Masthead

୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପୁଣି ଆସୁଛି ବର୍ଷା । ସପ୍ତାହେ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ବଜ୍ରପାତ ଏବଂ ଝଡ଼ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଆଜି ପାଇଁ ଅଧା ଓଡ଼ିଶାରେ ବଜ୍ରପାତ ଏବଂ ଝଡ଼ବର୍ଷା ସମ୍ଭାବନା ରହିଛି । ୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ଆସନ୍ତାକାଲି ୮ତାରିଖ ପାଇଁ ୨୦ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ମୟୂରଭଞ୍ଜ, ଭଦ୍ରକ, ବାଲେଶ୍ବର, ଜଗତସିଂହପୁର, ଖୋର୍ଦ୍ଧା, କଟକ, ପୁରୀ, ଗଞ୍ଜାମ ଏପରି ୧୭ଜିଲ୍ଲାକୁ  ଚେତାବନୀ ରହିଛି ।

ଆସନ୍ତା ୮ ତାରିଖରେ ଉତ୍ତର ଓଡ଼ିଶା ଉପରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ । ଏହା ଲଘୁଚାପ ରୂପ ନେବାର ସମ୍ଭାବନା କମ୍ । କିନ୍ତୁ ଏହା ପ୍ରଭାବରେ ୧୧ ତାରିଖ ଯାଏ ରାଜ୍ୟରେ ଭାରୀ ବର୍ଷା ହେବ । ଏଭଳି ପୂର୍ବାନୂମାନ କରିଛି ପାଣିପାଗ ବିଭାଗ । ଏହା ପ୍ରଭାବରେ ଝାଡ଼ଖଣ୍ଡ ଓ ପଶ୍ଚିମବଙ୍ଗ ସୀମାନ୍ତବର୍ତ୍ତୀ ଜିଲ୍ଲା ସମେତ ଉତ୍ତର ଓଡ଼ିଶାର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ ।

ଯାଜପୁର, ବାଲେଶ୍ୱର, ଦେବଗଡ଼, କେନ୍ଦୁଝର ଓ ସୁନ୍ଦରଗଡ଼ରେ ଭଲ ବର୍ଷା ହେବ । ବିକ୍ଷିପ୍ତ ସ୍ଥାନରେ ଭାରୀ ବର୍ଷା ହୋଇପାରେ । ସେପଟେ ପାଣିପାଗ ବିଭାଗ ଆକଳନ କହୁଛି, ୯ ତାରିଖରୁ ଉତ୍ତର ଓଡ଼ିଶାରେ ବର୍ଷା ବଢ଼ିପାରେ । ୧୦ତାରିଖରେ ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, କେନ୍ଦୁଝର ଓ ମୟୂରଭଞ୍ଜରେ ଭାରୀ ବର୍ଷା ହୋଇପାରେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି 🔴 ଦିଲ୍ଲୀ ବିଲ୍ଡିଂ ଟ୍ରାଜେଡି, ୬ମୃତ 🔴 PUCC ବୀମା ନଥିଲେ ଧରିବ ଇ ଡିଟେକ୍ସନ 🔴 ଆହୁରି ତୀବ୍ର ହେଲା ଇରାନ୍-ଆମେରିକା ଯୁଦ୍ଧ 🔴 ୯ ତାରିଖରୁ ରାଜ୍ୟରେ ବଢ଼ିବ ବର୍ଷା 🔴 ସର୍ପାଘାତ ପରେ ସାପକୁ ଧରି ହସ୍ପିଟାଲ ପହଞ୍ଚିଲେ ଯୁବକ 🔴 ଛାତ୍ର ଦୁର୍ଘଟଣା ସହାୟତାକୁ ନେଇ ନୂଆ ନିର୍ଦ୍ଦେଶାବଳୀ 🔴 ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା 🔴 ପ୍ୟାସେଞ୍ଜର ବିମାନ ଉଡ଼ାଇବେ ଅଭିନନ୍ଦନ 🔴 ଭୋଟର ଲିଷ୍ଟରୁ ରାଘବ ଚଢ଼ାଙ୍କ ନାଁ ଗାଏବ 🔴 ୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି 🔴 ଦିଲ୍ଲୀ ବିଲ୍ଡିଂ ଟ୍ରାଜେଡି, ୬ମୃତ 🔴 PUCC ବୀମା ନଥିଲେ ଧରିବ ଇ ଡିଟେକ୍ସନ 🔴 ଆହୁରି ତୀବ୍ର ହେଲା ଇରାନ୍-ଆମେରିକା ଯୁଦ୍ଧ 🔴 ୯ ତାରିଖରୁ ରାଜ୍ୟରେ ବଢ଼ିବ ବର୍ଷା 🔴 ସର୍ପାଘାତ ପରେ ସାପକୁ ଧରି ହସ୍ପିଟାଲ ପହଞ୍ଚିଲେ ଯୁବକ 🔴 ଛାତ୍ର ଦୁର୍ଘଟଣା ସହାୟତାକୁ ନେଇ ନୂଆ ନିର୍ଦ୍ଦେଶାବଳୀ 🔴 ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା 🔴 ପ୍ୟାସେଞ୍ଜର ବିମାନ ଉଡ଼ାଇବେ ଅଭିନନ୍ଦନ 🔴 ଭୋଟର ଲିଷ୍ଟରୁ ରାଘବ ଚଢ଼ାଙ୍କ ନାଁ ଗାଏବ