Masthead

ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ  ।  ୧୪ରୁ ୧୯ ତାରିଖ ଯାଏଁ ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା  । ଆଜି ଉତ୍ତର ଓ ଦକ୍ଷିଣ ଓଡ଼ିଶାର ୧୮ଟି ଜିଲ୍ଲାରେ ହେବ ବର୍ଷା । ଉତ୍ତର ଓ ଦକ୍ଷିଣ ଓଡ଼ିଶାର ୧୮ଟି ଜିଲ୍ଲାକୁ ୟେଲୋ ଆଲର୍ଟ । ଆସନ୍ତା ସପ୍ତାହରେ ପୁଣି ଥରେ ଭିଜିବ ଓଡ଼ିଶା। ୧୪ରୁ ୧୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବା ନେଇ ସୂଚନା ମିଳିଛି। ଏହି ସମୟ ମଧ୍ୟରେ ବିଭିନ୍ନ ଅଞ୍ଚଳରେ ବର୍ଷାର ସମ୍ଭାବନା ଥିବା ଭାରତୀୟ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।

ଆସନ୍ତା ୧୪ ତାରିଖରୁ ରାଜ୍ୟରେ ବର୍ଷାର ପ୍ରଭାବ ଦେଖିବାକୁ ମିଳିବ। ପରବର୍ତ୍ତୀ ଦିନଗୁଡ଼ିକରେ ମଧ୍ୟ ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିବା ସମ୍ଭାବନା ରହିଛି । ୧୯ ତାରିଖ ପର୍ଯ୍ୟନ୍ତ ଏହି ବର୍ଷା ପ୍ରକ୍ରିୟା ଜାରି ରହିପାରେ । ପାଣିପାଗରେ ଏଭଳି ପରିବର୍ତ୍ତନ ଯୋଗୁ ରାଜ୍ୟର ବିଭିନ୍ନ ଅଞ୍ଚଳରେ ପୁଣି ବର୍ଷା ହେବା ନେଇ ଆକଳନ କରାଯାଇଛି । ତେବେ କେଉଁ ଅଞ୍ଚଳରେ କେତେ ପରିମାଣର ବର୍ଷା ହେବ, ସେନେଇ ଭାରତୀୟ ପାଣିପାଗ କେନ୍ଦ୍ର ପକ୍ଷରୁ ପରବର୍ତ୍ତୀ ସମୟରେ ବିସ୍ତୃତ ସୂଚନା ଦିଆଯିବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା