Masthead

ଶ୍ରେଣୀ ଭିତରେ ପଶି ଛାତ୍ରର ଆଙ୍ଗୁଠି ଛିଣ୍ଡାଇ ନେଲା ବୁଲା କୁକୁର

ବାଲେଶ୍ୱର (ବଡ଼ ଖବର ବ୍ୟୁରୋ): ବାଲେଶ୍ୱରରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି । ସ୍କୁଲ ଭିତରେ ପଶି ବୁଲା କୁକୁର କରିଛି ଆକ୍ରମଣ । ବୁଲା କୁକୁର ଆକ୍ରମଣରେ ତୃତୀୟ ଶ୍ରେଣୀ ଛାତ୍ର ଗୁରୁତର । ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ସୃଷ୍ଟି ହୋଇଛି ଚାଞ୍ଚଲ୍ୟ । ଏଭଳି ଅଭାବନୀୟ ଘଟଣା ବାଲେଶ୍ୱର ସଦର ଥାନା ଅଧୀନ ଭୀମପୁର ଗ୍ରାମରେ ଘଟି ଥିବା ଖବର ସାମ୍ନକୁ ଆସିଛି । ଗୁରୁତର ଛାତ୍ରଙ୍କୁ ପ୍ରଥମେ ବାଲେଶ୍ୱର ମୁଖ୍ୟ ଚିକିତ୍ସାଳୟ ଓ ପରେ କଟକ ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି। ବାଳକ ଜଣକ ହେଉଛନ୍ତି ଭୀମପୁରସ୍ଥିତ ସତ୍ୟନାରାୟଣ ସରକାରୀ ନୋଡାଲ ଉଚ୍ଚ ବିଦ୍ୟାପୀଠର ତୃତୀୟ ଶ୍ରେଣୀ ଛାତ୍ର ପବିତ୍ର କୁମାର ରଣା । ସେ ଶ୍ରେଣୀ ଗୃହରେ ବସି ପାଠ ପଢ଼ୁଥିବା ବେଳେ ହଠାତ୍ ଏକ ବୁଲା କୁକୁର ଭିତରକୁ ପଶି ଆସି ତାଙ୍କୁ ଅତର୍କିତ ଆକ୍ରମଣ କରିଥିଲା ।

ଏହି ଘଟଣା ପରେ ରକ୍ତାକ୍ତ ଅବସ୍ଥାରେ ପବିତ୍ରଙ୍କୁ ଉଦ୍ଧାର କରାଯାଇ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା । ତେବେ ତାଙ୍କର ସ୍ୱାସ୍ଥ୍ୟ ଅବସ୍ଥା ସଙ୍କଟାପନ୍ନ ଥିବାରୁ ଏବଂ ଆଙ୍ଗୁଠି ଛିଣ୍ଡି ଯାଇଥିବାରୁ ଡାକ୍ତରଙ୍କ ପରାମର୍ଶ କ୍ରମେ ତାଙ୍କୁ ଅଧିକ ଚିକିତ୍ସା ପାଇଁ କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ଏହି ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ତୀବ୍ର ଉତ୍ତେଜନା ପ୍ରକାଶ ପାଇଛି । ବିଦ୍ୟାଳୟରେ ଛାତ୍ରଛାତ୍ରୀଙ୍କ ସୁରକ୍ଷା ନେଇ ପ୍ରଶ୍ନ ଉଠାଇ ଅଭିଭାବକମାନେ ବିଦ୍ୟାଳୟ ଗେଟ୍‌ରେ ତାଲା ପକାଇଛନ୍ତି । ଶ୍ରେଣୀ ଗୃହ ଭିତରକୁ ବୁଲା କୁକୁର ପଶିଲା କେମିତି ଏବଂ ପିଲାଙ୍କ ସୁରକ୍ଷା ପାଇଁ ବିଦ୍ୟାଳୟ କର୍ତ୍ତୃପକ୍ଷ କାହିଁକି ସତର୍କ ନଥିଲେ, ତାହାକୁ ନେଇ ଗ୍ରାମବାସୀମାନେ ଉଚ୍ଚସ୍ତରୀୟ ତଦନ୍ତ ଦାବି କରିଛନ୍ତି । ବିଦ୍ୟାଳୟ ଗେଟ୍ ସମ୍ମୁଖରେ ଧାରଣାରେ ବସି ଆହତ ଛାତ୍ରଙ୍କ ଚିକିତ୍ସା ଖର୍ଚ୍ଚ ଓ କ୍ଷତିପୂରଣ ଦାବି କରିଛନ୍ତି ଅଭିଭାବକ । ଘଟଣାସ୍ଥଳରେ ଏଯାଏଁ ପହଞ୍ଚିନାହାନ୍ତି ଉଚ୍ଚପଦସ୍ଥ ଅଧିକାରୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ 🔴 ଗର୍ଭବତୀ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ନଦୀରେ ଓଲଟିଲା ବୋଟ 🔴 ବୈତରଣୀରେ ପୁଣି ବନ୍ୟା, ବିପଦ ସଙ୍କେତ ଉପରେ ଜଳ ପ୍ରବାହ.. 🔴 ଏସୀୟ କ୍ରୀଡ଼ାରେ ଭାରତର ଆଉ ଏକ ଗୋଲ୍ଡ , କବାଡ଼ିରେ ଚମକିଲା ମହିଳା ଟିମ୍ 🔴 ବଢୁଛି ସୁବର୍ଣ୍ଣରେଖା ନଦୀର ଜଳସ୍ତର! 🔴 ପୁଣି ଏକ ଡଲଫିନର ମୃତଦେହ ଉଦ୍ଧାର, ଦୁଇ ଦିନରେ ମିଳିଲା ୨ଟି 🔴 କାଠ ମାଫିଆଙ୍କ କବ୍ଜାରେ କୁଳଡିହା ଅଭୟାରଣ୍ୟ,ସୁରକ୍ଷା ନେଇ ଉଠିଲା ପ୍ରଶ୍ନ 🔴 ସିକ୍କିମରେ ପ୍ରବଳ ବର୍ଷାକୁ ନେଇ ବଡ଼ ଭୂସ୍ଖଳନ, ଅନେକ ଘର କ୍ଷତିଗ୍ରସ୍ତ 🔴 ଦୁଇ ବରିଷ୍ଠ ଅଧିକାରୀ ନିଲମ୍ବିତ 🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ 🔴 ଗର୍ଭବତୀ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ନଦୀରେ ଓଲଟିଲା ବୋଟ 🔴 ବୈତରଣୀରେ ପୁଣି ବନ୍ୟା, ବିପଦ ସଙ୍କେତ ଉପରେ ଜଳ ପ୍ରବାହ.. 🔴 ଏସୀୟ କ୍ରୀଡ଼ାରେ ଭାରତର ଆଉ ଏକ ଗୋଲ୍ଡ , କବାଡ଼ିରେ ଚମକିଲା ମହିଳା ଟିମ୍ 🔴 ବଢୁଛି ସୁବର୍ଣ୍ଣରେଖା ନଦୀର ଜଳସ୍ତର! 🔴 ପୁଣି ଏକ ଡଲଫିନର ମୃତଦେହ ଉଦ୍ଧାର, ଦୁଇ ଦିନରେ ମିଳିଲା ୨ଟି 🔴 କାଠ ମାଫିଆଙ୍କ କବ୍ଜାରେ କୁଳଡିହା ଅଭୟାରଣ୍ୟ,ସୁରକ୍ଷା ନେଇ ଉଠିଲା ପ୍ରଶ୍ନ 🔴 ସିକ୍କିମରେ ପ୍ରବଳ ବର୍ଷାକୁ ନେଇ ବଡ଼ ଭୂସ୍ଖଳନ, ଅନେକ ଘର କ୍ଷତିଗ୍ରସ୍ତ 🔴 ଦୁଇ ବରିଷ୍ଠ ଅଧିକାରୀ ନିଲମ୍ବିତ