Masthead

ଗଞ୍ଜେଇ ଚାଲାଣ ବେଳେ ମାଡ଼ି ବସିଲା ଅବକାରୀ ଟିମ୍, ୧୨୦୦ କେଜି ଗଞ୍ଜେଇ ଜବତ 

ଗଞ୍ଜାମ (ବଡ଼ ଖବର ବ୍ୟୁରୋ): ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଅବକାରୀ ଥାନା ପୋଲିସକୁ ମିଳିଛି ବଡ଼ ସଫଳତା। ବେଆଇନ ଗଞ୍ଜେଇ ଚୋରାଚାଲାଣ ବେଳେ ଚଢ଼ାଉ କରି ପୋଲିସ ୧୨୦୦ କେଜି ଗଞ୍ଜେଇ ଜବତ କରିଛି। ଏଥିସହ ଦୁଇଟି ପିକ୍‌ଅପ୍ ଭ୍ୟାନ୍ ଜବତ କରିବା ସହ ୩ ଜଣଙ୍କୁ ଗିରଫ କରିଛି ଅବକାରୀ ବିଭାଗ। ଗିରଫ ଅଭିଯୁକ୍ତମାନେ ହେଲେ ନୟାଗଡ଼ ଜିଲ୍ଲା ଓଡ଼ଗାଁ ଥାନା ଅଞ୍ଚଳର ଶେଖର ଖଟୁଆ, ମାନସ ନାଇକ ଓ ମନୋରଞ୍ଜନ ନାଇକ।

ସୂଚନା ଅନୁସାରେ, ଭଞ୍ଜନଗର ଅବକାରୀ ଟିମ୍ ପେଟ୍ରୋଲିଂ କରୁଥିବା ସମୟରେ ବୁଦୁଲି ଗାଁ ନିକଟରେ ଦୁଇଟି ଗାଡ଼ିକୁ ସନ୍ଦେହଜନକ ଭାବେ ଯାଉଥିବା ଦେଖିଥିଲା। ଗୋଟିଏ ଗାଡ଼ିରେ ଗଞ୍ଜେଇ ଭର୍ତ୍ତି ଥିବା ବେଳେ ଅନ୍ୟ ଏକ ଗାଡ଼ି ତାହାକୁ ଟୋଚନ କରି ନେଉଥିବାରୁ ଅବକାରୀ ଟିମ୍‌ର ସନ୍ଦେହ ହୋଇଥିଲା। ପରେ ଅବକାରୀ ଟିମ୍ ଗାଡ଼ି ଦୁଇଟିକୁ ଅଟକାଇ ଯାଞ୍ଚ କରିଥିଲା। ଯାଞ୍ଚ ବେଳେ ଗୋଟିଏ ଗାଡ଼ିରୁ ୪୦ଟି ବସ୍ତାରେ ଭର୍ତ୍ତି ଗଞ୍ଜେଇ ମିଳିଥିଲା। ଜବତ ଗଞ୍ଜେଇର ଓଜନ ପ୍ରାୟ ୧୨୦୦ କେଜି ହୋଇଥିବା ବେଳେ ଏହାର ଆନୁମାନିକ ବଜାର ମୂଲ୍ୟ ପ୍ରାୟ ୧ କୋଟି ୨୦ ଲକ୍ଷ ଟଙ୍କା ବୋଲି ଅବକାରୀ ବିଭାଗ ପକ୍ଷରୁ କୁହାଯାଇଛି।

ପ୍ରାଥମିକ ତଦନ୍ତରୁ କନ୍ଧମାଳ ଜିଲ୍ଲାରୁ ନୟାଗଡ଼ ଜିଲ୍ଲାକୁ ଏହି ଗଞ୍ଜେଇ ଚୋରାଚାଲାଣ ହେଉଥିବା ଜଣାପଡ଼ିଛି। ଘଟଣାରେ ୩ ଜଣଙ୍କୁ ଗିରଫ କରି ଅବକାରୀ ବିଭାଗ କୋର୍ଟ ଚାଲାଣ କରିଥିବା ଭଞ୍ଜନଗର ଅବକାରୀ ଥାନା ଅଧିକାରୀ ସୂଚନା ଦେଇଛନ୍ତି।ଘଟଣାରେ ଗଞ୍ଜେଇ ଚୋରାଚାଲାଣ ସହ ଜଡ଼ିତ ଅନ୍ୟ ବ୍ୟକ୍ତିଙ୍କ ସମ୍ପର୍କରେ ତଦନ୍ତ ଜାରି ରହିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 PEOଙ୍କ ଘରୁ ମିଳିଲାଣି ୨ଲକ୍ଷ ୯୮ ହଜାର ଟଙ୍କା 🔴 ଗଞ୍ଜେଇ ଚାଲାଣ ବେଳେ ମାଡ଼ି ବସିଲା ଅବକାରୀ ଟିମ୍, ୧୨୦୦ କେଜି ଗଞ୍ଜେଇ ଜବତ  🔴 କାଚୁଛି ବର୍ଷା, ବହିଲାଣି ପବନ..୨୪ ତାରିଖ ଯାଏ ସ୍କୁଲ ଛୁଟି ଘୋଷଣା! 🔴 ବାରମ୍ବାର ଅଭିଯୋଗ ପରେ ବି ସମାଧାନ ନାହିଁ,ହଷ୍ଟେଲ ଛାଡ଼ି ୮ କିମି ଚାଲିଲେ ଅନ୍ତେବାସୀ 🔴 ପ୍ରେମ ଓ ବ୍ଲାକମେଲରୁ ଡବଲ ମର୍ଡର,ମୁଖ୍ୟ ଅଭିଯୁକ୍ତ ଗିରଫ 🔴 କୋଇଲା ବୋଝେଇ ଟ୍ରେନରେ ନିଆଁ 🔴 ଆଜି ସନ୍ଧ୍ୟା ସୁଦ୍ଧା ଅବପାତ, ଗଞ୍ଜାମ ଜିଲ୍ଲା ପ୍ରଶାସନର ଆଗୁଆ ପ୍ରସ୍ତୁତି 🔴 ଅକ୍ଟୋବର ପ୍ରଥମ ସପ୍ତାହରେ ଖୋଲାଯାଇପାରେ ଶ୍ରୀଗୁଣ୍ଡିଚା ମନ୍ଦିର 🔴 ବଢିଲା ବାତ୍ୟା ଛନକା 🔴 ଚାରିଆଡେ କୁଢ କୁଢ ଅଳିଆ, ଦୁର୍ଗନ୍ଧରେ ନାକ ଟେକୁଛନ୍ତି ଲୋକେ 🔴 PEOଙ୍କ ଘରୁ ମିଳିଲାଣି ୨ଲକ୍ଷ ୯୮ ହଜାର ଟଙ୍କା 🔴 ଗଞ୍ଜେଇ ଚାଲାଣ ବେଳେ ମାଡ଼ି ବସିଲା ଅବକାରୀ ଟିମ୍, ୧୨୦୦ କେଜି ଗଞ୍ଜେଇ ଜବତ  🔴 କାଚୁଛି ବର୍ଷା, ବହିଲାଣି ପବନ..୨୪ ତାରିଖ ଯାଏ ସ୍କୁଲ ଛୁଟି ଘୋଷଣା! 🔴 ବାରମ୍ବାର ଅଭିଯୋଗ ପରେ ବି ସମାଧାନ ନାହିଁ,ହଷ୍ଟେଲ ଛାଡ଼ି ୮ କିମି ଚାଲିଲେ ଅନ୍ତେବାସୀ 🔴 ପ୍ରେମ ଓ ବ୍ଲାକମେଲରୁ ଡବଲ ମର୍ଡର,ମୁଖ୍ୟ ଅଭିଯୁକ୍ତ ଗିରଫ 🔴 କୋଇଲା ବୋଝେଇ ଟ୍ରେନରେ ନିଆଁ 🔴 ଆଜି ସନ୍ଧ୍ୟା ସୁଦ୍ଧା ଅବପାତ, ଗଞ୍ଜାମ ଜିଲ୍ଲା ପ୍ରଶାସନର ଆଗୁଆ ପ୍ରସ୍ତୁତି 🔴 ଅକ୍ଟୋବର ପ୍ରଥମ ସପ୍ତାହରେ ଖୋଲାଯାଇପାରେ ଶ୍ରୀଗୁଣ୍ଡିଚା ମନ୍ଦିର 🔴 ବଢିଲା ବାତ୍ୟା ଛନକା 🔴 ଚାରିଆଡେ କୁଢ କୁଢ ଅଳିଆ, ଦୁର୍ଗନ୍ଧରେ ନାକ ଟେକୁଛନ୍ତି ଲୋକେ