ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆସନ୍ତା ୧୧ ତାରିଖ ବେଳକୁ ଆଉ ଏକ ଲଘୁଚାପ ସମ୍ଭାବନା । ପଶ୍ଚିମ କେନ୍ଦ୍ରୀୟ ପାର୍ଶ୍ବବର୍ତ୍ତୀ ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହେବ । ଉତ୍ତର ଆନ୍ଧ୍ର ପ୍ରଦେଶ ଓ ଦକ୍ଷିଣ ଉପକୂଳ ଓଡ଼ିଶାରେ ପ୍ରଭାବ ସମ୍ଭାବନା । ଏଭଳି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଲଘୁଚାପ ପ୍ରଭାବରେ ୧୨ ତାରିଖ ଯାଏ ଉତ୍ତର ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାରେ ଭାରି ବର୍ଷା ହୋଇପାରେ । ବୁଧବାର ବାଲେଶ୍ୱର, କେନ୍ଦୁଝର ଓ ମୟୂରଭଞ୍ଜରେ ପ୍ରବଳ ବର୍ଷା ଆଶଙ୍କା ଅଛି । ଉତ୍ତର ଓଡ଼ିଶା ଓ ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ବିକ୍ଷିପ୍ତ ବର୍ଷା ହୋଇପାରେ ।
୧୦ ତାରିଖରେ କେନ୍ଦୁଝର ଓ ମୟୂରଭଞ୍ଜରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ । ଏହି ଦୁଇ ଜିଲ୍ଲାକୁ ଅରେଞ୍ଜ ୱାଣ୍ଣି ର୍ଂ ଦିଆଯାଇଛି । ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଅନୁଗୋଳ, ଢେଙ୍କାନାଳ, ରାୟଗଡ଼ା, କୋରାପୁଟ, ଗଜପତି, ଗଞ୍ଜାମ ଓ ପୁରୀରେ ପ୍ରବଳ ବର୍ଷା ଆଶଙ୍କା ଅଛି । ୧୧ ତାରିଖରେ କୋରାପୁଟର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ସତର୍କ କରାଯାଇଛି । ଦକ୍ଷିଣ ଓଡ଼ିଶାର ଅନେକ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ୧୨ ତାରିଖରେ କୋରାପୁଟ ଓ ମାଲକାନଗିରି ସମେତ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ଆଶଙ୍କା ଅଛି । ପଶ୍ଚିମ ଓଡ଼ିଶାର କିଛି ସ୍ଥାନରେ ମଧ୍ୟ ବର୍ଷା ହୋଇପାରେ ।
