Masthead

ରାଜ୍ୟର ଯୁବପିଢିଙ୍କ ପାଇଁ ଖୁସି ଖବର,୧୩୨୬ଜଣଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ଆୟୋଜିତ ହୋଇଛି ରାଜ୍ୟସ୍ତରୀୟ ନିଯୁକ୍ତି ମେଳା। ଏହି ଅବସରରେ ୧୩୨୬ ଜଣ ନବନିଯୁକ୍ତ ପ୍ରାର୍ଥୀଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ନୂତନ ଭାବେ ଚୟନ ହୋଇଥିବା ୯ଟି ବିଭାଗର ପ୍ରାର୍ଥୀମାନେ ଏହି ନିଯୁକ୍ତି ପତ୍ର ପାଇଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ନବନିଯୁକ୍ତ କର୍ମଚାରୀମାନଙ୍କ ଯୋଗଦାନ ରାଜ୍ୟ ପ୍ରଶାସନକୁ ଆହୁରି ସଶକ୍ତ କରିବ। ଏଥିସହ ଲୋକଙ୍କୁ ଅଧିକ ଦକ୍ଷ, ଦ୍ରୁତ ଓ ଉନ୍ନତମାନର ଜନସେବା ଯୋଗାଇବାରେ ଏହା ସହାୟକ ହେବ।

ମୁଖ୍ୟମନ୍ତ୍ରୀଙ୍କ ସୂଚନା ଅନୁସାରେ, ଏପର୍ୟ୍ୟନ୍ତ ରାଜ୍ୟରେ ମୋଟ ୧୬ଟି ନିଯୁକ୍ତି ମେଳା ଆୟୋଜିତ ହୋଇଛି। ଏହି ମେଳାଗୁଡ଼ିକ ଜରିଆରେ ମୋଟ ୪୫ ହଜାର ୪୦୮ ଜଣଙ୍କୁ ନିଯୁକ୍ତି ପ୍ରଦାନ କରାଯାଇଛି। ନିଯୁକ୍ତି ପ୍ରକ୍ରିୟାକୁ ରାଜ୍ୟରେ ସୁଶାସନକୁ ଆହୁରି ମଜବୁତ କରିବାର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଭାବେ ବର୍ଣ୍ଣନା କରିଛନ୍ତି ମୁଖ୍ୟମନ୍ତ୍ରୀ। ନୂତନ କର୍ମଚାରୀଙ୍କ ଯୋଗଦାନ ଫଳରେ ପ୍ରଶାସନିକ ବ୍ୟବସ୍ଥା ଅଧିକ ସୁଦୃଢ଼ ହେବା ସହ ନାଗରିକଙ୍କୁ ଉନ୍ନତମାନର ଓ ଦ୍ରୁତ ଜନସେବା ମିଳିବ ବୋଲି ସେ ଆଶା ପ୍ରକାଶ କରିଛନ୍ତି।

ନିଯୁକ୍ତି ପତ୍ର ପାଇଥିବା ପ୍ରାର୍ଥୀମାନେ ଏହି ନୂତନ ସୁଯୋଗ ପାଇଁ ଖୁସି ପ୍ରକାଶ କରିବା ସହ ସରକାରୀ ସେବାରେ ଯୋଗଦେଇ ରାଜ୍ୟର ବିକାଶ ଓ ଜନସାଧାରଣଙ୍କ ସେବାରେ ନିଜର ଅବଦାନ ରଖିବାକୁ ଆଶା ପ୍ରକାଶ କରିଥିଲେ।ରାଜ୍ୟରେ ନିଯୁକ୍ତି ସୁଯୋଗ ବୃଦ୍ଧି, ଯୁବପିଢ଼ିଙ୍କୁ ସରକାରୀ ଚାକିରିର ସୁଯୋଗ ଦେବା ଏବଂ ବିଭିନ୍ନ ବିଭାଗରେ ମାନବ ସମ୍ବଳକୁ ସୁଦୃଢ଼ କରିବା ଦିଗରେ ଏହି ନିଯୁକ୍ତି ମେଳା ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ବୋଲି କୁହାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନେପାଳରେ ବିମାନ ଅଘଟଣ, ବଞ୍ଚିଗଲେ ୧୬ ଯାତ୍ରୀ 🔴 ଆଫଗାନିସ୍ତାନରେ ଏୟାରଷ୍ଟ୍ରାଇକ୍‌, ଚିନ୍ତା ପ୍ରକାଶ କଲା ରୁଷ ଦୂତାବାସ 🔴 ବନ୍ୟା ଯୋଗୁଁ ୭ ଯାଇଛି ଜୀବନ: ସୁରେଶ ପୂଜାରୀ 🔴 ବାୟାପଡ଼ା ଓ ମାନବକୋଣ୍ଡା ଘାଟିରେ ଭୂସ୍ଖଳନ 🔴 MMDR ତାତି: ବିଧାନସଭାରେ ବିରୋଧୀଙ୍କ ହଟ୍ଟଗୋଳ, ୪ଟା ଯାଏଁ ମୁଲତବି ଗୃହ 🔴 ଓଡ଼ିଶାକୁ ନୟାନ୍ତ କରିବ ବର୍ଷା 🔴 ପାଠ ପଢିବା ବଦଳରେ ପିଲା କରୁଛନ୍ତି କାମ 🔴 ଗାନ୍ଧି ମାର୍ଗରେ ଗର୍ଜିଲା ବିଜେଡି 🔴 ଭୟଙ୍କର ରୂପ ନେଇ ସ୍ଥଳଭାଗ ଆଡ଼େ ମାଡ଼ି ଆସୁଛି.. 🔴 ଗଭୀର ଅବପାତ ନେଇ IMDର ବଡ଼ ସୂଚନା, ୨୩ ରାତିରେ ଉପକୂଳ ଛୁଇଁବ   🔴 ନେପାଳରେ ବିମାନ ଅଘଟଣ, ବଞ୍ଚିଗଲେ ୧୬ ଯାତ୍ରୀ 🔴 ଆଫଗାନିସ୍ତାନରେ ଏୟାରଷ୍ଟ୍ରାଇକ୍‌, ଚିନ୍ତା ପ୍ରକାଶ କଲା ରୁଷ ଦୂତାବାସ 🔴 ବନ୍ୟା ଯୋଗୁଁ ୭ ଯାଇଛି ଜୀବନ: ସୁରେଶ ପୂଜାରୀ 🔴 ବାୟାପଡ଼ା ଓ ମାନବକୋଣ୍ଡା ଘାଟିରେ ଭୂସ୍ଖଳନ 🔴 MMDR ତାତି: ବିଧାନସଭାରେ ବିରୋଧୀଙ୍କ ହଟ୍ଟଗୋଳ, ୪ଟା ଯାଏଁ ମୁଲତବି ଗୃହ 🔴 ଓଡ଼ିଶାକୁ ନୟାନ୍ତ କରିବ ବର୍ଷା 🔴 ପାଠ ପଢିବା ବଦଳରେ ପିଲା କରୁଛନ୍ତି କାମ 🔴 ଗାନ୍ଧି ମାର୍ଗରେ ଗର୍ଜିଲା ବିଜେଡି 🔴 ଭୟଙ୍କର ରୂପ ନେଇ ସ୍ଥଳଭାଗ ଆଡ଼େ ମାଡ଼ି ଆସୁଛି.. 🔴 ଗଭୀର ଅବପାତ ନେଇ IMDର ବଡ଼ ସୂଚନା, ୨୩ ରାତିରେ ଉପକୂଳ ଛୁଇଁବ