Masthead

ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଭିଜିଲାନ୍ସ ଜାଲରେ ମାଲକାନଗିରି ମାଥିଲି ବ୍ଲକର ସହକାରୀ ନିର୍ବାହୀ ଯନ୍ତ୍ରୀ ଶିଶିର କୁମାର ଦାଶ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭୁବନେଶ୍ୱର, ବ୍ରହ୍ମପୁର ଓ ମାଲକାନଗିରିର ୬ଟି ସ୍ଥାନରେ ଏକକାଳୀନ ଚଢ଼ାଉ କରାଯାଉଛି । ଭୁବନେଶ୍ୱର ବରମୁଣ୍ଡାରେ ୪ ମହଲା କୋଠା ଏବଂ ବ୍ରହ୍ମପୁର ନୀଳାଚଳ ନଗରରେ ଦୁଇ ମହଲା କୋଠା ଠାବ ହୋଇଛି । ବ୍ରହ୍ମପୁର ଗଜପତି ନଗରରେ ଥିବା ପୈତୃକ ଘର ଓ ଗଞ୍ଜାମ ବାସୁଦେବପୁରରେ ଥିବା ଘରେ ମଧ୍ୟ ଚଢ଼ାଉ ଜାରି ରହିଛି । ମାଲକାନଗିରିସ୍ଥିତ ଭଡ଼ାଘର ଓ ଅଫିସ୍ ଚାମ୍ବରରେ ଖୋଳତାଡ଼ କରୁଛି ଭିଜିଲାନ୍ସର ସ୍ୱତନ୍ତ୍ର ଟିମ୍ । ରବିବାର ସକାଳୁ ସକାଳୁ ଓଡ଼ିଶା ଭିଜିଲାନ୍ସ ଟିମ୍ ଏଇଇଙ୍କ ଘରେ ଚଢ଼ାଉ କରିଛି ।

ବ୍ରହ୍ମପୁର ଭିଜିଲାନ୍ସ ସ୍ୱତନ୍ତ୍ର ଅଦାଲତଙ୍କ ସର୍ଚ୍ଚ ୱାରେଣ୍ଟ ବଳରେ ଭୁବନେଶ୍ୱର ବରମୁଣ୍ଡା, ବ୍ରହ୍ମପୁର, ଗଞ୍ଜାମର ବାସୁଦେବପୁର, ମାଲକାନଗିରିର ଭଡ଼ା ଘର ଓ ଡିଆର୍‌ଡିଏ କାର୍ଯ୍ୟାଳୟ ସମେତ ୬ ସ୍ଥାନରେ ଯାଞ୍ଚ ଚାଲିଛି । ଜଣେ ଅତିରିକ୍ତ ଏସ୍‌ପି , ୫ ଡିଏସ୍‌ପି ଓ ୫ ଇନ୍ସପେକ୍ଟରଙ୍କ ସମେତ ଭିଜିଲାନ୍ସ ଟିମ୍ ଏହି ଚଢ଼ାଉରେ ସାମିଲ ଅଛନ୍ତି । ତଲାସି ବେଳେ ବହୁ ଗୁରୁତ୍ବପୂର୍ଣ୍ଣ କାଗଜପତ୍ର ଭିଜିଲାନ୍ସ ଜବତ କରିଛି। ଚଢ଼ାଉ ଶେଷ ହେବା ପରେ ଆୟର ସଠିକ୍ ତଥ୍ୟ ମିଳିପାରିବ ବୋଲି ଜଣେ ଭିଜିଲାନ୍ସ ଅଧିକାରୀ ସୂଚନା ଦେଇଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ 🔴 ଗର୍ଭବତୀ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ନଦୀରେ ଓଲଟିଲା ବୋଟ 🔴 ବୈତରଣୀରେ ପୁଣି ବନ୍ୟା, ବିପଦ ସଙ୍କେତ ଉପରେ ଜଳ ପ୍ରବାହ.. 🔴 ଏସୀୟ କ୍ରୀଡ଼ାରେ ଭାରତର ଆଉ ଏକ ଗୋଲ୍ଡ , କବାଡ଼ିରେ ଚମକିଲା ମହିଳା ଟିମ୍ 🔴 ବଢୁଛି ସୁବର୍ଣ୍ଣରେଖା ନଦୀର ଜଳସ୍ତର! 🔴 ପୁଣି ଏକ ଡଲଫିନର ମୃତଦେହ ଉଦ୍ଧାର, ଦୁଇ ଦିନରେ ମିଳିଲା ୨ଟି 🔴 କାଠ ମାଫିଆଙ୍କ କବ୍ଜାରେ କୁଳଡିହା ଅଭୟାରଣ୍ୟ,ସୁରକ୍ଷା ନେଇ ଉଠିଲା ପ୍ରଶ୍ନ 🔴 ସିକ୍କିମରେ ପ୍ରବଳ ବର୍ଷାକୁ ନେଇ ବଡ଼ ଭୂସ୍ଖଳନ, ଅନେକ ଘର କ୍ଷତିଗ୍ରସ୍ତ 🔴 ଦୁଇ ବରିଷ୍ଠ ଅଧିକାରୀ ନିଲମ୍ବିତ 🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ 🔴 ଗର୍ଭବତୀ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ନଦୀରେ ଓଲଟିଲା ବୋଟ 🔴 ବୈତରଣୀରେ ପୁଣି ବନ୍ୟା, ବିପଦ ସଙ୍କେତ ଉପରେ ଜଳ ପ୍ରବାହ.. 🔴 ଏସୀୟ କ୍ରୀଡ଼ାରେ ଭାରତର ଆଉ ଏକ ଗୋଲ୍ଡ , କବାଡ଼ିରେ ଚମକିଲା ମହିଳା ଟିମ୍ 🔴 ବଢୁଛି ସୁବର୍ଣ୍ଣରେଖା ନଦୀର ଜଳସ୍ତର! 🔴 ପୁଣି ଏକ ଡଲଫିନର ମୃତଦେହ ଉଦ୍ଧାର, ଦୁଇ ଦିନରେ ମିଳିଲା ୨ଟି 🔴 କାଠ ମାଫିଆଙ୍କ କବ୍ଜାରେ କୁଳଡିହା ଅଭୟାରଣ୍ୟ,ସୁରକ୍ଷା ନେଇ ଉଠିଲା ପ୍ରଶ୍ନ 🔴 ସିକ୍କିମରେ ପ୍ରବଳ ବର୍ଷାକୁ ନେଇ ବଡ଼ ଭୂସ୍ଖଳନ, ଅନେକ ଘର କ୍ଷତିଗ୍ରସ୍ତ 🔴 ଦୁଇ ବରିଷ୍ଠ ଅଧିକାରୀ ନିଲମ୍ବିତ