Masthead

ସିକ୍କିମରେ ପ୍ରବଳ ବର୍ଷାକୁ ନେଇ ବଡ଼ ଭୂସ୍ଖଳନ, ଅନେକ ଘର କ୍ଷତିଗ୍ରସ୍ତ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ସିକ୍କିମରେ ଲଗାଣ ବର୍ଷା ଯୋଗୁଁ ବଡ଼ ଧରଣର ଭୂସ୍ଖଳନ ଘଟିଛି। ଗ୍ୟାଲସିଂ ଜିଲ୍ଲାର ରିମ୍ବି ଗାଁରେ ଗୁରୁବାର ବିଳମ୍ବିତ ରାତିରେ ଭୂସ୍ଖଳନ ହୋଇ ଅନେକ ଘର କ୍ଷତିଗ୍ରସ୍ତ ହୋଇଛି। ଏଥିରେ କିଛି ସରକାରୀ କ୍ୱାର୍ଟର ମଧ୍ୟ ନଷ୍ଟ ହୋଇଥିବା ଜଣାପଡ଼ିଛି। ପ୍ରବଳ ବର୍ଷା ପରେ ହଠାତ୍ ଭୂସ୍ଖଳନ ହେବାରୁ ରିମ୍ବି ଅଞ୍ଚଳରେ ଆତଙ୍କ ସୃଷ୍ଟି ହୋଇଛି। ସ୍ଥାନୀୟ ରିପୋର୍ଟ ଅନୁସାରେ, ଭୂସ୍ଖଳନରେ ୩୦ରୁ ଅଧିକ ଘର ପ୍ରଭାବିତ ହୋଇଛି । ଏଥିରେ କିଛି ଘର ସମ୍ପୂର୍ଣ୍ଣ ଭାବେ ଭାଙ୍ଗିଯାଇଥିବା ବେଳେ ଅନ୍ୟ କେତେକ ଘର ଗୁରୁତର ଭାବେ କ୍ଷତିଗ୍ରସ୍ତ ହୋଇଛି ।ତେବେ ଭୂସ୍ଖଳନରେ କୌଣସି ଜୀବନହାନି ହୋଇନଥିବା ଅଧିକାରୀମାନେ ସ୍ପଷ୍ଟ କରିଛନ୍ତି।

ଘଟଣାକୁ ନେଇ ସିକ୍କିମ ମୁଖ୍ୟମନ୍ତ୍ରୀ ପ୍ରେମ ସିଂ ତମାଙ୍ଗ ଚିନ୍ତା ପ୍ରକାଶ କରିଛନ୍ତି। ପ୍ରଭାବିତ ଲୋକଙ୍କ ସୁରକ୍ଷା ଓ କଲ୍ୟାଣ ସରକାରଙ୍କ ପ୍ରଥମ ପ୍ରାଥମିକତା ବୋଲି ସେ କହିଛନ୍ତି। ସ୍ଥାନୀୟ ପ୍ରଶାସନକୁ ହାଇ ଆଲର୍ଟରେ ରହିବା ସହ ଘଟଣାସ୍ଥଳର ପରିସ୍ଥିତି ଉପରେ ନଜର ରଖିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହ ଲୋକଙ୍କ ସୁରକ୍ଷା ପାଇଁ ଆବଶ୍ୟକ ସମସ୍ତ ପଦକ୍ଷେପ ନେବାକୁ କୁହାଯାଇଛି।

ପ୍ରବଳ ବର୍ଷା ଜାରି ରହିଥିବାରୁ ପ୍ରଭାବିତ ଅଞ୍ଚଳର ଲୋକଙ୍କୁ ସତର୍କ ରହିବା, ପ୍ରଶାସନର ନିର୍ଦ୍ଦେଶ ମାନିବା ଏବଂ ପରସ୍ପରକୁ ସହଯୋଗ କରିବାକୁ ମୁଖ୍ୟମନ୍ତ୍ରୀ ଅପିଲ୍ କରିଛନ୍ତି। ରିମ୍ବିରେ ଲୋକଙ୍କ ସୁରକ୍ଷା ସହ ପରିସ୍ଥିତି ନିୟନ୍ତ୍ରଣ ପାଇଁ ରାଜ୍ୟ ସରକାର ଆବଶ୍ୟକ ପଦକ୍ଷେପ ନେଉଥିବା ସୂଚନା ମିଳିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ସିକ୍କିମରେ ପ୍ରବଳ ବର୍ଷାକୁ ନେଇ ବଡ଼ ଭୂସ୍ଖଳନ, ଅନେକ ଘର କ୍ଷତିଗ୍ରସ୍ତ 🔴 ଦୁଇ ବରିଷ୍ଠ ଅଧିକାରୀ ନିଲମ୍ବିତ 🔴 ଏସିଆନ୍ ଗେମ୍ସରେ ଶୁଟିଂରୁ ଭାରତକୁ ପ୍ରଥମ ସ୍ୱର୍ଣ୍ଣ, ଇତିହାସ ରଚିଲେ ସୁରୁଚି-କମଲଜିତ 🔴 ମହାବଳ ବାଘକୁ ଘରେ ତାଲା 🔴 ଜାତୀୟ ହୋମିଓପାଥିକ କର୍ମଶାଳାରେ ୬୫ ସଫଳ ପ୍ରାର୍ଥୀଙ୍କୁ ସମ୍ବର୍ଦ୍ଧନା 🔴 ନେପାଳରେ ବିମାନ ଅଘଟଣ, ବଞ୍ଚିଗଲେ ୧୬ ଯାତ୍ରୀ 🔴 ଆଫଗାନିସ୍ତାନରେ ଏୟାରଷ୍ଟ୍ରାଇକ୍‌, ଚିନ୍ତା ପ୍ରକାଶ କଲା ରୁଷ ଦୂତାବାସ 🔴 ବନ୍ୟା ଯୋଗୁଁ ଯାଇଛି ୭ ଜୀବନ: ସୁରେଶ ପୂଜାରୀ 🔴 ବାୟାପଡ଼ା ଓ ମାନବକୋଣ୍ଡା ଘାଟିରେ ଭୂସ୍ଖଳନ 🔴 MMDR ତାତି: ବିଧାନସଭାରେ ବିରୋଧୀଙ୍କ ହଟ୍ଟଗୋଳ, ୪ଟା ଯାଏଁ ମୁଲତବି ଗୃହ 🔴 ସିକ୍କିମରେ ପ୍ରବଳ ବର୍ଷାକୁ ନେଇ ବଡ଼ ଭୂସ୍ଖଳନ, ଅନେକ ଘର କ୍ଷତିଗ୍ରସ୍ତ 🔴 ଦୁଇ ବରିଷ୍ଠ ଅଧିକାରୀ ନିଲମ୍ବିତ 🔴 ଏସିଆନ୍ ଗେମ୍ସରେ ଶୁଟିଂରୁ ଭାରତକୁ ପ୍ରଥମ ସ୍ୱର୍ଣ୍ଣ, ଇତିହାସ ରଚିଲେ ସୁରୁଚି-କମଲଜିତ 🔴 ମହାବଳ ବାଘକୁ ଘରେ ତାଲା 🔴 ଜାତୀୟ ହୋମିଓପାଥିକ କର୍ମଶାଳାରେ ୬୫ ସଫଳ ପ୍ରାର୍ଥୀଙ୍କୁ ସମ୍ବର୍ଦ୍ଧନା 🔴 ନେପାଳରେ ବିମାନ ଅଘଟଣ, ବଞ୍ଚିଗଲେ ୧୬ ଯାତ୍ରୀ 🔴 ଆଫଗାନିସ୍ତାନରେ ଏୟାରଷ୍ଟ୍ରାଇକ୍‌, ଚିନ୍ତା ପ୍ରକାଶ କଲା ରୁଷ ଦୂତାବାସ 🔴 ବନ୍ୟା ଯୋଗୁଁ ଯାଇଛି ୭ ଜୀବନ: ସୁରେଶ ପୂଜାରୀ 🔴 ବାୟାପଡ଼ା ଓ ମାନବକୋଣ୍ଡା ଘାଟିରେ ଭୂସ୍ଖଳନ 🔴 MMDR ତାତି: ବିଧାନସଭାରେ ବିରୋଧୀଙ୍କ ହଟ୍ଟଗୋଳ, ୪ଟା ଯାଏଁ ମୁଲତବି ଗୃହ