Masthead

ବଢୁଛି ସୁବର୍ଣ୍ଣରେଖା ନଦୀର ଜଳସ୍ତର!

ଜଳବନ୍ଦୀର ଯନ୍ତ୍ରଣା ଦେଲା ଗଭୀର ଅବପାତ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଛତିଶଗଡ଼ ଚାଲିଗଲାଣି ଗଭୀର ଅବପାତ, ତଥାପି ଓଡ଼ିଶାରେ କମୁନି ବର୍ଷାର କୋପ! ଲ୍ୟାଣ୍ଡଫଲ୍‌ର ୪୦ ଘଣ୍ଟା ପରେ ବି ରାଜ୍ୟସାରା ଲଗାଣ ବର୍ଷା, ଉଛୁଳିଲାଣି ନଦୀ, ଘାରିଲାଣି ବନ୍ୟା ଡର! ପାଣିପାଗ ବିଜ୍ଞାନୀଙ୍କ ଅନୁସାରେ, ସିଷ୍ଟମର ବିଶାଳ ବାଦଲ ଖଣ୍ଡ ଏବଂ ବଙ୍ଗୋପସାଗରରୁ ଆସୁଥିବା ଜଳୀୟବାଷ୍ପ ପୂର୍ଣ୍ଣ ବାୟୁ ଯୋଗୁଁ ଏତେ ସମୟ ଧରି ବର୍ଷା ଓ ପବନର ପ୍ରକୋପ ରହିଛି। ଆଜି ସକାଳ ପର୍ଯ୍ୟନ୍ତ ୮ଟି ଜିଲ୍ଲା ପାଇଁ ଅରେଞ୍ଜ ଆଲର୍ଟ ଏବଂ ୧୫ଟି ଜିଲ୍ଲା ପାଇଁ ୟେଲୋ ଆଲର୍ଟ ଜାରି କରାଯାଇଛି। ସେପଟେ ଲଗାଣ ବର୍ଷା ଯୋଗୁଁ ବିଭିନ୍ନ ନଦୀ ଉଛୁଳିବାରେ ଲାଗିଛି, ଯାହା ବନ୍ୟା ଆଶଙ୍କା ସୃଷ୍ଟି କରିଛି। ତେବେ ଆସନ୍ତାକାଲି ସୁନ୍ଦରଗଡ଼, ଝାରସୁଗୁଡ଼ା ଓ ବରଗଡ଼କୁ ଛାଡ଼ିଦେଲେ ଅବଶିଷ୍ଟ ଓଡ଼ିଶାରେ ପାଣିପାଗ ସ୍ୱାଭାବିକ ହେବ ବୋଲି ଆକଳନ କରାଯାଇଛି।

ବଢୁଛି ସୁବର୍ଣ୍ଣରେଖା ନଦୀର ଜଳସ୍ତର,ସତର୍କ ସଙ୍କେତ ଉପରେ ପ୍ରବାହିତ ନଦୀର ଜଳସ୍ତର । ନଦୀର ରାଜଘାଟ ଠାରେ ସତର୍କ ସଙ୍କେତ ୯.୪୫ ମିଟର ରହିଥିବା ବେଳେ ସକାଳ ୬ ଟା ସୁଦ୍ଧା ଜଳସ୍ତର ବୃଦ୍ଧି ପାଇ ୧୦.୧୬ ମିଟର ରେ ପ୍ରବାହିତ ହେଉଛି । ନଦୀର ଉପରମୁଣ୍ଡରେ ପ୍ରବଳ ବର୍ଷା କାରଣରୁ ବଢୁଛି ଜଳସ୍ତର, ବାଲିଆପାଳ ଓ ତଳିଆ ଅଞ୍ଚଳ ପ୍ରଭାବିତ ହେବା ଆଶଙ୍କା । ବିପଦ ସଂକେତ ଉପରେ ପ୍ରବାହିତ ହେଉଛି ଜଳକା ନଦୀର ଜଳସ୍ତର । ମଥାନୀଠାରେ ବିପଦ ସଙ୍କେତ ୬.୫୦ ରହିଥିବା ବେଳେ  ସକାଳ ୬ ଟା ସୁଦ୍ଧା ୬,୭୮ ମିଟର ରେ ପ୍ରବାହିତ ହେଉଛି । ନଦୀର ଉପରମୁଣ୍ଡ ମୟୁରଭଞ୍ଜ ଜିଲ୍ଲାର ରାସଗୋବିନ୍ଦପୁର ଶୁଳିଆପଦା ମୋରଡା ଚିତ୍ରଡା ଅଞ୍ଚଳରେ ଲଘୁଚାପ ଜନିତ ଜନିତ ଲଗାଣ ବର୍ଷା ସାଙ୍ଗକୁ ବସ୍ତା ଅଞ୍ଚଳରେ ତୁହାକୁ ତୁହା ବର୍ଷା ଯୋଗୁଁ ବଢୁଛି ନଦୀର ଜଳସ୍ତର । ଜଳସ୍ତର ବୃଦ୍ଧି ପାଉଥିବାରୁ ବସ୍ତା ବ୍ଲକର ବାହାର୍ଦାର ୧୦ଟି ପଞ୍ଚାୟତ ଏବଂ ସଦର ବ୍ଲକର ୫ ଟି ପଞ୍ଚାୟତ ପ୍ରଭାବିତ ହୋଇଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବଢୁଛି ସୁବର୍ଣ୍ଣରେଖା ନଦୀର ଜଳସ୍ତର! 🔴 ପୁଣି ଏକ ଡଲଫିନର ମୃତଦେହ ଉଦ୍ଧାର, ଦୁଇ ଦିନରେ ମିଳିଲା ୨ଟି 🔴 କାଠ ମାଫିଆଙ୍କ କବ୍ଜାରେ କୁଳଡିହା ଅଭୟାରଣ୍ୟ,ସୁରକ୍ଷା ନେଇ ଉଠିଲା ପ୍ରଶ୍ନ 🔴 ସିକ୍କିମରେ ପ୍ରବଳ ବର୍ଷାକୁ ନେଇ ବଡ଼ ଭୂସ୍ଖଳନ, ଅନେକ ଘର କ୍ଷତିଗ୍ରସ୍ତ 🔴 ଦୁଇ ବରିଷ୍ଠ ଅଧିକାରୀ ନିଲମ୍ବିତ 🔴 ଏସିଆନ୍ ଗେମ୍ସରେ ଶୁଟିଂରୁ ଭାରତକୁ ପ୍ରଥମ ସ୍ୱର୍ଣ୍ଣ, ଇତିହାସ ରଚିଲେ ସୁରୁଚି-କମଲଜିତ 🔴 ମହାବଳ ବାଘକୁ ଘରେ ତାଲା 🔴 ଜାତୀୟ ହୋମିଓପାଥିକ କର୍ମଶାଳାରେ ୬୫ ସଫଳ ପ୍ରାର୍ଥୀଙ୍କୁ ସମ୍ବର୍ଦ୍ଧନା 🔴 ନେପାଳରେ ବିମାନ ଅଘଟଣ, ବଞ୍ଚିଗଲେ ୧୬ ଯାତ୍ରୀ 🔴 ଆଫଗାନିସ୍ତାନରେ ଏୟାରଷ୍ଟ୍ରାଇକ୍‌, ଚିନ୍ତା ପ୍ରକାଶ କଲା ରୁଷ ଦୂତାବାସ 🔴 ବଢୁଛି ସୁବର୍ଣ୍ଣରେଖା ନଦୀର ଜଳସ୍ତର! 🔴 ପୁଣି ଏକ ଡଲଫିନର ମୃତଦେହ ଉଦ୍ଧାର, ଦୁଇ ଦିନରେ ମିଳିଲା ୨ଟି 🔴 କାଠ ମାଫିଆଙ୍କ କବ୍ଜାରେ କୁଳଡିହା ଅଭୟାରଣ୍ୟ,ସୁରକ୍ଷା ନେଇ ଉଠିଲା ପ୍ରଶ୍ନ 🔴 ସିକ୍କିମରେ ପ୍ରବଳ ବର୍ଷାକୁ ନେଇ ବଡ଼ ଭୂସ୍ଖଳନ, ଅନେକ ଘର କ୍ଷତିଗ୍ରସ୍ତ 🔴 ଦୁଇ ବରିଷ୍ଠ ଅଧିକାରୀ ନିଲମ୍ବିତ 🔴 ଏସିଆନ୍ ଗେମ୍ସରେ ଶୁଟିଂରୁ ଭାରତକୁ ପ୍ରଥମ ସ୍ୱର୍ଣ୍ଣ, ଇତିହାସ ରଚିଲେ ସୁରୁଚି-କମଲଜିତ 🔴 ମହାବଳ ବାଘକୁ ଘରେ ତାଲା 🔴 ଜାତୀୟ ହୋମିଓପାଥିକ କର୍ମଶାଳାରେ ୬୫ ସଫଳ ପ୍ରାର୍ଥୀଙ୍କୁ ସମ୍ବର୍ଦ୍ଧନା 🔴 ନେପାଳରେ ବିମାନ ଅଘଟଣ, ବଞ୍ଚିଗଲେ ୧୬ ଯାତ୍ରୀ 🔴 ଆଫଗାନିସ୍ତାନରେ ଏୟାରଷ୍ଟ୍ରାଇକ୍‌, ଚିନ୍ତା ପ୍ରକାଶ କଲା ରୁଷ ଦୂତାବାସ