Masthead

ପତାକା ଉତ୍ତୋଳନ ବେଳେ ଅଘଟଣ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପତାକା ଉତ୍ତୋଳନ ବେଳେ ଅଘଟଣ । ସ୍କୁଲର ପ୍ରଧାନଶିକ୍ଷକଙ୍କ ମୃତ୍ୟୁ , ୩ ଛାତ୍ର ଗୁରୁତର । ଭଦ୍ରକ ହସ୍ପିଟାଲରେ ପ୍ରଧାନଶିକ୍ଷକ ମୃତ ଘୋଷଣା । ବାଲେଶ୍ୱର ଜିଲ୍ଲା ସିମୁଳିଆ ବ୍ଲକ ମଇତାପୁର ଅଞ୍ଚଳର ପ୍ରତିଷ୍ଠିତ ରୟାଲ ହାଇସ୍କୁଲ ଓ ରୟାଲ ପବ୍ଲିକ ସ୍କୁଲ ନାମକ ଏକ ଘରୋଇ ଶିକ୍ଷା ଅନୁଷ୍ଠାନରେ ଘଟିଛି ଏଭଳି ଏକ ଅଘଟଣ । ସୂଚନା ଅନୁଯାୟୀ, ଆଜି ସକାଳ ୮ଘଟିକା ସମୟରେ ପତାକା ଉତ୍ତୋଳନ ପାଇଁ ଶିକ୍ଷକ ଜଣକ ପତାକା ଷ୍ଟାଣ୍ଡରେ ଲୁହା ପାଇପ୍ ପୋତିବା ପାଇଁ ଆଣୁଥିବା ବେଳେ ଉପରେ ଯାଇଥିବା ବିଦ୍ୟୁତ ତାରରେ ଲାଗିଯାଇଥିଲା ।

ଏହା ପରେ ତାଙ୍କୁ ଗୁରୁତର ଅବସ୍ଥାରେ ଭଦ୍ରକ ମେଡିକାଲକୁ ନିଆଯାଇଥିଲେ ହେଁ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ମୃତ ଶିକ୍ଷକ ଜଣକ ହେଉଛନ୍ତି କ୍ରୀଡା ଶିକ୍ଷକ ପ୍ରିୟବ୍ରତ ବେହେରା । ଘର ଜଳେଶ୍ୱର ଅଞ୍ଚଳର ହୋଇଥିବା ସୂଚନା ମିଳିଛି। ଏହି ବିଦ୍ୟୁତ୍ ଆଘାତରେ ୩ଜଣ ଛାତ୍ର ମଧ୍ୟ ଗୁରୁତର ହୋଇଥିଲେ । ବର୍ତ୍ତମାନ ସେମାନଙ୍କୁ ସିମୁଳିଆ ମେଡ଼ିକାଲରେ ଭର୍ତ୍ତି କରାଯାଇ ଚିକିତ୍ସା ଜାରି ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପୁରୀରେ ଖଜା ଗୋଦାମରେ ରେଡ୍ 🔴 ହନୁମାନ ଛକରେ ଗୁଳିକାଣ୍ଡ 🔴 ଘାଇ ଆଣିଲା ବିପଦ 🔴 ‘ନିଆଳିରେ ୨୭୫ ଅପମିଶ୍ରିତକାରୀଙ୍କ ନାଁରେ ଏତଲା’ 🔴 ସୋରୋରେ ବନ୍ୟା ସ୍ଥିତି 🔴 ଆସୁଛି ଆଉ ଏକ ଲଘୁଚାପ 🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ 🔴 ଗର୍ଭବତୀ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ନଦୀରେ ଓଲଟିଲା ବୋଟ 🔴 ବୈତରଣୀରେ ପୁଣି ବନ୍ୟା, ବିପଦ ସଙ୍କେତ ଉପରେ ଜଳ ପ୍ରବାହ.. 🔴 ପୁରୀରେ ଖଜା ଗୋଦାମରେ ରେଡ୍ 🔴 ହନୁମାନ ଛକରେ ଗୁଳିକାଣ୍ଡ 🔴 ଘାଇ ଆଣିଲା ବିପଦ 🔴 ‘ନିଆଳିରେ ୨୭୫ ଅପମିଶ୍ରିତକାରୀଙ୍କ ନାଁରେ ଏତଲା’ 🔴 ସୋରୋରେ ବନ୍ୟା ସ୍ଥିତି 🔴 ଆସୁଛି ଆଉ ଏକ ଲଘୁଚାପ 🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ 🔴 ଗର୍ଭବତୀ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ନଦୀରେ ଓଲଟିଲା ବୋଟ 🔴 ବୈତରଣୀରେ ପୁଣି ବନ୍ୟା, ବିପଦ ସଙ୍କେତ ଉପରେ ଜଳ ପ୍ରବାହ..