Masthead

ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ଓଡ଼ିଶାରେ ଜାରି ରହିଛି ବର୍ଷା । ଉତ୍ତରପଶ୍ଚିମ ଓ ପାର୍ଶ୍ଵବର୍ତ୍ତୀ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ସଂଲଗ୍ନ ଦକ୍ଷିଣ ଓଡ଼ିଶା-ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ସୃଷ୍ଟ ଲଘୁଚାପ କ୍ଷେତ୍ର ବର୍ତ୍ତମାନ ସେଠାରେ ହିଁ ସକ୍ରିୟ ରହିଛି ।  ଲଘୁଚାପ ପ୍ରଭାବରେ ଓଡ଼ିଶା, ଆନ୍ଧ୍ରପ୍ରଦେଶ ଓ ଛତିଶଗଡ଼ରେ ପ୍ରବଳରୁ ଅତିପ୍ରବଳ ଅର୍ଥାତ୍ ୭ରୁ ୨୦ ସେଣ୍ଟିମିଟର ପର୍ୟ୍ୟନ୍ତ ବର୍ଷା ହେବା ନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି ।

ଦକ୍ଷିଣ ଓଡ଼ିଶାର ନବରଙ୍ଗପୁର, କୋରାପୁଟ, ମାଲକାନଗିରିରେ ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା ଅଛି । ଦକ୍ଷିଣ ଓଡ଼ିଶା ସମେତ ଉତ୍ତର ଓଡ଼ିଶା ଏବଂ ଆଭ୍ୟନ୍ତରୀଣ ଅଞ୍ଚଳର ବହୁ ଜାଗାରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ଶନିବାର ଦିନ ଭିତରେ ରାଜ୍ୟର ଅନେକ ସ୍ଥାନରେ ବର୍ଷା ସମ୍ଭାବନା ଅଛି । ନୂଆପଡ଼ା, ବଲାଙ୍ଗିର, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟରେ ପ୍ରବଳ ବର୍ଷା ହୋଇପାରେ । ଏହାବାଦ୍ କେତେକ ଅଞ୍ଚଳରେ ଘଡ଼ଘଡ଼ି ସହ ପବନ ଏବଂ ବର୍ଷା ଆଶଙ୍କା ରହିଛି । ରବିବାର ବର୍ଷା ପରିମାଣ ଅନେକ ମାତ୍ରାରେ କମିପାରେ । ସୋମବାରଠାରୁ ବିଶେଷ ବର୍ଷା ସମ୍ଭାବନା ନାହିଁ । କେତେକ ଜାଗାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ।

ଗତ ୨୪ ଘଣ୍ଟା ଭିତରେ ରାଜ୍ୟର ବହୁ ଜାଗାରେ ବର୍ଷା ରେକର୍ଡ ହୋଇଛି । ଦକ୍ଷିଣ ଏବଂ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା ହୋଇଛି । ଶୁକ୍ରବାର ସକାଳ ସୁଦ୍ଧା ଭବାନୀପାଟଣାରେ ୧୪୦ ମିଲିମିଟର, ମାଲକାନଗିରିରେ ୧୨୬.୬, ବାଲେଶ୍ୱରରେ ୬୫, ଚାନ୍ଦବାଲିରେ ୫୧.୨, ଟିଟିଲାଗଡ଼ରେ ୮୭.୨, ଛତ୍ରପୁରରେ ୬୫, ନୂଆପଡ଼ାରେ ୫୩, ପାରଳାଖେମୁଣ୍ଡିରେ ୫୩, ଗୋପାଳପୁରରେ ୫୬, କେନ୍ଦ୍ରାପଡ଼ାରେ ୪୪ ମିମି ବର୍ଷା ସମ୍ଭାବନା ଅଛି । ଶୁକ୍ରବାର ସକାଳରୁ ସନ୍ଧ୍ୟା ସୁଦ୍ଧା ମାଲକାନଗିରିରେ ୬୫ ମିମି ବର୍ଷା ହୋଇଥିବାବେଳେ ଅନେକ ଜାଗାରେ ହାଲୁକାରୁ ମଧ୍ୟମ ବର୍ଷା ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଇରାନର ୫ ଜାହାଜ ଧ୍ୱଂସ କଲା ଆମେରିକା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଇରାନର ୫ ଜାହାଜ ଧ୍ୱଂସ କଲା ଆମେରିକା