Masthead

ଶ୍ମଶାନରୁ ୩ ଶବ ଗାୟବ

ଭଣ୍ଡାରିପୋଖରୀ (ବଡ଼ ଖବର ବ୍ୟୁରୋ): ଗୋଟିଏ ପଟେ ପରିବାର ଲୋକେ ନିଜ ପ୍ରିୟଜନଙ୍କ ଶେଷକୃତ୍ୟ ସମ୍ପନ୍ନ କରି ଗ୍ରାମକୁ ଫେରୁଛନ୍ତି, ଅନ୍ୟପଟେ ରାତିର ଅନ୍ଧାରରେ ସ୍ୱର୍ଗଦ୍ୱାରରୁ ଗାଏବ ହୋଇଯାଉଛି ଶବ । ଭଦ୍ରକ ଜିଲ୍ଲା ଭଣ୍ଡାରିପୋଖରୀ ଥାନା ଅନ୍ତର୍ଗତ ମଣିନାଥପୁରରୁ ଆସିଛି ଏକ ଚାଞ୍ଚଲ୍ୟକର ଖବର । ବୈତରଣୀ ନଦୀ କୂଳ ସ୍ୱର୍ଗଦ୍ୱାରରୁ ଗତକାଲି ବିଳମ୍ବିତ ରାତିରେ ଗାଏବ ହୋଇଯାଇଛି ୩ଟି ଶବ । ଗୋଟିଏ କି ଦୁଇଟି ନୁହେଁ, ଗତ ୮ ମାସ ମଧ୍ୟରେ ଏହି ସ୍ୱର୍ଗଦ୍ୱାରରୁ ଗାଏବ ହେଲାଣି ୧୫ରୁ ଊର୍ଦ୍ଧ୍ୱ ଶବ । ଶବ ରାକେଟକୁ ଧରିବା ପାଇଁ ପୋଲିସ ପ୍ରଶାସନ ପ୍ରତିଶ୍ରୁତି ଦେଇଥିଲେ ବି ଏପର୍ଯ୍ୟନ୍ତ କୌଣସି ଅଭିଯୁକ୍ତ ଗିରଫ ନହେବା ପୋଲିସର କାର୍ଯ୍ୟାନୁଷ୍ଠାନ ଉପରେ ପ୍ରଶ୍ନବାଚୀ ସୃଷ୍ଟି କରିଛି ।

ସେପଟେ ୩ଟି ଶବ ଗାଏବ ହେବା ସ୍ଥାନୀୟ ଅଞ୍ଚଳରେ ତୀବ୍ର ଅସନ୍ତୋଷ ଓ ଆଶଙ୍କା ସୃଷ୍ଟି କରିଛି । ଗତ ୮ ମାସ ଭିତରେ ଏଠାରୁ ଏକାଧିକ ଶବ ଗାଏବ ହେବା ପରେ ପୋଲିସ ପକ୍ଷରୁ ତଦନ୍ତ ପ୍ରକ୍ରିୟା ଆରମ୍ଭ କରାଯାଇଥିଲା । ଏପରିକି ଏସପି ନିଜେ ଏହି ଶବ ଚୋରି ରାକେଟର ପର୍ଦ୍ଦାଫାଶ କରିବା ସହ ଅଭିଯୁକ୍ତଙ୍କୁ ତୁରନ୍ତ ଗିରଫ କରାଯିବ ବୋଲି ପ୍ରତିଶ୍ରୁତି ଦେଇଥିଲେ । ହେଲେ ପୋଲିସର ସମସ୍ତ ପ୍ରତିଶ୍ରୁତି ଓ ଅନୁସନ୍ଧାନ ସତ୍ତ୍ୱେ ଅପରାଧୀମାନେ ପୁଣିଥରେ ଏହି କାଣ୍ଡ ଭିଆଇ ପୋଲିସକୁ ସୋଧା ଚ୍ୟାଲେଞ୍ଜ ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ 🔴 ଗର୍ଭବତୀ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ନଦୀରେ ଓଲଟିଲା ବୋଟ 🔴 ବୈତରଣୀରେ ପୁଣି ବନ୍ୟା, ବିପଦ ସଙ୍କେତ ଉପରେ ଜଳ ପ୍ରବାହ.. 🔴 ଏସୀୟ କ୍ରୀଡ଼ାରେ ଭାରତର ଆଉ ଏକ ଗୋଲ୍ଡ , କବାଡ଼ିରେ ଚମକିଲା ମହିଳା ଟିମ୍ 🔴 ବଢୁଛି ସୁବର୍ଣ୍ଣରେଖା ନଦୀର ଜଳସ୍ତର! 🔴 ପୁଣି ଏକ ଡଲଫିନର ମୃତଦେହ ଉଦ୍ଧାର, ଦୁଇ ଦିନରେ ମିଳିଲା ୨ଟି 🔴 କାଠ ମାଫିଆଙ୍କ କବ୍ଜାରେ କୁଳଡିହା ଅଭୟାରଣ୍ୟ,ସୁରକ୍ଷା ନେଇ ଉଠିଲା ପ୍ରଶ୍ନ 🔴 ସିକ୍କିମରେ ପ୍ରବଳ ବର୍ଷାକୁ ନେଇ ବଡ଼ ଭୂସ୍ଖଳନ, ଅନେକ ଘର କ୍ଷତିଗ୍ରସ୍ତ 🔴 ଦୁଇ ବରିଷ୍ଠ ଅଧିକାରୀ ନିଲମ୍ବିତ 🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ 🔴 ଗର୍ଭବତୀ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ନଦୀରେ ଓଲଟିଲା ବୋଟ 🔴 ବୈତରଣୀରେ ପୁଣି ବନ୍ୟା, ବିପଦ ସଙ୍କେତ ଉପରେ ଜଳ ପ୍ରବାହ.. 🔴 ଏସୀୟ କ୍ରୀଡ଼ାରେ ଭାରତର ଆଉ ଏକ ଗୋଲ୍ଡ , କବାଡ଼ିରେ ଚମକିଲା ମହିଳା ଟିମ୍ 🔴 ବଢୁଛି ସୁବର୍ଣ୍ଣରେଖା ନଦୀର ଜଳସ୍ତର! 🔴 ପୁଣି ଏକ ଡଲଫିନର ମୃତଦେହ ଉଦ୍ଧାର, ଦୁଇ ଦିନରେ ମିଳିଲା ୨ଟି 🔴 କାଠ ମାଫିଆଙ୍କ କବ୍ଜାରେ କୁଳଡିହା ଅଭୟାରଣ୍ୟ,ସୁରକ୍ଷା ନେଇ ଉଠିଲା ପ୍ରଶ୍ନ 🔴 ସିକ୍କିମରେ ପ୍ରବଳ ବର୍ଷାକୁ ନେଇ ବଡ଼ ଭୂସ୍ଖଳନ, ଅନେକ ଘର କ୍ଷତିଗ୍ରସ୍ତ 🔴 ଦୁଇ ବରିଷ୍ଠ ଅଧିକାରୀ ନିଲମ୍ବିତ