Masthead

ଆସୁଛି ଲଘୁଚାପ, ବଦଳିପାରେ ପାଗ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ଅକ୍ଟୋବର ୫ ତାରିଖରୁ ପାଗରେ ଆସିପାରେ ପରିବର୍ତ୍ତନ । ୬ ତାରିଖରେ ରାଜ୍ୟର ୯ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ା, କଟକ ଓ ଜଗତସିଂହପୁର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହିପରି ୭ ତାରିଖରେ ଉପକୂଳ ଓଡ଼ିଶାର ୧୪ଟି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ରହିଛି । ୧୦ ତାରିଖ ପର୍ଯ୍ୟନ୍ତ ଏହାପରେ ଆଉ କୌଣସି ୱାର୍ଣ୍ଣିଂ ଜାରି ହୋଇନାହିଁ । ଅନ୍ୟପଟେ ଅକ୍ଟୋବର ମଝିଭାଗରେ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ହେବାର ସଙ୍କେତ ମିଳୁଛି ।

ଆସନ୍ତା ୧୨ ତାରିଖ ବେଳକୁ ଉତ୍ତର ଆଣ୍ଡାମାନ ସାଗର ଉପରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ । ୧୩ ତାରିଖରେ ଏହା ଆଣ୍ଡାମାନ ସାଗର ଅଞ୍ଚଳରେ ଲଘୁଚାପରେ ପରିଣତ ହେବାର ସମ୍ଭାବନା ରହିଛି । ପରେ  ଅଧିକ ଘନୀଭୂତ ହୋଇ ୧୫ ତାରିଖ ବେଳକୁ ଦକ୍ଷିଣ ବଙ୍ଗୋପସାଗର ଓ ଏହାର ପାର୍ଶ୍ୱବର୍ତ୍ତୀ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଅବପାତ ରୂପ ନେବାର ସ୍ୱଳ୍ପ ସମ୍ଭାବନା ରହିଛି। ସମ୍ଭାବ୍ୟ ଲଘୁଚାପକୁ ନେଇ ଏବେଠାରୁ ପାଣିପାଗ ବିଶେଷଜ୍ଞମାନେ ବିଶ୍ଳେଷଣ ଆରମ୍ଭ କରିଛନ୍ତି । ଏହା ଲଘୁଚାପରେ ସୀମିତ ରହିବ ନା ଅଧିକ ଘନୀଭୂତ ହୋଇ ଅବପାତ କିମ୍ବା ଗଭୀର ଅବପାତର ରୂପ ନେବ, ସେନେଇ ଏବେଠାରୁ ସ୍ପଷ୍ଟ ଆକଳନ କରିବା ସମ୍ଭବ ହୋଇନାହିଁ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆସୁଛି ଲଘୁଚାପ, ବଦଳିପାରେ ପାଗ 🔴 ଏସୀୟ କ୍ରୀଡ଼ା; ସ୍ୱର୍ଣ୍ଣ ପଦକ ପାଇଁ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ 🔴 ୪ରୁ ରାଜ୍ୟରେ ବଢ଼ିବ ଓମ୍‌ଫେଡ୍ କ୍ଷୀର ଦର 🔴 ୧୩ରେ ଲଘୁଚାପ, ୧୫ରେ ଅବପାତ ସମ୍ଭାବନା 🔴 ପାର୍ବଣ ଆରମ୍ଭରୁ ମହଙ୍ଗା ମାଡ଼; ବଢ଼ିଲା କମର୍ସିଆଲ LPG ସିଲିଣ୍ଡରର ଦର 🔴 ଲସ୍କର-ଏ-ତୋଏବାର ଆତଙ୍କୀ ମହମ୍ମଦ ଆସିଫ ନିହତ 🔴 ଭକ୍ତଙ୍କ ପାଇଁ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର; ୩ ଦିନ ସମ୍ପୂର୍ଣ୍ଣ ମାଗଣା ଦର୍ଶନ 🔴 ନବନିର୍ମାଣ କୃଷକ ସଂଗଠନର ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା 🔴 ପୁରୀରେ ଖଜା ଗୋଦାମରେ ରେଡ୍ 🔴 ହନୁମାନ ଛକରେ ଗୁଳିକାଣ୍ଡ 🔴 ଆସୁଛି ଲଘୁଚାପ, ବଦଳିପାରେ ପାଗ 🔴 ଏସୀୟ କ୍ରୀଡ଼ା; ସ୍ୱର୍ଣ୍ଣ ପଦକ ପାଇଁ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ 🔴 ୪ରୁ ରାଜ୍ୟରେ ବଢ଼ିବ ଓମ୍‌ଫେଡ୍ କ୍ଷୀର ଦର 🔴 ୧୩ରେ ଲଘୁଚାପ, ୧୫ରେ ଅବପାତ ସମ୍ଭାବନା 🔴 ପାର୍ବଣ ଆରମ୍ଭରୁ ମହଙ୍ଗା ମାଡ଼; ବଢ଼ିଲା କମର୍ସିଆଲ LPG ସିଲିଣ୍ଡରର ଦର 🔴 ଲସ୍କର-ଏ-ତୋଏବାର ଆତଙ୍କୀ ମହମ୍ମଦ ଆସିଫ ନିହତ 🔴 ଭକ୍ତଙ୍କ ପାଇଁ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର; ୩ ଦିନ ସମ୍ପୂର୍ଣ୍ଣ ମାଗଣା ଦର୍ଶନ 🔴 ନବନିର୍ମାଣ କୃଷକ ସଂଗଠନର ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା 🔴 ପୁରୀରେ ଖଜା ଗୋଦାମରେ ରେଡ୍ 🔴 ହନୁମାନ ଛକରେ ଗୁଳିକାଣ୍ଡ