Masthead

କେବେ ବାହାରିବେ ଦାରା ସିଂ,ରାଗିଗଲେ ସୁୁପ୍ରିମକୋର୍ଟ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଦାରା ସିଂ ମୁକ୍ତି ପ୍ରକ୍ରିୟା, ତାଗିଦ୍ କଲେ ସୁପ୍ରିମକୋର୍ଟ । ଓଡ଼ିଶା ଷ୍ଟେଟ୍ ସେଣ୍ଟେନ୍ସ ରିଭ୍ୟୁ ବୋର୍ଡକୁ ତାଗିଦ୍ । ୨୬ ବର୍ଷ ଜେଲ୍ ଦଣ୍ଡ ପରେ ବି କାହିଁକି ହୋଇନି ରିଭ୍ୟୁ । ଦାରା ସିଂଙ୍କ ମୁକ୍ତି ପ୍ରକ୍ରିୟାକୁ ନେଇ ଓଡ଼ିଶା ଷ୍ଟେଟ୍ ସେଣ୍ଟେନ୍ସ ରିଭ୍ୟୁ ବୋର୍ଡକୁ ତାଗିଦ୍ କରିଛନ୍ତି ସୁପ୍ରିମକୋର୍ଟ। ଗ୍ରାହମ ଷ୍ଟେନ୍ସ ଓ ତାଙ୍କର ଦୁଇ ନାବାଳକ ପୁଅଙ୍କ ହତ୍ୟା ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଦାରା ସିଂଙ୍କ ମୁକ୍ତି ଆବେଦନକୁ ନେଇ ପୁଣି ଘୁଞ୍ଚିଲା ଶୁଣାଣି ।

ଦାରା ସିଂଙ୍କ ମୁକ୍ତି ଆବେଦନକୁ ନେଇ ଚାଲିଥିବା ପ୍ରକ୍ରିୟାରେ ବିଳମ୍ବକୁ ନେଇ ସୁପ୍ରିମକୋର୍ଟ ଅସନ୍ତୋଷ ପ୍ରକାଶ କରିଥିବା ଜଣାପଡ଼ିଛି। ମାମଲାରେ ମୁକ୍ତି ସମ୍ପର୍କିତ ପ୍ରକ୍ରିୟାକୁ ତ୍ୱରାନ୍ୱିତ କରିବା ସହ ଆବଶ୍ୟକ ରିଭ୍ୟୁ କରି ରିପୋର୍ଟ ଦେବାକୁ ବୋର୍ଡକୁ ନିର୍ଦ୍ଦେଶ ଦିଆଯାଇଛି। ଦାରା ସିଂ ଉତ୍ତରପ୍ରଦେଶର ମୂଳ ବାସିନ୍ଦା ହୋଇଥିବାରୁ ସେଠାରୁ ତାଙ୍କ ପୂର୍ବ ପୃଷ୍ଠଭୂମି ଓ ଆଚରଣ ସମ୍ପର୍କିତ ତଥ୍ୟ ମଗାଯାଇଥିବା କୁହାଯାଇଛି ।

ଏହାପରେ ସୁପ୍ରିମକୋର୍ଟ ସେପ୍ଟେମ୍ବର ୨ ପର୍ୟ୍ୟନ୍ତ ସମୀକ୍ଷା ବୋର୍ଡକୁ ନିଷ୍ପତ୍ତି ନେବାକୁ ସମୟ ଦେଇଛନ୍ତି । ଯଦି ନିଷ୍ପତ୍ତିରେ ବିଳମ୍ବ ଆସେ ତେବେ କୋର୍ଟ ନିଜେ ଦାରା ସିଂଙ୍କ ଆବେଦନ ଉପରେ ନିଷ୍ପତ୍ତି ନେବେ ବୋଲି ମୌଖିକ ଭାବେ ସ୍ପଷ୍ଟ କରିଛନ୍ତି । ଏହି ନିର୍ଦ୍ଦେଶ ପରେ ଦାରା ସିଂଙ୍କ ମୁକ୍ତି ପ୍ରକ୍ରିୟା ନେଇ ପୁଣିଥରେ ଚର୍ଚ୍ଚା ଜୋର ଧରିଛି। ବର୍ତ୍ତମାନ ବୋର୍ଡର ରିଭ୍ୟୁ ଓ ପରବର୍ତ୍ତୀ ନିଷ୍ପତ୍ତି ଉପରେ ସମସ୍ତଙ୍କ ନଜର ରହିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପାର୍ବଣ ପୂର୍ବରୁ ବ୍ରହ୍ମପୁର ନିମଖଣ୍ଡିରେ ଚାଞ୍ଚଲ୍ୟ 🔴 ତେଲ ଟ୍ୟାଙ୍କରରେ ଗୋରୁ ଚାଲାଣ, ମାଡ଼ି ବସିଲା ପୋଲିସ 🔴 ଆସୁଛି ଲଘୁଚାପ, ବଦଳିପାରେ ପାଗ 🔴 ଏସୀୟ କ୍ରୀଡ଼ା; ସ୍ୱର୍ଣ୍ଣ ପଦକ ପାଇଁ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ 🔴 ୪ରୁ ରାଜ୍ୟରେ ବଢ଼ିବ ଓମ୍‌ଫେଡ୍ କ୍ଷୀର ଦର 🔴 ୧୩ରେ ଲଘୁଚାପ, ୧୫ରେ ଅବପାତ ସମ୍ଭାବନା 🔴 ପାର୍ବଣ ଆରମ୍ଭରୁ ମହଙ୍ଗା ମାଡ଼; ବଢ଼ିଲା କମର୍ସିଆଲ LPG ସିଲିଣ୍ଡରର ଦର 🔴 ଲସ୍କର-ଏ-ତୋଏବାର ଆତଙ୍କୀ ମହମ୍ମଦ ଆସିଫ ନିହତ 🔴 ଭକ୍ତଙ୍କ ପାଇଁ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର; ୩ ଦିନ ସମ୍ପୂର୍ଣ୍ଣ ମାଗଣା ଦର୍ଶନ 🔴 ନବନିର୍ମାଣ କୃଷକ ସଂଗଠନର ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା 🔴 ପାର୍ବଣ ପୂର୍ବରୁ ବ୍ରହ୍ମପୁର ନିମଖଣ୍ଡିରେ ଚାଞ୍ଚଲ୍ୟ 🔴 ତେଲ ଟ୍ୟାଙ୍କରରେ ଗୋରୁ ଚାଲାଣ, ମାଡ଼ି ବସିଲା ପୋଲିସ 🔴 ଆସୁଛି ଲଘୁଚାପ, ବଦଳିପାରେ ପାଗ 🔴 ଏସୀୟ କ୍ରୀଡ଼ା; ସ୍ୱର୍ଣ୍ଣ ପଦକ ପାଇଁ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ 🔴 ୪ରୁ ରାଜ୍ୟରେ ବଢ଼ିବ ଓମ୍‌ଫେଡ୍ କ୍ଷୀର ଦର 🔴 ୧୩ରେ ଲଘୁଚାପ, ୧୫ରେ ଅବପାତ ସମ୍ଭାବନା 🔴 ପାର୍ବଣ ଆରମ୍ଭରୁ ମହଙ୍ଗା ମାଡ଼; ବଢ଼ିଲା କମର୍ସିଆଲ LPG ସିଲିଣ୍ଡରର ଦର 🔴 ଲସ୍କର-ଏ-ତୋଏବାର ଆତଙ୍କୀ ମହମ୍ମଦ ଆସିଫ ନିହତ 🔴 ଭକ୍ତଙ୍କ ପାଇଁ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର; ୩ ଦିନ ସମ୍ପୂର୍ଣ୍ଣ ମାଗଣା ଦର୍ଶନ 🔴 ନବନିର୍ମାଣ କୃଷକ ସଂଗଠନର ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା