Masthead

ଓଡ଼ିଶାକୁ ରେଡ୍‌ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଗାମୀ ୧୨ ଘଣ୍ଟା ମଧ୍ୟରେ ଏହି ଲଘୁଚାପ ଆହୁରି ଘନୀଭୂତ ହୋଇ ଅବପାତର ରୂପ ନେଇପାରେ । ଫଳରେ ବର୍ଷାର ତୀବ୍ରତା ବଢ଼ିବା ସହ ପବନର ବେଗରେ ମଧ୍ୟ ପରିବର୍ତ୍ତନ ଆସିପାରେ । ଲଘୁଚାପର ଗତି ଏବଂ ଏହା କେତେ ଘନୀଭୂତ ହେଉଛି, ତା’ଉପରେ ଆଗାମୀ ପାଣିପାଗ ନିର୍ଭର କରିବ। ତେଣୁ ସମୁଦ୍ରକୁ ଯାଉଥିବା ମତ୍ସ୍ୟଜୀବୀ ଏବଂ ଉପକୂଳବର୍ତ୍ତୀ ଅଞ୍ଚଳର ଲୋକଙ୍କୁ ପାଣିପାଗ ବିଭାଗର ପରବର୍ତ୍ତୀ ସତର୍କ ସୂଚନା ଉପରେ ନଜର ରଖିବା ଜରୁରୀ । ଉତ୍ତର ବଙ୍ଗୋପସାଗରରୁ ଆରମ୍ଭ ହୋଇଥିବା ଏହି ଲଘୁଚାପ ଏବେ ଉତ୍ତର-ପଶ୍ଚିମ ମୁହାଁ । ୧୨ ଘଣ୍ଟା ମଧ୍ୟରେ ଅବପାତ ରୂପ ନେବାର ସମ୍ଭାବନା ଥିବାରୁ ଏବେ ସମସ୍ତଙ୍କ ନଜର ଏହାର ଗତିପଥ ଉପରେ ।

ଓଡ଼ିଶାକୁ ରେଡ୍‌ ୱାର୍ଣ୍ଣିଂ ଜାରି କଲା ପାଣିପାଗ କେନ୍ଦ୍ର । ଲଘୁଚାପ ପ୍ରଭାବରେ ଓଡ଼ିଶାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସତର୍କ ସୂଚନା । ବାଲେଶ୍ବର, କେନ୍ଦୁଝର ଓ ମୟୂରଭଞ୍ଜରେ ଲଗାଣ ବର୍ଷା ଜାରି । ୨୪ ଘଣ୍ଟା ପର୍ଯ୍ୟନ୍ତ ସମୁଦ୍ରକୁ ନ ଯିବାକୁ ମତ୍ସ୍ୟଜୀବୀଙ୍କୁ ସତର୍କ ସୂଚନା । ସେପଟେ ଲଘୁଚାପ ପ୍ରଭାବରେ ଲାଗି ରହିଛି ଲଗାଣ ବର୍ଷା । ଆଉ ଏହି ଲଗାତାର ବର୍ଷାରେ ବେହାଲ ହୋଇପଡ଼ିଛି ବାଲେଶ୍ୱର ସହର । ୧୬୭ ମିଲିମିଟର ବର୍ଷା ଯୋଗୁଁ ସହରର ଅନେକ ରାସ୍ତା ଜଳମଗ୍ନ ହୋଇଥିବା ବେଳେ, ଅନେକ ଲୋକଙ୍କ ଘରେ ମଧ୍ୟ ପଶିଛି ବର୍ଷା ପାଣି । ସହରର ବିଭିନ୍ନ ଅଞ୍ଚଳରେ ଏବେ ଦେଖିବାକୁ ମିଳୁଛି ଜଳବନ୍ଦୀର ଚିତ୍ର । ରାସ୍ତା ଉପରେ ପାଣି ଜମି ରହିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି । ତଳିଆ ଅଞ୍ଚଳର ଲୋକଙ୍କ ଦୁର୍ଦ୍ଦଶା ତ ଆହୁରି ବଢ଼ିଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ 🔴 ଗର୍ଭବତୀ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ନଦୀରେ ଓଲଟିଲା ବୋଟ 🔴 ବୈତରଣୀରେ ପୁଣି ବନ୍ୟା, ବିପଦ ସଙ୍କେତ ଉପରେ ଜଳ ପ୍ରବାହ.. 🔴 ଏସୀୟ କ୍ରୀଡ଼ାରେ ଭାରତର ଆଉ ଏକ ଗୋଲ୍ଡ , କବାଡ଼ିରେ ଚମକିଲା ମହିଳା ଟିମ୍ 🔴 ବଢୁଛି ସୁବର୍ଣ୍ଣରେଖା ନଦୀର ଜଳସ୍ତର! 🔴 ପୁଣି ଏକ ଡଲଫିନର ମୃତଦେହ ଉଦ୍ଧାର, ଦୁଇ ଦିନରେ ମିଳିଲା ୨ଟି 🔴 କାଠ ମାଫିଆଙ୍କ କବ୍ଜାରେ କୁଳଡିହା ଅଭୟାରଣ୍ୟ,ସୁରକ୍ଷା ନେଇ ଉଠିଲା ପ୍ରଶ୍ନ 🔴 ସିକ୍କିମରେ ପ୍ରବଳ ବର୍ଷାକୁ ନେଇ ବଡ଼ ଭୂସ୍ଖଳନ, ଅନେକ ଘର କ୍ଷତିଗ୍ରସ୍ତ 🔴 ଦୁଇ ବରିଷ୍ଠ ଅଧିକାରୀ ନିଲମ୍ବିତ 🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ 🔴 ଗର୍ଭବତୀ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ନଦୀରେ ଓଲଟିଲା ବୋଟ 🔴 ବୈତରଣୀରେ ପୁଣି ବନ୍ୟା, ବିପଦ ସଙ୍କେତ ଉପରେ ଜଳ ପ୍ରବାହ.. 🔴 ଏସୀୟ କ୍ରୀଡ଼ାରେ ଭାରତର ଆଉ ଏକ ଗୋଲ୍ଡ , କବାଡ଼ିରେ ଚମକିଲା ମହିଳା ଟିମ୍ 🔴 ବଢୁଛି ସୁବର୍ଣ୍ଣରେଖା ନଦୀର ଜଳସ୍ତର! 🔴 ପୁଣି ଏକ ଡଲଫିନର ମୃତଦେହ ଉଦ୍ଧାର, ଦୁଇ ଦିନରେ ମିଳିଲା ୨ଟି 🔴 କାଠ ମାଫିଆଙ୍କ କବ୍ଜାରେ କୁଳଡିହା ଅଭୟାରଣ୍ୟ,ସୁରକ୍ଷା ନେଇ ଉଠିଲା ପ୍ରଶ୍ନ 🔴 ସିକ୍କିମରେ ପ୍ରବଳ ବର୍ଷାକୁ ନେଇ ବଡ଼ ଭୂସ୍ଖଳନ, ଅନେକ ଘର କ୍ଷତିଗ୍ରସ୍ତ 🔴 ଦୁଇ ବରିଷ୍ଠ ଅଧିକାରୀ ନିଲମ୍ବିତ