Masthead

ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣବଳୟ ସୃଷ୍ଟି ହୋଇଥିବା ଭାରତୀୟ ପାଣିପାଗ ବିଭାଗ ସୂଚନା ଦେଇଛି ।  ଶନିବାର ସୁଦ୍ଧା ଉତ୍ତର ଆଣ୍ଡାମାନ ସାଗର ଆଡ଼କୁ ଆଉ ଏକ ପାଣିପାଗ ପ୍ରଣାଳୀ ଆସୁଥିବା ଜଣାପଡିଛି। କେନ୍ଦ୍ରୀୟ ଥାଇଲାଣ୍ଡ ଓ ସଂଲଗ୍ନ ମିଆଁମାର ଉପରେ ରହିଥିବା ଉପରି ବାୟୁ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ୯.୪ କି.ମି ଉଚ୍ଚତା ପର୍ଯ୍ୟନ୍ତ ବ୍ୟାପିଛି। ରବିବାର ସୁଦ୍ଧା ଏହା ଉତ୍ତର ଆଣ୍ଡାମାନ ସାଗର ଓ ସଂଲଗ୍ନ ମିଆଁମାରର ଇରାୱାଡି ଅଞ୍ଚଳକୁ ପ୍ରବେଶ କରିବାର ସମ୍ଭାବନା ରହିଛି ।

ପରବର୍ତ୍ତୀ ଦୁଇଦିନ ଧରି ଏହା ଉତ୍ତର-ଉତ୍ତରପଶ୍ଚିମ ଦିଗକୁ ଗତି କରି ମିଆଁମାର-ବାଂଲାଦେଶ ଉପକୂଳ ନିକଟବର୍ତ୍ତୀ ଅଞ୍ଚଳ ଦେଇ ଉତ୍ତର-ପୂର୍ବ ବଙ୍ଗୋପସାଗର ଓ ସଂଲଗ୍ନ ବାଂଲାଦେଶ ଅଞ୍ଚଳ ଆଡ଼କୁ ଗତି କରିବାର ସମ୍ଭାବନା ରହିଛି । ଏପଟେ ଦୁର୍ବଳ ହୋଇ ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି ଅବପାତ। ଫଳରେ ରାଜ୍ୟରେ ଆଜିଠୁ ବର୍ଷାର ପରିମାଣ ହ୍ରାସ ପାଇବ। ଆଜି ପାଇଁ ଉତ୍ତର ଓ ଉପକୂଳ ଓଡ଼ିଶାର ୮ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଥିବା ବେଳେ କାଲି ପାଇଁ କୌଣସି ଜିଲ୍ଲାକୁ ସତର୍କ ସୂଚନା ଦିଆଯାଇନାହିଁ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ 🔴 ଗର୍ଭବତୀ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ନଦୀରେ ଓଲଟିଲା ବୋଟ 🔴 ବୈତରଣୀରେ ପୁଣି ବନ୍ୟା, ବିପଦ ସଙ୍କେତ ଉପରେ ଜଳ ପ୍ରବାହ.. 🔴 ଏସୀୟ କ୍ରୀଡ଼ାରେ ଭାରତର ଆଉ ଏକ ଗୋଲ୍ଡ , କବାଡ଼ିରେ ଚମକିଲା ମହିଳା ଟିମ୍ 🔴 ବଢୁଛି ସୁବର୍ଣ୍ଣରେଖା ନଦୀର ଜଳସ୍ତର! 🔴 ପୁଣି ଏକ ଡଲଫିନର ମୃତଦେହ ଉଦ୍ଧାର, ଦୁଇ ଦିନରେ ମିଳିଲା ୨ଟି 🔴 କାଠ ମାଫିଆଙ୍କ କବ୍ଜାରେ କୁଳଡିହା ଅଭୟାରଣ୍ୟ,ସୁରକ୍ଷା ନେଇ ଉଠିଲା ପ୍ରଶ୍ନ 🔴 ସିକ୍କିମରେ ପ୍ରବଳ ବର୍ଷାକୁ ନେଇ ବଡ଼ ଭୂସ୍ଖଳନ, ଅନେକ ଘର କ୍ଷତିଗ୍ରସ୍ତ 🔴 ଦୁଇ ବରିଷ୍ଠ ଅଧିକାରୀ ନିଲମ୍ବିତ 🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ 🔴 ଗର୍ଭବତୀ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ନଦୀରେ ଓଲଟିଲା ବୋଟ 🔴 ବୈତରଣୀରେ ପୁଣି ବନ୍ୟା, ବିପଦ ସଙ୍କେତ ଉପରେ ଜଳ ପ୍ରବାହ.. 🔴 ଏସୀୟ କ୍ରୀଡ଼ାରେ ଭାରତର ଆଉ ଏକ ଗୋଲ୍ଡ , କବାଡ଼ିରେ ଚମକିଲା ମହିଳା ଟିମ୍ 🔴 ବଢୁଛି ସୁବର୍ଣ୍ଣରେଖା ନଦୀର ଜଳସ୍ତର! 🔴 ପୁଣି ଏକ ଡଲଫିନର ମୃତଦେହ ଉଦ୍ଧାର, ଦୁଇ ଦିନରେ ମିଳିଲା ୨ଟି 🔴 କାଠ ମାଫିଆଙ୍କ କବ୍ଜାରେ କୁଳଡିହା ଅଭୟାରଣ୍ୟ,ସୁରକ୍ଷା ନେଇ ଉଠିଲା ପ୍ରଶ୍ନ 🔴 ସିକ୍କିମରେ ପ୍ରବଳ ବର୍ଷାକୁ ନେଇ ବଡ଼ ଭୂସ୍ଖଳନ, ଅନେକ ଘର କ୍ଷତିଗ୍ରସ୍ତ 🔴 ଦୁଇ ବରିଷ୍ଠ ଅଧିକାରୀ ନିଲମ୍ବିତ