Masthead

ଶିବାଜୀ ମାଝୀଙ୍କ ପରଲୋକ

କଳାହାଣ୍ଡି (ବଡ଼ ଖବର ବ୍ୟୁରୋ): କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ ନିର୍ବାଚନମଣ୍ଡଳିର ପୂର୍ବତନ ବିଧାୟକ ଶିବାଜୀ ମାଝୀଙ୍କର ପରଲୋକ । ତାଙ୍କ ବିୟୋଗ ଖବର ପ୍ରଚାର ହେବା ପରେ ସମଗ୍ର ଜିଲ୍ଲାରେ ଶୋକର ଛାୟା ଖେଳିଯାଇଛି । ଲାଞ୍ଜିଗଡ ବ୍ଲକ୍ ଦାନାରିଗୁଡାରେ ପୂର୍ବତନ ବିଧାୟକ ଶିବାଜୀ ମାଝୀଙ୍କ ବିଳମ୍ବିତ ରାତିରେ ନିଜ ବାସ ଭବନରେ ହୃଦ୍‌ଘାତରେ ପରଲୋକ ଘଟିଛି । ଶିବାଜୀ ମାଝୀ ଲାଞ୍ଜିଗଡ଼ ନିର୍ବାଚନମଣ୍ଡଳୀର ପ୍ରଥମ ବିଧାୟକ ଭାବେ ୨୦୦୯ରୁ ୨୦୧୪ ପର୍ୟ୍ୟନ୍ତ କଂଗ୍ରେସ ଦଳରୁ ନିର୍ବାଚିତ ହୋଇଥିଲେ। ପରବର୍ତ୍ତୀ ସମୟରେ ସେ ବିଜେଡିରେ ଯୋଗଦେଇ କଳାହାଣ୍ଡି ସ୍ୱତନ୍ତ୍ର ଉନ୍ନୟନ ପରିଷଦର ପ୍ରଥମ ଅଧ୍ୟକ୍ଷ ଭାବେ ମଧ୍ୟ ଦାୟିତ୍ୱ ତୁଲାଇଥିଲେ।

ସୂଚନା ଅନୁସାରେ, କିଛି ଦିନ ତଳେ ଶିବାଜୀ ମାଝୀ ଛାତିରେ ଯନ୍ତ୍ରଣା ଅନୁଭବ କରିଥିଲେ । ଏହା ପରେ ତାଙ୍କୁ ଭୁବନେଶ୍ୱରରେ ଚିକିତ୍ସିତ କରାଯାଇଥିଲା । ତେବେ ଶେଷରେ ନିଜ ଗାଁ ଦାନାରିଗୁଡାରେ ତାଙ୍କର ଅକାଳ ବିୟୋଗ ଘଟିଛି । ଶିବାଜୀ ମାଝୀ ବିଭିନ୍ନ ପଦପଦବୀରେ ରହିଥିଲେ ମଧ୍ୟ ତାଙ୍କର ସରଳ ଜୀବନଯାପନ ଓ ଲୋକଙ୍କ ପ୍ରତି ଆତ୍ମୀୟତା ତାଙ୍କୁ ଏକ ସ୍ୱତନ୍ତ୍ର ପରିଚୟ ଦେଇଥିଲା । ତାଙ୍କ ବିୟୋଗରେ ଜୁନାଗଡ଼ ବିଧାୟକ ତଥା ପୂର୍ବତନ ମନ୍ତ୍ରୀ କ୍ୟାପଟେନ୍ ଦିବ୍ୟ ଶଙ୍କର ମିଶ୍ର ନିଜ ଫେସ୍‌ବୁକ୍ ଆକାଉଣ୍ଟରେ ପୋଷ୍ଟ କରି ଗଭୀର ଶୋକ ପ୍ରକାଶ କରିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶିବାଜୀ ମାଝୀଙ୍କ ପରଲୋକ 🔴 ଫୁଲୁଛି ସୁବର୍ଣ୍ଣରେଖା, ଜଳବନ୍ଦୀରେ ଗାଁ 🔴 ଭୟାବହ ଅଗ୍ନିକାଣ୍ଡ, ୯ ମୃତ 🔴 ପ୍ରବଳ ବର୍ଷା, ୪ ଜିଲ୍ଲାକୁ ଅରେଞ୍ଜ୍ ୱାର୍ଣ୍ଣିଂ 🔴 ଫେରି ପାଇଲେ ୫୪ଟି ହଜିଯାଇଥିବା ଦାମୀ ଫୋନ୍ 🔴 ବନ୍ୟା ବିପନ୍ନଙ୍କ ପାଇଁ ସରକାରଙ୍କ ବଡ଼ ଘୋଷଣା 🔴 ନୌସେନା ଯବାନଙ୍କ ପରିବାରକୁ ଶେଷ ବିଦାୟ,ଏକାଠି ଜଳିଲା ୪ ଜଣଙ୍କ ଜୁଇ 🔴 ପାଚେରୀ ଡେଇଁ ହଷ୍ଟେଲରୁ ୬ ଅନ୍ତେବାସୀ ଫେରାର 🔴 ବନ୍ୟା ଘେରରେ ୩୦ରୁ ଅଧିକ ପରିବାର 🔴 ୩ରାଜ୍ୟ ପାଇଁ ପ୍ରଭାରୀ ଓ ସହପ୍ରଭାରୀ ନିଯୁକ୍ତି 🔴 ଶିବାଜୀ ମାଝୀଙ୍କ ପରଲୋକ 🔴 ଫୁଲୁଛି ସୁବର୍ଣ୍ଣରେଖା, ଜଳବନ୍ଦୀରେ ଗାଁ 🔴 ଭୟାବହ ଅଗ୍ନିକାଣ୍ଡ, ୯ ମୃତ 🔴 ପ୍ରବଳ ବର୍ଷା, ୪ ଜିଲ୍ଲାକୁ ଅରେଞ୍ଜ୍ ୱାର୍ଣ୍ଣିଂ 🔴 ଫେରି ପାଇଲେ ୫୪ଟି ହଜିଯାଇଥିବା ଦାମୀ ଫୋନ୍ 🔴 ବନ୍ୟା ବିପନ୍ନଙ୍କ ପାଇଁ ସରକାରଙ୍କ ବଡ଼ ଘୋଷଣା 🔴 ନୌସେନା ଯବାନଙ୍କ ପରିବାରକୁ ଶେଷ ବିଦାୟ,ଏକାଠି ଜଳିଲା ୪ ଜଣଙ୍କ ଜୁଇ 🔴 ପାଚେରୀ ଡେଇଁ ହଷ୍ଟେଲରୁ ୬ ଅନ୍ତେବାସୀ ଫେରାର 🔴 ବନ୍ୟା ଘେରରେ ୩୦ରୁ ଅଧିକ ପରିବାର 🔴 ୩ରାଜ୍ୟ ପାଇଁ ପ୍ରଭାରୀ ଓ ସହପ୍ରଭାରୀ ନିଯୁକ୍ତି