Masthead

୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ରାଜ୍ୟରେ ଲଘୁଚାପଜନିତ ବର୍ଷା ଲାଗି ରହିଛି। ଶନିବାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହୋଇଥିବାବେଳେ ୧୭ ତାରିଖ ଯାଏ ଲାଗି ରହିବ। ତେବେ ରବିବାରଠାରୁ ବର୍ଷାର ପରିମାଣ କମିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ରବିବାର ରାଜ୍ୟର ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ। ତେବେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, କଟକ, କେନ୍ଦୁଝର, ମୟୁରଭଞ୍ଜ, ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା ଏବଂ ନୟାଗଡ଼ ଜିଲାକୁ ଘଡଘଡ଼ି ସହିତ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି।

ସେହିପରି ସୋମବାର କେନ୍ଦୁଝର, ମୟୂରଭଞ୍ଜ, ରାୟଗଡ଼ା, କୋରାପୁଟ ଏବଂ ଗଜପତି ଜିଲାକୁ ୟେଲୋ ୱାର୍ଣ୍ଣିଂ  ଜାରି କରାଯାଇଛି । ରବିବାରଠାରୁ ରାଜ୍ୟରେ ବର୍ଷା କମିପାରେ । ଉତ୍ତର ଓଡ଼ିଶା ଓ ଉପକୂଳ ଓଡ଼ିଶାର ଅଳ୍ପ କିଛି ସ୍ଥାନରେ ବର୍ଷା ଆଶଙ୍କା ଅଛି । ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଆଲର୍ଟ ଜାରି ହୋଇଛି। ଆସନ୍ତାକାଲି କେବଳ କେନ୍ଦୁଝର, ମୟୂରଭଞ୍ଜ, ରାୟଗଡ଼ା, କୋରାପୁଟ ଓ ଗଜପତିର କିଛି ସ୍ଥାନରେ ବିକ୍ଷିପ୍ତ ସ୍ଥାନରେ ବର୍ଷା ହୋଇପାରେ । ପରବର୍ତ୍ତୀ ୩ ଦିନ ମଧ୍ୟ କେବଳ ଉତ୍ତର ଓଡ଼ିଶାର ଗୋଟିଏ ଦୁଇଟି ଜିଲ୍ଲାରେ ବର୍ଷା ହେବ । ୧୪ ତାରିଖରେ କେନ୍ଦୁଝର, ମୟୂରଭଞ୍ଜ, ରାୟଗଡ଼ା, କୋରାପୁଟ ଓ ଗଜପତିର କିଛି ସ୍ଥାନରେ ବିକ୍ଷିପ୍ତ ସ୍ଥାନରେ ବର୍ଷା ହୋଇପାରେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ