Masthead

ଆଜି ସନ୍ଧ୍ୟା ସୁଦ୍ଧା ଅବପାତ, ଗଞ୍ଜାମ ଜିଲ୍ଲା ପ୍ରଶାସନର ଆଗୁଆ ପ୍ରସ୍ତୁତି

ଗଞ୍ଜାମ(ବଡ଼ ଖବର ବ୍ୟୁରୋ): ଆସୁଛି ବାତ୍ୟା, ଆଜି ସନ୍ଧ୍ୟା ସୁଦ୍ଧା ଅବପାତ । ବଙ୍ଗୋପସାଗରରେ ଆଗକୁ ବଢୁଛି ଲଘୁଚାପ । ଗଭୀର ଅବପାତ ନେଇ ଗଂଜାମରେ ପ୍ରଶାସନର ଆଗୁଆ ପ୍ରସ୍ତୁତି । ଆସନ୍ତାକାଲିଠୁ ଓଡିଶାରେ ବଢିବ ବର୍ଷାର ପରିମାଣ । ଗଭୀର ଅବପାତକୁ ନେଇ ଗଞ୍ଜାମରେ ଜିଲ୍ଲା ପ୍ରଶାସନର ଆଗୁଆ ପ୍ରସ୍ତୁତି ଜାରି ରହିଛି । ସୃଷ୍ଟି ହୋଇଥିବା ଗଭୀର ଅବପାତ ଯୋଗୁଁ ସମ୍ଭାବ୍ୟ ପ୍ରବଳ ବର୍ଷା ଓ ପ୍ରତିକୂଳ ପାଣିପାଗକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲ୍ଲା ପ୍ରଶାସନ ପକ୍ଷରୁ ଆଗୁଆ ପ୍ରସ୍ତୁତି ଓ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରାଯାଇଛି। ଜିଲ୍ଲାପାଳ ଭି. କୀର୍ତ୍ତି ଭାସନ ଏନେଇ ଏକ ପ୍ରସ୍ତୁତି ବୈଠକରେ ବିଭିନ୍ନ ବିଭାଗର ଅଧିକାରୀଙ୍କୁ ସଜାଗ ରହିବା ସହ ଆବଶ୍ୟକ ସମସ୍ତ ପ୍ରସ୍ତୁତି ସୁନିଶ୍ଚିତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।

ସୂଚନା ଅନୁସାରେ, ସମ୍ଭାବ୍ୟ ପ୍ରବଳ ବର୍ଷା, ପବନ, ଜଳବନ୍ଦୀ ଓ ଭୂସ୍ଖଳନ ଭଳି ପରିସ୍ଥିତିର ମୁକାବିଲା ପାଇଁ ଉଦ୍ଧାରକାରୀ ଯନ୍ତ୍ରପାତି, ଔଷଧ, ଆବଶ୍ୟକ ସାମଗ୍ରୀ ଓ ମାନବ ସମ୍ବଳ ପ୍ରସ୍ତୁତ ରଖିବାକୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ସମୁଦ୍ରକୁ ଯାଇଥିବା ସମସ୍ତ ମତ୍ସ୍ୟଜୀବୀଙ୍କୁ ତୁରନ୍ତ କୂଳକୁ ଫେରିଆସିବା ପାଇଁ ପରାମର୍ଶ ଦିଆଯାଇଥିବାବେଳେ, ଆଗାମୀ ସେପ୍ଟେମ୍ବର ୨୧ରୁ ୨୫ ତାରିଖ ପର୍ୟ୍ୟନ୍ତ ଜିଲ୍ଲାସ୍ତରୀୟ ଅଧିକାରୀମାନେ ସଦର ମହକୁମା ନଛାଡ଼ିବାକୁ ନିର୍ଦ୍ଦେଶ ଦିଆଯାଇଛି। ବିଭିନ୍ନ ବିଭାଗ ମଧ୍ୟରେ ନିରନ୍ତର ସମନ୍ୱୟ ରଖି ପରିସ୍ଥିତି ଉପରେ ନଜର ରଖିବା ସହ ଯେକୌଣସି ଆପତ୍କାଳୀନ ପରିସ୍ଥିତିରେ ତୁରନ୍ତ ପଦକ୍ଷେପ ନେବାକୁ ଜିଲ୍ଲାପାଳ ଗୁରୁତ୍ୱାରୋପ କରିଛନ୍ତି।

ଏଥିସହ ବଜ୍ରପାତ ଓ ପ୍ରବଳ ବର୍ଷା ସମୟରେ ସୁରକ୍ଷିତ ସ୍ଥାନରେ ରହିବାକୁ ଜିଲ୍ଲା ପ୍ରଶାସନ ପକ୍ଷରୁ ଲୋକମାନଙ୍କୁ ପରାମର୍ଶ ଦିଆଯାଇଛି।ବୈଠକରେ ଅତିରିକ୍ତ ଜିଲ୍ଲାପାଳ ସଚ୍ଚିଦାନନ୍ଦ ନାୟକ, ଦେବଦତ୍ତ ପଣ୍ଡା, ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ସମୀର କୁମାର ଜେନା, ଜିଲ୍ଲା ଜରୁରୀକାଳୀନ ଅଧିକାରୀ ସୁନୀଲ ସାଇ ଦେବାଶିଷଙ୍କ ସମେତ ବିଭିନ୍ନ ବିଭାଗର ଅଧିକାରୀ ଯୋଗଦେଇଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବାରମ୍ବାର ଅଭିଯୋଗ ପରେ ବି ସମାଧାନ ନାହିଁ,ହଷ୍ଟେଲ ଛାଡ଼ି ୮ କିମି ଚାଲିଲେ ଅନ୍ତେବାସୀ 🔴 ପ୍ରେମ ଓ ବ୍ଲାକମେଲରୁ ଡବଲ ମର୍ଡର,ମୁଖ୍ୟ ଅଭିଯୁକ୍ତ ଗିରଫ 🔴 କୋଇଲା ବୋଝେଇ ଟ୍ରେନରେ ନିଆଁ 🔴 ଆଜି ସନ୍ଧ୍ୟା ସୁଦ୍ଧା ଅବପାତ, ଗଞ୍ଜାମ ଜିଲ୍ଲା ପ୍ରଶାସନର ଆଗୁଆ ପ୍ରସ୍ତୁତି 🔴 ଅକ୍ଟୋବର ପ୍ରଥମ ସପ୍ତାହରେ ଖୋଲାଯାଇପାରେ ଶ୍ରୀଗୁଣ୍ଡିଚା ମନ୍ଦିର 🔴 ବଢିଲା ବାତ୍ୟା ଛନକା 🔴 ଚାରିଆଡେ କୁଢ କୁଢ ଅଳିଆ, ଦୁର୍ଗନ୍ଧରେ ନାକ ଟେକୁଛନ୍ତି ଲୋକେ 🔴 ଦିଲ୍ଲୀ ବିଶ୍ୱବିଦ୍ୟାଳୟ ଛାତ୍ର ସଂଘ ନିର୍ବାଚନ, ABVPର ବାଜିମାତ 🔴 ଆଣ୍ଡାମାନ ସାଗରରେ ସୃଷ୍ଟି ହେଉଛି ଆଉ ଏକ ଲଘୁଚାପ କ୍ଷେତ୍ର, ୨୪ ଯାଏଁ ବର୍ଷା 🔴 ସ୍କ୍ରବଟାଇଫସ୍‌କୁ ନେଇ ପ୍ରତିକ୍ରିୟା ରଖିଲେ ସ୍ୱାସ୍ଥ୍ୟମନ୍ତ୍ରୀ 🔴 ବାରମ୍ବାର ଅଭିଯୋଗ ପରେ ବି ସମାଧାନ ନାହିଁ,ହଷ୍ଟେଲ ଛାଡ଼ି ୮ କିମି ଚାଲିଲେ ଅନ୍ତେବାସୀ 🔴 ପ୍ରେମ ଓ ବ୍ଲାକମେଲରୁ ଡବଲ ମର୍ଡର,ମୁଖ୍ୟ ଅଭିଯୁକ୍ତ ଗିରଫ 🔴 କୋଇଲା ବୋଝେଇ ଟ୍ରେନରେ ନିଆଁ 🔴 ଆଜି ସନ୍ଧ୍ୟା ସୁଦ୍ଧା ଅବପାତ, ଗଞ୍ଜାମ ଜିଲ୍ଲା ପ୍ରଶାସନର ଆଗୁଆ ପ୍ରସ୍ତୁତି 🔴 ଅକ୍ଟୋବର ପ୍ରଥମ ସପ୍ତାହରେ ଖୋଲାଯାଇପାରେ ଶ୍ରୀଗୁଣ୍ଡିଚା ମନ୍ଦିର 🔴 ବଢିଲା ବାତ୍ୟା ଛନକା 🔴 ଚାରିଆଡେ କୁଢ କୁଢ ଅଳିଆ, ଦୁର୍ଗନ୍ଧରେ ନାକ ଟେକୁଛନ୍ତି ଲୋକେ 🔴 ଦିଲ୍ଲୀ ବିଶ୍ୱବିଦ୍ୟାଳୟ ଛାତ୍ର ସଂଘ ନିର୍ବାଚନ, ABVPର ବାଜିମାତ 🔴 ଆଣ୍ଡାମାନ ସାଗରରେ ସୃଷ୍ଟି ହେଉଛି ଆଉ ଏକ ଲଘୁଚାପ କ୍ଷେତ୍ର, ୨୪ ଯାଏଁ ବର୍ଷା 🔴 ସ୍କ୍ରବଟାଇଫସ୍‌କୁ ନେଇ ପ୍ରତିକ୍ରିୟା ରଖିଲେ ସ୍ୱାସ୍ଥ୍ୟମନ୍ତ୍ରୀ