ପୁଣି ଲଘୁଚାପ, ୫ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପୁଣି  ଆସିଲାଣି ଲଘୁଚାପ । ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଲଘୁଚାପ କ୍ଷେତ୍ର । ଏହାର ପ୍ରଭାବରେ ଓଡ଼ିଶାର ପାଣିପାଗରେ ପୁଣିଥରେ ପରିବର୍ତ୍ତନ ଆସିଛି । ପାଣିପାଗ ବିଭାଗର ଆକଳନ ଅନୁସାରେ, ଆଗାମୀ ଅଗଷ୍ଟ ୨୮ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଜାରି ରହିପାରେ । କିଛି ସ୍ଥାନରେ ପ୍ରବଳ ବର୍ଷାର ମଧ୍ୟ ସମ୍ଭାବନା ରହିଛି  ।  ଏହା ପ୍ରଭାବରେ ରବିବାର ଠାରୁ  ହିଁ ପ୍ରବଳ ବର୍ଷା ଢାଳିବ ।  ଲଗାଣ ବର୍ଷା ସମ୍ଭାବନା ନେଇ ସ୍ୱତନ୍ତ୍ର  ରିଲିଫ କମିଶନରଙ୍କ କାର୍ଯ୍ୟାଳୟରୁ  ସମସ୍ତ ଜିଲ୍ଲାପାଳଙ୍କୁ ଚିଠି କରାଯାଇଛି ।  ସତର୍କତା ପଦକ୍ଷେପ ଗ୍ରହଣ କରିବାକୁ  ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦିଆଯାଇଛି । ସମୁଦ୍ର ମଧ୍ୟରେ ଘଣ୍ଟାପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିପାରେ । ଏହା ସହିତ ବେଳେବେଳେ ପବନର ବେଗ ଆହୁରି ବଢ଼ିବାର ଆଶଙ୍କା ମଧ୍ୟ ରହିଛି ।

ରବିବାର ରାଜ୍ୟର ଅଧିକାଂଶ  ଜିଲ୍ଲାରେ ଘଡ଼ଘଡ଼ି ସହ ହାଲୁକାରୁ  ମଧ୍ୟମ ଧରଣର ବର୍ଷା ହୋଇପାରେ । କେନ୍ଦୁଝର, ମୟୂରଭଞ୍ଜ, କଳାହାଣ୍ଡି, ରାୟଗଡ଼ା, କୋରାପୁଟର ସ୍ଥାନେ ସ୍ଥାନେ ପ୍ରବଳରୁ ପ୍ରବଳତର   ବର୍ଷା ଆଶଙ୍କା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ବାଲେଶ୍ୱର,  ଭଦ୍ରକ, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ସୁବର୍ଣ୍ଣପୁର,  ବଲାଙ୍ଗୀର, କନ୍ଧମାଳ, ନବରଙ୍ଗପୁର, ମାଲକାନଗିରି, ଗଜପତି ଓ  ଗଞ୍ଜାମରେ ସ୍ଥାନେ ସ୍ଥାନେ ପ୍ରବଳ ବର୍ଷା ସମ୍ଭାବନା ଅଛି । ଏହାବାଦ୍‌ ଉତ୍ତର  ଓଡ଼ିଶା, ଉପକୂଳ ଅଞ୍ଚଳ ଏବଂ ଦକ୍ଷିଣର କେତେକ ଜାଗାରେ ଘଡ଼ଘଡ଼ି  ସହ ବର୍ଷା ହୋଇପାରେ ।

ସୋମବାର ଉତ୍ତର ଓ ପଶ୍ଚିମ  ଓଡ଼ିଶାର ଅଧିକାଂଶ ସ୍ଥାନରେ ବର୍ଷା ସମ୍ଭାବନା ଅଛି । ଦକ୍ଷିଣର କେତେକ  ଜାଗାରେ ବି ବର୍ଷା ହୋଇପାରେ । ସୁନ୍ଦରଗଡ଼, ସୁବର୍ଣ୍ଣପୁର ଜିଲ୍ଲାରେ ପ୍ରବଳରୁ ପ୍ରବଳତର ଏବଂ ଝାରସୁଗୁଡ଼ା, କେନ୍ଦୁଝର, ମୟୂରଭଞ୍ଜ,  ସୁବର୍ଣ୍ଣପୁର ଏବଂ ବଲାଙ୍ଗୀରରେ ପ୍ରବଳ ବର୍ଷା ନେଇ ସତର୍କ ସୂଚନା  ଜାରି କରାଯାଇଛି । ୨୩ ଓ ୨୪ରେ ସର୍ବାଧିକ ବର୍ଷା ହୋଇପାରେ ।  ୨୪ରୁ ୨୮ ଯାଏଁ ରାଜ୍ୟରେ ବର୍ଷା ଲାଗି ରହିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ହ୍ବାଏ ଆଇ ଷ୍ଟାଣ୍ଡ ଫର୍ ମିଟିଂ ପାଲଟିଲା ରଣକ୍ଷେତ୍ର 🔴 ସରିଲା ପ୍ରଚାର, ଆଜି ‘‘WHY I STAND FOR’ ମିଟିଂ 🔴 ଗ୍ୟାସ୍ ପାଇପ୍ ଲାଇନ୍ ଫାଟି ଅଗ୍ନିକାଣ୍ଡ 🔴 ସୁକମାରେ ବିପୁଳ ମାଓ ଡମ୍ପ ଜବତ 🔴 ବଙ୍ଗୋପସାଗରରେ ଲଘୁଚାପ ସମ୍ଭାବନା 🔴 ୧୩ରେ ଲଘୁଚାପ! 🔴 ଆଜି ଦିଲ୍ଲୀରେ ପୁଣି କଂଗ୍ରେସର ପ୍ରତିବାଦ 🔴 ନେପାଳରେ ପୁଣି ଭୟଙ୍କର ବନ୍ୟା, ଭାସିଗଲା ଅନେକ ଘର 🔴 ରୋଷେଇ ବେଳେ ଫାଟିଲା ଗ୍ୟାସ ଟାଙ୍କି, ଶିଶୁ କନ୍ୟାର ମୃତ୍ୟୁ 🔴 ଆଜି ପୁଣି ଜୋରଦାର ହୋଇପାରେ CJP ଆନ୍ଦୋଳନ 🔴 ହ୍ବାଏ ଆଇ ଷ୍ଟାଣ୍ଡ ଫର୍ ମିଟିଂ ପାଲଟିଲା ରଣକ୍ଷେତ୍ର 🔴 ସରିଲା ପ୍ରଚାର, ଆଜି ‘‘WHY I STAND FOR’ ମିଟିଂ 🔴 ଗ୍ୟାସ୍ ପାଇପ୍ ଲାଇନ୍ ଫାଟି ଅଗ୍ନିକାଣ୍ଡ 🔴 ସୁକମାରେ ବିପୁଳ ମାଓ ଡମ୍ପ ଜବତ 🔴 ବଙ୍ଗୋପସାଗରରେ ଲଘୁଚାପ ସମ୍ଭାବନା 🔴 ୧୩ରେ ଲଘୁଚାପ! 🔴 ଆଜି ଦିଲ୍ଲୀରେ ପୁଣି କଂଗ୍ରେସର ପ୍ରତିବାଦ 🔴 ନେପାଳରେ ପୁଣି ଭୟଙ୍କର ବନ୍ୟା, ଭାସିଗଲା ଅନେକ ଘର 🔴 ରୋଷେଇ ବେଳେ ଫାଟିଲା ଗ୍ୟାସ ଟାଙ୍କି, ଶିଶୁ କନ୍ୟାର ମୃତ୍ୟୁ 🔴 ଆଜି ପୁଣି ଜୋରଦାର ହୋଇପାରେ CJP ଆନ୍ଦୋଳନ