Masthead

ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ମାଡ଼ି ଆସୁଛି ଲଘୁଚାପ ବର୍ଷା! ଉତ୍ତର ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ପ୍ରବଳ ବର୍ଷା ଜାରି ରହିଛି। ସେପ୍ଟେମ୍ବର ୧୨ ତାରିଖ ଯାଏ ରାଜ୍ୟର ବିସ୍ତୃତ ଅଞ୍ଚଳରେ ବର୍ଷା ଲାଗିରହିବ। ଆଜି ପାଇଁ କଳାହାଣ୍ଡି, ନବରଙ୍ଗପୁର, ଏବଂ କୋରାପୁଟ ଜିଲ୍ଲାକୁ ‘ଅରେଞ୍ଜ ୱାର୍ଣ୍ଣିଂ’ ଜାରି କରାଯାଇଛି। ସମ୍ଭାବ୍ୟ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି କଳାହାଣ୍ଡି ଜିଲ୍ଲାରେ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ଘୋଷଣା କରାଯାଇଛି। ଏହାସହ ପାଣିପାଗ ବିଭାଗ ୨୧ଟି ଜିଲ୍ଲାକୁ ‘ୟେଲୋ ୱାର୍ଣ୍ଣିଂ’ ଏବଂ ଦକ୍ଷିଣ ଓଡ଼ିଶାର ୭ଟି ଜିଲ୍ଲାରେ ପ୍ରବଳ ବର୍ଷା ଆଲର୍ଟ ଜାରି କରିଛି। ଲଘୁଚାପ ପ୍ରଭାବରେ ଆଗାମୀ ୪୮ ଘଣ୍ଟା ସମୁଦ୍ର ଅଶାନ୍ତ ରହିବାକୁ ଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ନଯିବାକୁ ପରାମର୍ଶ ଦିଆଯାଇଛି। ବରିଷ୍ଠ ପାଣିପାଗ ବିଶେଷଜ୍ଞ ପ୍ରଫେସର ସୁରେନ୍ଦ୍ରନାଥ ପଶୁପାଳକଙ୍କ ଆକଳନ ଅନୁଯାୟୀ, ଉତ୍ତର ଓ ଉପକୂଳ ଓଡ଼ିଶା ସମେତ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର ଓ ଭଦ୍ରକରେ ଅତି ପ୍ରବଳ ବର୍ଷା ହୋଇପାରେ। କମ୍ ସମୟରେ ଅଧିକ ବର୍ଷା ହେଲେ ତଳିଆ ଅଞ୍ଚଳ ଜଳମଗ୍ନ ହେବା ଏବଂ ଛୋଟ ନଦୀ-ନାଳରେ ହଠାତ୍ ଜଳସ୍ତର ବୃଦ୍ଧି ପାଇବା ଆଶଙ୍କା ରହିଛି। ଆସନ୍ତା ୨୨ ତାରିଖ ବେଳକୁ ପୁଣି ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି।

ଉତ୍ତର ବଙ୍ଗୋପସାଗର ଓ ଆଖପାଖ ଅଞ୍ଚଳରେ ଲଘୁଚାପ ସୃଷ୍ଟି ହୋଇଛି । ଏହା ଅବପାତ ହେବାର ସ୍ପଷ୍ଟ ସଙ୍କେତ ନାହିଁ । ଏହା ପଶ୍ଚିମରୁ ଉତ୍ତର-ପଶ୍ଚିମ ଦିଗକୁ ଯାଇ ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ ଓ ଉତ୍ତର ଓଡ଼ିଶା ଉପରେ ଅଧିକ ପ୍ରଭାବ ପକାଇପାରେ । ୧୧ ତାରିଖରେ ଅଧିକ ବର୍ଷା ହେବ । ୧୨ ତାରିଖରେ ବର୍ଷା ଜାରି ରହିବ । ଉତ୍ତର ଓ ଉପକୂଳ ଓଡ଼ିଶାରେ ଅଧିକ ବର୍ଷାର ସମ୍ଭାବନା ଅଛି । ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ ଓ ପାଖ ଜିଲ୍ଲାର ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା ହୋଇପାରେ । କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାର କିଛି ଅଞ୍ଚଳରେ ବର୍ଷା ବଢ଼ିପାରେ । ଉତ୍ତର ଓ ଉପକୂଳ ଜିଲ୍ଲାରେ କମ୍‌ ସମୟରେ ଅଧିକ ବର୍ଷା ହେଲେ ତଳିଆ ଅଞ୍ଚଳରେ ପାଣି ଜମିବା ଆଶଙ୍କା ଅଛି । ଛୋଟ ନଦୀ ଓ ନାଳରେ ହଠାତ୍‌ ପାଣି ବଢ଼ିବା ସହ କେତେକ ନଦୀର ଜଳସ୍ତର ବଢ଼ିବାର ସମ୍ଭାବନା ରହିଛି । ୧୧ରୁ ୧୫ ତାରିଖ ମଧ୍ୟରେ ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ ଓ ପରେ ଛତିଶଗଡ଼ ଓ ମଧ୍ୟପ୍ରଦେଶରେ ବର୍ଷା ବଢ଼ିପାରେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଇରାନର ୫ ଜାହାଜ ଧ୍ୱଂସ କଲା ଆମେରିକା 🔴 ଲଘୁଚାପ ପ୍ରଭାବରେ ଓଡ଼ିଶାରେ ଭାରି ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଇରାନର ୫ ଜାହାଜ ଧ୍ୱଂସ କଲା ଆମେରିକା 🔴 ଲଘୁଚାପ ପ୍ରଭାବରେ ଓଡ଼ିଶାରେ ଭାରି ବର୍ଷା ସମ୍ଭାବନା