Masthead

ସ୍କୁଲ ବହିରେ ରହିବ ‘ବନ୍ଦେ ଉତ୍କଳ ଜନନୀ’

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ) ସାଢେ ଚାରି କୋଟି ଓଡିଆଙ୍କ ହୃଦୟର ସଂଗୀତ ‘ବନ୍ଦେ ଉତ୍କଳ ଜନନୀ’ ଏଣିକି ମାଧ୍ୟମିକ ସ୍ତରରେ ସ୍କୁଲ ପାଠ୍ୟକ୍ରମରେ ସ୍ଥାନ ପାଇବ। ନବମ ଓ ଦଶମ ଶ୍ରେଣୀରେ ପଢୁଥିବା ଛାତ୍ରଛାତ୍ରୀମାନେ କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କର ଏହି କାଳଜୟୀ କୃତୀ ପଢିବାର ସୁଯୋଗ ପାଇବେ। ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନକ୍ରମେ ଆଜି ଏ ସଂକ୍ରାନ୍ତରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶିତ ହୋଇଛି।


ସୂଚନାଯୋଗ୍ୟ ଯେ ନିକଟରେ ରାଜ୍ୟ ସରକାର ‘ବନ୍ଦେ ଉତ୍କଳ ଜନନୀ’ ସଂଗୀତକୁ ରାଜ୍ୟ ସଂଗୀତର ମାନ୍ୟତା ପ୍ରଦାନ କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧକ୍ରମେ ମଇ ୩୦ରେ ସାରା ରାଜ୍ୟ ତଥା ସାରା ବିଶ୍ୱର କୋଣ ଅନୁକୋଣରେ ଥିବା ଓଡ଼ିଆ ଭାଇଭଉଣୀମାନେ ଏହି ସଂଗୀତକୁ ଏକ ସମୟରେ ଗାନ କରି ଭାବମୟ ପରିବେଶ ସୃଷ୍ଟି କରିଥିଲେ। ଗୌରବମଣ୍ଡିତ ଉତ୍କଳ ଜନନୀଙ୍କ ଜୟଗାନ କରୁଥିବା ଏହି ମହାନ ସଂଗୀତ ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ଓଡ଼ିଆ ଜାତୀୟତାର ଭାବକୁ ସୁଦୃଢ କରିବା ସହିତ ଓଡ଼ିଆ ଜାତିର ମହାନତା ସହ ପରିଚିତ କରାଇବାରେ ସଫଳ ହେବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ