଫୁଟ ପାଣି ପ୍ରବେଶ କରୁଥିବାବେଳେ ୧୨ଟି  ଗେଟ ଦେଇ ସେତିକି ପାଣି ଛଡ଼ାଯାଉଛି । ସନ୍ଧ୍ୟା  ୬ଟାବେଳେ ମୁଣ୍ଡୁଳିରେ ୪ ଲକ୍ଷ ୭୪ ହଜାର ୬୨୪  ଘନଫୁଟ ପାଣି ଚାଲିଥିଲା । ଉଭୟ ଖଇରମାଳ  ଓ ବରମୂଳରେ ୩ ଲକ୍ଷ ୮୫ ହଜାର ଘନଫୁଟ  ପାଣି ଚାଲିଥିଲା । ପଥର୍ଲାରେ ତେଲରେ ପ୍ରବାହିତ  ହେଉଥିଲା ୯୪ ହଜାର ୧୧୩ ଘନଫୁଟ ପାଣି ।  ନରାଜରେ ସନ୍ଧ୍ୟା ୬ଟାବେଳେ ମହାନଦୀ ଜଳସ୍ତର  ୨୫.୩୪ ମିଟର ଥିଲା । ଏଠାରେ ବିପଦ ସଙ୍କେତ  ସ୍ତର ୨୬.୪୧ ମିଟର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାତୀୟ ହୋମିଓପାଥିକ କର୍ମଶାଳାରେ ୬୫ ସଫଳ ପ୍ରାର୍ଥୀଙ୍କୁ ସମ୍ବର୍ଦ୍ଧନା 🔴 ନେପାଳରେ ବିମାନ ଅଘଟଣ, ବଞ୍ଚିଗଲେ ୧୬ ଯାତ୍ରୀ 🔴 ଆଫଗାନିସ୍ତାନରେ ଏୟାରଷ୍ଟ୍ରାଇକ୍‌, ଚିନ୍ତା ପ୍ରକାଶ କଲା ରୁଷ ଦୂତାବାସ 🔴 ବନ୍ୟା ଯୋଗୁଁ ଯାଇଛି ୭ ଜୀବନ: ସୁରେଶ ପୂଜାରୀ 🔴 ବାୟାପଡ଼ା ଓ ମାନବକୋଣ୍ଡା ଘାଟିରେ ଭୂସ୍ଖଳନ 🔴 MMDR ତାତି: ବିଧାନସଭାରେ ବିରୋଧୀଙ୍କ ହଟ୍ଟଗୋଳ, ୪ଟା ଯାଏଁ ମୁଲତବି ଗୃହ 🔴 ଓଡ଼ିଶାକୁ ନୟାନ୍ତ କରିବ ବର୍ଷା 🔴 ପାଠ ପଢିବା ବଦଳରେ ପିଲା କରୁଛନ୍ତି କାମ 🔴 ଗାନ୍ଧି ମାର୍ଗରେ ଗର୍ଜିଲା ବିଜେଡି 🔴 ଭୟଙ୍କର ରୂପ ନେଇ ସ୍ଥଳଭାଗ ଆଡ଼େ ମାଡ଼ି ଆସୁଛି.. 🔴 ଜାତୀୟ ହୋମିଓପାଥିକ କର୍ମଶାଳାରେ ୬୫ ସଫଳ ପ୍ରାର୍ଥୀଙ୍କୁ ସମ୍ବର୍ଦ୍ଧନା 🔴 ନେପାଳରେ ବିମାନ ଅଘଟଣ, ବଞ୍ଚିଗଲେ ୧୬ ଯାତ୍ରୀ 🔴 ଆଫଗାନିସ୍ତାନରେ ଏୟାରଷ୍ଟ୍ରାଇକ୍‌, ଚିନ୍ତା ପ୍ରକାଶ କଲା ରୁଷ ଦୂତାବାସ 🔴 ବନ୍ୟା ଯୋଗୁଁ ଯାଇଛି ୭ ଜୀବନ: ସୁରେଶ ପୂଜାରୀ 🔴 ବାୟାପଡ଼ା ଓ ମାନବକୋଣ୍ଡା ଘାଟିରେ ଭୂସ୍ଖଳନ 🔴 MMDR ତାତି: ବିଧାନସଭାରେ ବିରୋଧୀଙ୍କ ହଟ୍ଟଗୋଳ, ୪ଟା ଯାଏଁ ମୁଲତବି ଗୃହ 🔴 ଓଡ଼ିଶାକୁ ନୟାନ୍ତ କରିବ ବର୍ଷା 🔴 ପାଠ ପଢିବା ବଦଳରେ ପିଲା କରୁଛନ୍ତି କାମ 🔴 ଗାନ୍ଧି ମାର୍ଗରେ ଗର୍ଜିଲା ବିଜେଡି 🔴 ଭୟଙ୍କର ରୂପ ନେଇ ସ୍ଥଳଭାଗ ଆଡ଼େ ମାଡ଼ି ଆସୁଛି..