Masthead

ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣିର ୨୦ତମ ପାଳି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣିର ୨୦ତମ ପାଳି ଅନୁଷ୍ଠିତ ହେଉଥିବା ବେଳେ ଗତ ୧୯ଟି ପାଳିରେ ହୋଇଥିବା ଅଭିଯୋଗ ସମାଧାନ ନେଇ CMO ପକ୍ଷରୁ ତଥ୍ୟ ପ୍ରକାଶ କରାଯାଇଛି। ଏହି ତଥ୍ୟ ଅନୁସାରେ, ମୋଟ ୧୫,୩୨୭ଟି ଅଭିଯୋଗ ମଧ୍ୟରୁ ୧୪,୫୧୯ଟି ଅଭିଯୋଗର ସମାଧାନ କରାଯାଇଛି। ଅର୍ଥାତ୍ ପ୍ରାୟ ୯୫ ପ୍ରତିଶତ ଅଭିଯୋଗର ସମାଧାନ ହୋଇଛି। ଜିଲ୍ଲାସ୍ତରରେ ମଧ୍ୟ ଅଭିଯୋଗ ଶୁଣାଣି ଓ ସମାଧାନ ପ୍ରକ୍ରିୟା ଜାରି ରହିଛି। CMOର ସୂଚନା ଅନୁସାରେ, ଜିଲ୍ଲାସ୍ତରରେ ପ୍ରାୟ ୮୭ ପ୍ରତିଶତ ଅଭିଯୋଗର ସମାଧାନ କରାଯାଇଛି।

ଏହି ଅଭିଯୋଗ ଶୁଣାଣିରେ ବିଭିନ୍ନ ସମସ୍ୟା ନେଇ ଲୋକମାନେ ସିଧାସଳଖ ଭାବେ ନିଜର ଅଭିଯୋଗ ଓ ଦାବି ଉପସ୍ଥାପନ କରୁଛନ୍ତି। ଅଭିଯୋଗଗୁଡ଼ିକର ତ୍ୱରିତ ସମାଧାନ ସହ ଆବଶ୍ୟକ ସ୍ଥଳେ ସମ୍ପୃକ୍ତ ବିଭାଗ ଓ ଜିଲ୍ଲା ପ୍ରଶାସନକୁ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦିଆଯାଉଛି।
ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଆମ ସରକାର ହେଉଛି ଲୋକଙ୍କ ସରକାର। ଲୋକଙ୍କ ସମସ୍ୟାକୁ ସହୃଦୟତାର ସହ ଶୁଣି ତା’ର ସମାଧାନ କରିବାକୁ ଆମ ସରକାର ସର୍ବୋଚ୍ଚ ପ୍ରାଥମିକତା ଦେଉଛନ୍ତି। ଯେଉଁଠି ଲୋକଙ୍କ ସମସ୍ୟା ଅଛି, ଆମ ସରକାର ସେଠାରେ ନିଶ୍ଚୟ ପହଞ୍ଚିଥାନ୍ତି। ବନ୍ୟା, ବାତ୍ୟା, ମରୁଡି ଆଦି ବିଭିନ୍ନ ପ୍ରାକୃତିକ ବିପର୍ୟ୍ୟୟ ସମୟରେ ସବୁବେଳେ ଲୋକଙ୍କ ପାଖରେ ଆମେ ପହଞ୍ଚୁଛୁ ଓ ସେମାନଙ୍କୁ ସହାୟତା ପ୍ରଦାନ କରୁଛୁ। ୨୦୨୪ ମସିହାର ଅଦିନିଆ ବର୍ଷାକୁ ପ୍ରାକୃତିକ ବିପର୍ୟ୍ୟୟ ରୂପେ ଘୋଷଣା କରି ଆମେ ସହାୟତା ପ୍ରଦାନ କରିଥିଲୁ। ଚଳିତ ବନ୍ୟା ପାଇଁ ମଧ୍ୟ ସହାୟତା ପ୍ୟାକେଜ ପ୍ରଦାନ କରିଛୁ।

ଅନ୍ୟପକ୍ଷରେ, ଦୂରାରୋଗ୍ୟ ପୀଡ଼ିତଙ୍କ ପାଇଁ ମଧ୍ୟ ସହାୟତାର ହାତ ବଢ଼ାଯାଇଛି। ୧୬ ଜଣ ଦୂରାରୋଗ୍ୟ ପୀଡ଼ିତଙ୍କ ଚିକିତ୍ସା ଓ ସହାୟତା ପାଇଁ ମୋଟ ୧୪.୫୦ ଲକ୍ଷ ଟଙ୍କା ମଞ୍ଜୁର କରାଯାଇଥିବା CMO ପକ୍ଷରୁ ସୂଚନା ମିଳିଛି। ମୋଟାମୋଟି ଭାବେ, ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ବ୍ୟବସ୍ଥା ମାଧ୍ୟମରେ ସାଧାରଣ ଲୋକଙ୍କ ସମସ୍ୟାର ସମାଧାନ ଓ ଆବଶ୍ୟକ ସହାୟତା ପ୍ରଦାନ ଉପରେ ଗୁରୁତ୍ୱ ଦିଆଯାଉଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣିର ୨୦ତମ ପାଳି 🔴 ସେବାରେ ବିଳମ୍ବ ହେଲେ ତଣ୍ଡ ଗଣିବେ ଅଫିସର 🔴 ୩ କୋଟି ଟଙ୍କା ହଡ଼ପ ଅଭିଯୋଗ, ପୂର୍ବତନ SRAଙ୍କ ୬ଟି ସ୍ଥାନରେ ଭିଜିଲାନ୍ସ ରେଡ୍ 🔴 ବନ୍ୟା ପାଣି ଘେରରେ ଜନନୀ ଯନ୍ତ୍ରଣା 🔴 ହତ୍ୟା ପରେ ଆତ୍ମସମର୍ପଣ 🔴 ବାରବାଙ୍କ ଘାଟିରେ ଭୂସ୍ଖଳନ 🔴 ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା 🔴 ରାଜ୍ୟରେ ହେବ ‘ବୟୋଜ୍ୟେଷ୍ଠ ଉତ୍ସବ’ 🔴 ମୟୂରଭଞ୍ଜ ବିଜେଡିରେ ଅସନ୍ତୋଷ 🔴 ଗଜାନନଙ୍କ ପ୍ରତିମା ଖସି ଚାଲିଗଲା ଜୀବନ 🔴 ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣିର ୨୦ତମ ପାଳି 🔴 ସେବାରେ ବିଳମ୍ବ ହେଲେ ତଣ୍ଡ ଗଣିବେ ଅଫିସର 🔴 ୩ କୋଟି ଟଙ୍କା ହଡ଼ପ ଅଭିଯୋଗ, ପୂର୍ବତନ SRAଙ୍କ ୬ଟି ସ୍ଥାନରେ ଭିଜିଲାନ୍ସ ରେଡ୍ 🔴 ବନ୍ୟା ପାଣି ଘେରରେ ଜନନୀ ଯନ୍ତ୍ରଣା 🔴 ହତ୍ୟା ପରେ ଆତ୍ମସମର୍ପଣ 🔴 ବାରବାଙ୍କ ଘାଟିରେ ଭୂସ୍ଖଳନ 🔴 ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା 🔴 ରାଜ୍ୟରେ ହେବ ‘ବୟୋଜ୍ୟେଷ୍ଠ ଉତ୍ସବ’ 🔴 ମୟୂରଭଞ୍ଜ ବିଜେଡିରେ ଅସନ୍ତୋଷ 🔴 ଗଜାନନଙ୍କ ପ୍ରତିମା ଖସି ଚାଲିଗଲା ଜୀବନ