ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ମାଡ଼ି ଆସୁଛି ଲଘୁଚାପ ବର୍ଷା! ଉତ୍ତର ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ପ୍ରବଳ ବର୍ଷା ଜାରି ରହିଛି। ସେପ୍ଟେମ୍ବର ୧୨ ତାରିଖ ଯାଏ ରାଜ୍ୟର ବିସ୍ତୃତ ଅଞ୍ଚଳରେ ବର୍ଷା ଲାଗିରହିବ। ଆଜି ପାଇଁ କଳାହାଣ୍ଡି, ନବରଙ୍ଗପୁର, ଏବଂ କୋରାପୁଟ ଜିଲ୍ଲାକୁ ‘ଅରେଞ୍ଜ ୱାର୍ଣ୍ଣିଂ’ ଜାରି କରାଯାଇଛି। ସମ୍ଭାବ୍ୟ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି କଳାହାଣ୍ଡି ଜିଲ୍ଲାରେ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ଘୋଷଣା କରାଯାଇଛି। ଏହାସହ ପାଣିପାଗ ବିଭାଗ ୨୧ଟି ଜିଲ୍ଲାକୁ ‘ୟେଲୋ ୱାର୍ଣ୍ଣିଂ’ ଏବଂ ଦକ୍ଷିଣ ଓଡ଼ିଶାର ୭ଟି ଜିଲ୍ଲାରେ ପ୍ରବଳ ବର୍ଷା ଆଲର୍ଟ ଜାରି କରିଛି। ଲଘୁଚାପ ପ୍ରଭାବରେ ଆଗାମୀ ୪୮ ଘଣ୍ଟା ସମୁଦ୍ର ଅଶାନ୍ତ ରହିବାକୁ ଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ନଯିବାକୁ ପରାମର୍ଶ ଦିଆଯାଇଛି। ବରିଷ୍ଠ ପାଣିପାଗ ବିଶେଷଜ୍ଞ ପ୍ରଫେସର ସୁରେନ୍ଦ୍ରନାଥ ପଶୁପାଳକଙ୍କ ଆକଳନ ଅନୁଯାୟୀ, ଉତ୍ତର ଓ ଉପକୂଳ ଓଡ଼ିଶା ସମେତ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର ଓ ଭଦ୍ରକରେ ଅତି ପ୍ରବଳ ବର୍ଷା ହୋଇପାରେ। କମ୍ ସମୟରେ ଅଧିକ ବର୍ଷା ହେଲେ ତଳିଆ ଅଞ୍ଚଳ ଜଳମଗ୍ନ ହେବା ଏବଂ ଛୋଟ ନଦୀ-ନାଳରେ ହଠାତ୍ ଜଳସ୍ତର ବୃଦ୍ଧି ପାଇବା ଆଶଙ୍କା ରହିଛି। ଆସନ୍ତା ୨୨ ତାରିଖ ବେଳକୁ ପୁଣି ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି।

ଉତ୍ତର ବଙ୍ଗୋପସାଗର ଓ ଆଖପାଖ ଅଞ୍ଚଳରେ ଲଘୁଚାପ ସୃଷ୍ଟି ହୋଇଛି । ଏହା ଅବପାତ ହେବାର ସ୍ପଷ୍ଟ ସଙ୍କେତ ନାହିଁ । ଏହା ପଶ୍ଚିମରୁ ଉତ୍ତର-ପଶ୍ଚିମ ଦିଗକୁ ଯାଇ ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ ଓ ଉତ୍ତର ଓଡ଼ିଶା ଉପରେ ଅଧିକ ପ୍ରଭାବ ପକାଇପାରେ । ୧୧ ତାରିଖରେ ଅଧିକ ବର୍ଷା ହେବ । ୧୨ ତାରିଖରେ ବର୍ଷା ଜାରି ରହିବ । ଉତ୍ତର ଓ ଉପକୂଳ ଓଡ଼ିଶାରେ ଅଧିକ ବର୍ଷାର ସମ୍ଭାବନା ଅଛି । ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ ଓ ପାଖ ଜିଲ୍ଲାର ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା ହୋଇପାରେ । କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାର କିଛି ଅଞ୍ଚଳରେ ବର୍ଷା ବଢ଼ିପାରେ । ଉତ୍ତର ଓ ଉପକୂଳ ଜିଲ୍ଲାରେ କମ୍‌ ସମୟରେ ଅଧିକ ବର୍ଷା ହେଲେ ତଳିଆ ଅଞ୍ଚଳରେ ପାଣି ଜମିବା ଆଶଙ୍କା ଅଛି । ଛୋଟ ନଦୀ ଓ ନାଳରେ ହଠାତ୍‌ ପାଣି ବଢ଼ିବା ସହ କେତେକ ନଦୀର ଜଳସ୍ତର ବଢ଼ିବାର ସମ୍ଭାବନା ରହିଛି । ୧୧ରୁ ୧୫ ତାରିଖ ମଧ୍ୟରେ ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ ଓ ପରେ ଛତିଶଗଡ଼ ଓ ମଧ୍ୟପ୍ରଦେଶରେ ବର୍ଷା ବଢ଼ିପାରେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ