Masthead

ଆସୁଛି ଆଉ ଏକ ଲଘୁଚାପ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହୋଇଛି । କେନ୍ଦ୍ରୀୟ ଥାଇଲାଣ୍ଡ ଉପରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଦକ୍ଷିଣ ମିଆଁମାର ଉପକୂଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏଥିସହ ଜଡ଼ିତ ଘୂର୍ଣ୍ଣିବଳୟ ବାୟୁମଣ୍ଡଳର ପ୍ରାୟ ୯.୪ କିଲୋମିଟର ଉଚ୍ଚତା ଯାଏଁ ବ୍ୟାପିଛି । ଆସନ୍ତା ୨୪ ଘଣ୍ଟାରେ ଏହି ଲଘୁଚାପ ଉତ୍ତର ଆଣ୍ଡାମାନ ସାଗର ଏବଂ ମିଆଁମାରର ଇରାୱାଡି ଅଞ୍ଚଳ ଆଡ଼କୁ ପ୍ରବେଶ କରିପାରେ।

ପରବର୍ତ୍ତୀ ଦୁଇ ଦିନରେ ଏହା ମିଆଁମାର-ବାଂଲାଦେଶ ଉପକୂଳ ଦେଇ ଉତ୍ତର-ଉତ୍ତରପଶ୍ଚିମ ଦିଗରେ ଗତି କରି ଉତ୍ତର-ପୂର୍ବ ବଙ୍ଗୋପସାଗର ଏବଂ ସଂଲଗ୍ନ ବାଂଲାଦେଶ ଅଞ୍ଚଳ ଆଡ଼କୁ ଅଗ୍ରସର ହେବାର ସମ୍ଭାବନା ରହିଛି ।  ତେବେ ଏହି ଲଘୁଚାପର ଓଡ଼ିଶା ଉପରେ ସିଧାସଳଖ ପ୍ରଭାବ ନଥିବା ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ଅନ୍ୟପକ୍ଷରେ, ଆନ୍ଧ୍ରପ୍ରଦେଶ, ଓଡ଼ିଶା ଓ ଛତିଶଗଡ଼ ଦେଇ ଉତ୍ତରପ୍ରଦେଶ ଆଡ଼କୁ ଗତି କରୁଥିବା ଅବପାତ ଆହୁରି ଦୁର୍ବଳ ହୋଇ ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି ।

ଏପଟେ ଦୁର୍ବଳ ହୋଇ ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି ଅବପାତ। ଫଳରେ ରାଜ୍ୟରେ ଆଜିଠୁ ବର୍ଷାର ପରିମାଣ ହ୍ରାସ ପାଇବ। ଆଜି ପାଇଁ ଉତ୍ତର ଓ ଉପକୂଳ ଓଡ଼ିଶାର ୮ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଥିବା ବେଳେ କାଲି ପାଇଁ କୌଣସି ଜିଲ୍ଲାକୁ ସତର୍କ ସୂଚନା ଦିଆଯାଇନାହିଁ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆସୁଛି ଆଉ ଏକ ଲଘୁଚାପ 🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ 🔴 ଗର୍ଭବତୀ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ନଦୀରେ ଓଲଟିଲା ବୋଟ 🔴 ବୈତରଣୀରେ ପୁଣି ବନ୍ୟା, ବିପଦ ସଙ୍କେତ ଉପରେ ଜଳ ପ୍ରବାହ.. 🔴 ଏସୀୟ କ୍ରୀଡ଼ାରେ ଭାରତର ଆଉ ଏକ ଗୋଲ୍ଡ , କବାଡ଼ିରେ ଚମକିଲା ମହିଳା ଟିମ୍ 🔴 ବଢୁଛି ସୁବର୍ଣ୍ଣରେଖା ନଦୀର ଜଳସ୍ତର! 🔴 ପୁଣି ଏକ ଡଲଫିନର ମୃତଦେହ ଉଦ୍ଧାର, ଦୁଇ ଦିନରେ ମିଳିଲା ୨ଟି 🔴 କାଠ ମାଫିଆଙ୍କ କବ୍ଜାରେ କୁଳଡିହା ଅଭୟାରଣ୍ୟ,ସୁରକ୍ଷା ନେଇ ଉଠିଲା ପ୍ରଶ୍ନ 🔴 ସିକ୍କିମରେ ପ୍ରବଳ ବର୍ଷାକୁ ନେଇ ବଡ଼ ଭୂସ୍ଖଳନ, ଅନେକ ଘର କ୍ଷତିଗ୍ରସ୍ତ 🔴 ଆସୁଛି ଆଉ ଏକ ଲଘୁଚାପ 🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ 🔴 ଗର୍ଭବତୀ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ନଦୀରେ ଓଲଟିଲା ବୋଟ 🔴 ବୈତରଣୀରେ ପୁଣି ବନ୍ୟା, ବିପଦ ସଙ୍କେତ ଉପରେ ଜଳ ପ୍ରବାହ.. 🔴 ଏସୀୟ କ୍ରୀଡ଼ାରେ ଭାରତର ଆଉ ଏକ ଗୋଲ୍ଡ , କବାଡ଼ିରେ ଚମକିଲା ମହିଳା ଟିମ୍ 🔴 ବଢୁଛି ସୁବର୍ଣ୍ଣରେଖା ନଦୀର ଜଳସ୍ତର! 🔴 ପୁଣି ଏକ ଡଲଫିନର ମୃତଦେହ ଉଦ୍ଧାର, ଦୁଇ ଦିନରେ ମିଳିଲା ୨ଟି 🔴 କାଠ ମାଫିଆଙ୍କ କବ୍ଜାରେ କୁଳଡିହା ଅଭୟାରଣ୍ୟ,ସୁରକ୍ଷା ନେଇ ଉଠିଲା ପ୍ରଶ୍ନ 🔴 ସିକ୍କିମରେ ପ୍ରବଳ ବର୍ଷାକୁ ନେଇ ବଡ଼ ଭୂସ୍ଖଳନ, ଅନେକ ଘର କ୍ଷତିଗ୍ରସ୍ତ