Masthead

ରାଜ୍ୟ କ୍ୟାବିନେଟର ବଡ ବୈଠକ, ଆସିପାରେ ନୂଆ ନିଷ୍ପତ୍ତି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବସିବ ବୈଠକ । ୭ଟି ଏଜେଣ୍ଡା ଉପରେ ହୋଇପାରେ ଆଲୋଚନା । ଆଜି ରାଜ୍ୟ ସରକାରଙ୍କ ପକ୍ଷରୁ ଅପରାହ୍ନ ୫ଟାରେ ରାଜ୍ୟ କ୍ୟାବିନେଟରେ ବସିବ ଗୁରୁତ୍ୱପୂର୍ଣ୍ଣ ବୈଠକ । ଲୋକସଭା ଭବନରେ ଅନୁଷ୍ଠିତ ହେବାକୁ ଥିବା ଏହି ବୈଠକରେ ୯ରୁ ଊର୍ଦ୍ଧ୍ୱ ପ୍ରସ୍ତାବ ଉପରେ ମୋହର ବାଜିପାରେ ବୋଲି ବିଶ୍ୱସ୍ତ ସୂତ୍ରରୁ ଜଣାଯାଇଛି। ଆସିପାରେ ନୂଆ ନିଷ୍ପତ୍ତି । ଏହି ବୈଠକରେ ବିଭାଗୀୟ ମନ୍ତ୍ରୀ ଓ ସଚିବ ଉପସ୍ଥିତ ରହିବେ । ସୂଚନାଯୋଗ୍ୟ, ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରତ୍ୟେକ ବିଭାଗରେ ଲୋକାଭିମୁଖୀ ଯୋଜନା କାର୍ୟ୍ୟକାରୀ କରିବା ସହ ପ୍ରତ୍ୟେକ ଜିଲାପାଳଙ୍କୁ ୨୫ଟି ଲେଖାଏଁ ନୂତନ ପ୍ରକଳ୍ପ କାର୍ୟ୍ୟକାରୀ କରିବାକୁ କୁହାଯାଇଛି। ସରକାରଙ୍କ ପକ୍ଷରୁ ବିଶେଷ କରି କୃଷକଙ୍କ ବିକାଶକୁ ଦୃଷ୍ଟିରେ ରଖି ଇନ୍‌ପୁଟ ସବ୍‌ସିଡି ପ୍ରଦାନ, ମହିଳା ସଶକ୍ତୀକରଣ ଲାଗି ସୁଭଦ୍ରା’ ଯୋଜନା ଲାଗୁ, ଶିକ୍ଷାକୁ ସାର୍ବନଜୀନ କରିବା ସହ ସ୍ବାସ୍ଥ୍ୟ ଭିତ୍ତିଭୂମି ସୁଦୃଢ଼ ଲାଗି ଗୁରୁତ୍ୱ ଦିଆଯାଉଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ନିଆଳିରେ ୨୭୫ ଅପମିଶ୍ରିତକାରୀଙ୍କ ନାଁରେ ଏତଲା’ 🔴 ସୋରୋରେ ବନ୍ୟା ସ୍ଥିତି 🔴 ଆସୁଛି ଆଉ ଏକ ଲଘୁଚାପ 🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ 🔴 ଗର୍ଭବତୀ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ନଦୀରେ ଓଲଟିଲା ବୋଟ 🔴 ବୈତରଣୀରେ ପୁଣି ବନ୍ୟା, ବିପଦ ସଙ୍କେତ ଉପରେ ଜଳ ପ୍ରବାହ.. 🔴 ଏସୀୟ କ୍ରୀଡ଼ାରେ ଭାରତର ଆଉ ଏକ ଗୋଲ୍ଡ , କବାଡ଼ିରେ ଚମକିଲା ମହିଳା ଟିମ୍ 🔴 ବଢୁଛି ସୁବର୍ଣ୍ଣରେଖା ନଦୀର ଜଳସ୍ତର! 🔴 ପୁଣି ଏକ ଡଲଫିନର ମୃତଦେହ ଉଦ୍ଧାର, ଦୁଇ ଦିନରେ ମିଳିଲା ୨ଟି 🔴 ‘ନିଆଳିରେ ୨୭୫ ଅପମିଶ୍ରିତକାରୀଙ୍କ ନାଁରେ ଏତଲା’ 🔴 ସୋରୋରେ ବନ୍ୟା ସ୍ଥିତି 🔴 ଆସୁଛି ଆଉ ଏକ ଲଘୁଚାପ 🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ 🔴 ଗର୍ଭବତୀ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ନଦୀରେ ଓଲଟିଲା ବୋଟ 🔴 ବୈତରଣୀରେ ପୁଣି ବନ୍ୟା, ବିପଦ ସଙ୍କେତ ଉପରେ ଜଳ ପ୍ରବାହ.. 🔴 ଏସୀୟ କ୍ରୀଡ଼ାରେ ଭାରତର ଆଉ ଏକ ଗୋଲ୍ଡ , କବାଡ଼ିରେ ଚମକିଲା ମହିଳା ଟିମ୍ 🔴 ବଢୁଛି ସୁବର୍ଣ୍ଣରେଖା ନଦୀର ଜଳସ୍ତର! 🔴 ପୁଣି ଏକ ଡଲଫିନର ମୃତଦେହ ଉଦ୍ଧାର, ଦୁଇ ଦିନରେ ମିଳିଲା ୨ଟି